ପ୍ରମୁଖ ଖବର

କଂଗ୍ରେସ ନିଜ ବିଫଳତା ପାଇଁ ଦେଶକୁ ବଦନାମ କରୁଛି : ମୋଦୀ
ସଡ଼କ ଦୁର୍ଘଟଣାରେ ଓଡ଼ିଶାର ଦୁଇ ପ୍ରତିଭାବାନ ଯୁବ ଆଥଲେଟ୍‌ଙ୍କ ମୃତ୍ୟୁ
ଡ୍ରାଇଭିଂ ଲାଇସେନ୍ସ ପାଇଁ ୭୫% ନମ୍ବର ବାଧ୍ୟତାମୂଳକ କରିବାକୁ ପ୍ରସ୍ତାବ
ସାଉଦି ଏୟାରପୋର୍ଟରେ ମିସାଇଲ ମାଡ଼, ଜଣେ ଭାରତୀୟଙ୍କ ସମେତ ୨ ମୃତ
ଛତିଶଗଡ଼ରେ ଭୟଙ୍କର ବସ୍‌ ଦୁର୍ଘଟଣା, ୬ ମୃତ; ୩୦ରୁ ଅଧିକ ଆହତ
ଏସିଆନ୍ ପାରା ଗେମ୍ସରେ ଚମକିଲେ ଓଡ଼ିଆ ଝିଅ ଜୟନ୍ତୀ, ଜିତିଲେ ରୌପ୍ୟ
ଏବେ ଟ୍ରେନ୍‌ରେ ବସି ଅର୍ଡର କରିପାରିବେ ଆବଶ୍ୟକ ସାମଗ୍ରୀ, ବ୍ଲିଙ୍କିଟ୍‌ ସହ ରେଳବାଇର ସହଭାଗିତା
ଉତ୍ତରପ୍ରଦେଶରେ ଭାଜପାକୁ ଝଟ୍‌କା, ଦଳ ଛାଡ଼ିଲେ ପୂର୍ବତନ ବିଧାୟକ

ପାକିସ୍ତାନ ଅଭିନେତ୍ରୀ ସାନା ଜାଭେଦଙ୍କୁ ବିବାହ କରିଛନ୍ତି ଶୋଏବ

0

ନ୍ୟୁଜ୍ ବ୍ୟୁରୋ: ବହୁଦିନ ଧରି ଚର୍ଚ୍ଚା ଚାଲିଥିବା ଟେନିସ୍ ତାରକା ସାନିଆ ମିର୍ଜା ଏବଂ ପାକିସ୍ତାନ ପୂର୍ବତନ କ୍ରିକେଟର ଶୋଏବ ମଲିକ ଅଲଗା ହୋଇଯାଇଥିବା କଥା ସତ ହୋଇଛି। ପାକିସ୍ତାନ ଅଭିନେତ୍ରୀ ସାନା ଜାଭେଦଙ୍କୁ ବିବାହ କରିଛନ୍ତି ଶୋଏବ ମଲିକ।

ଏହି ବିବାହ ପରେ ଭାରତୀୟ ଟେନିସ ଖେଳାଳି ସାନିଆ ମିର୍ଜାଙ୍କ ସହ ସୋଏବ ମଲ୍ଲିକଙ୍କ ବିଚ୍ଛେଦ ହୋଇଥିବା ଚର୍ଚ୍ଚା ହେଉଛି। ତେବେ ଏ ନେଇ କୌଣସି ବିଧିବଦ୍ଧ ତଥ୍ୟ ଆସିନାହିଁ। ତେବେ ଏହି ଫଟୋ ଆସିବା ପରେ ସାନିଆ-ସୋଏବଙ୍କ ବିଚ୍ଛେଦ ନେଇ ଚାଲିଥିବା ଚର୍ଚ୍ଚା ଆହୁରି ଜୋର ଧରିଛି।

ଗତ ବର୍ଷ ପାକିସ୍ତାନ ଅଭିନେତ୍ରୀ ସାନା ଜାଭେଦଙ୍କୁ ତାଙ୍କ ଜନ୍ମ ଦିନରେ ଶୁଭେଚ୍ଛା ଜଣାଇଥିଲେ ପାକିସ୍ତାନୀ କ୍ରିକେଟର ସୋଏବ ମଲ୍ଲିକ। ଉଭୟ ପୂର୍ବରୁ ଡେଟିଂ କରୁଥିବା ନେଇ ଚର୍ଚ୍ଚା ଲାଗି ରହିଥିଲା। ୨୦୧୦ରେ ଟେନିସ ଷ୍ଟାର ସାନିଆ ମିର୍ଜାଙ୍କୁ ବିବାହ କରିଥିଲେ ପାକିସ୍ତାନୀ କ୍ରିକେଟର ସୋଏବ ମଲ୍ଲିକ। ଇସଲାମ ରୀତିନୀତି ଅନୁସାରେ ହାଇଦ୍ରାବାଦରେ ଉଭୟଙ୍କ ବିବାହ ସମ୍ପନ୍ନ ହୋଇଥିଲା। ଏହାପରେ ପାକିସ୍ତାନର ସିଆଲକୋଟରେ ଉଭୟ ବିବାହ ଉତ୍ସବ ପାଳନ କରିଥିଲେ।

Leave A Reply

Your email address will not be published.