ପ୍ରମୁଖ ଖବର

ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍‌
ଇରାନୀ ଧମକ ପରେ ଟ୍ରକ୍‌ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍‌ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍‌: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ

ଚତୁର୍ଥ ପର୍ଯ୍ୟାୟରେ ୫ଟି ଜିଲ୍ଲାର ୩୬୧ ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ

0

ଭୁବନେଶ୍ବର: ୫ଟି ସ୍କୁଲ ରୂପାନ୍ତରଣର ଚତୁର୍ଥ ପର୍ଯ୍ୟାୟରେ ତୃତୀୟ ଦିନରେ ଶନିବାର ୫ଟି ଜିଲ୍ଲାରେ ୩୬୧ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୟୁରଭଞ୍ଜ ଜିଲ୍ଲାର ୧୦୫ ହାଇସ୍କୁଲ, ବଲାଙ୍ଗୀର ଜିଲ୍ଲାର ୧୦୦, ସମ୍ବଲପୁର ଜିଲ୍ଲାର ୬୩, ରାୟଗଡ଼ା ଜିଲ୍ଲାର ୬୦ ଓ ନୂଆପଡ଼ା ଜିଲ୍ଲାର ୩୩ ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କରିଛନ୍ତି।

ଉଲ୍ଲେଖଯୋଗ୍ୟ; ଆଜି ଚତୁର୍ଥ ପର୍ଯ୍ୟାୟର ତୃତୀୟ ଦିନରେ ୫ଟି ଜିଲ୍ଲାର ୩୬୧ ରୂପାନ୍ତରୀତ ହାଇସ୍କୁଲର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଉପସ୍ଥିତ ଥିଲେ । ମୟୂରଭଞ୍ଜ ଜିଲ୍ଲାର ୧୦୫ ହାଇସ୍କୁଲ, ସମ୍ବଲପୁର ଜିଲ୍ଲାର ୬୩ଟି ଉଚ୍ଚ ବିଦ୍ୟାଳୟ, ନୂଆପଡ଼ାର ୩୩, ରାୟଗଡ଼ାର ୬୦ ଓ ବଲାଙ୍ଗୀରର ୧୦୦ଟି ରୂପାନ୍ତରୀତ ହାଇସ୍କୁଲର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ। ଯାହାକୁ ନେଇ ସ୍କୁଲ ଅଭିଭାବକ, ଛାତ୍ରଛାତ୍ରୀ, ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି ।

ଏହି ଅବସରରେ ଛାତ୍ରଛାତ୍ରୀଙ୍କୁ ଭବିଷ୍ୟତ ଗଠନର ଗୁରୁମନ୍ତ୍ର ଦେଇଥିଲେ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ‘ସ୍କୁଲ ରୂପାନ୍ତର ଓଡ଼ିଶା ଜାତିର ପ୍ରଗତୀରେ ପ୍ରମୁଖ ଭୂମିକା ନେବ। ଜୀବନରେ ସଫଳ ହେବାକୁ ହେଲେ ୫-ଟି ନୀତି ଗ୍ରହଣ କର। ସବୁ କ୍ଷେତ୍ରରେ ସାଧୁତା ରଖ। ସମୟର ସଦୁପଯୋଗ କଲେ ସବୁ ବେଳେ ଆଗରେ ରହିବ।

ଆଗକୁ ମୁଖ୍ୟମନ୍ତ୍ରୀ କହିଥିଲେ, ଚତୁର୍ଥ ପର୍ଯ୍ୟାୟରେ ମୋଟ ୧୭୯୪ ସ୍କୁଲ ରୂପାନ୍ତର ହେଉଛି। ଏହି ରୂପାନ୍ତର କାମ ଶୀଘ୍ର ସରିବ। ଓଡ଼ିଶାରେ ଏବେ ରୂପାନ୍ତର ଯୁଗ ଚାଲିଛି। ଶିକ୍ଷାନୁଷ୍ଠାନଠାରୁ ଆରମ୍ଭ କରି ଧର୍ମାନୁଷ୍ଠାନ ଓ ରାସ୍ତାଘାଟର ରୂପାନ୍ତର କରାଯାଉଛି।

Leave A Reply

Your email address will not be published.