ପ୍ରମୁଖ ଖବର

୨୦୩୬ ସୁଦ୍ଧା ୫୦୦ ବିଲିୟନ ଡଲାର ଛୁଇଁବ ଓଡ଼ିଶାର ଅର୍ଥନୀତି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵରରେ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା
ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଏଆରଆଇ
ଶ୍ରୀରାମ ମନ୍ଦିରରେ ଉଡ଼ିଲା ଧର୍ମଧ୍ୱଜା

ଦୁର୍ଘଟଣାରେ ଗୁରୁତର ଆହତ ଫିଲ୍ମ ନିର୍ଦ୍ଦେଶକ ସୁଧାକର ବସନ୍ତ

0

ଭୁବନେଶ୍ବର: ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଛନ୍ତି ଫିଲ୍ମ ନିର୍ଦ୍ଦେଶକ ସୁଧାକର ବସନ୍ତ। ତାଙ୍କୁ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। କଟକ ନିକଟ ମଙ୍ଗୁଳି ଛକରେ ଘଟିଛି ଏହି ଦୁର୍ଘଟଣା। ଏକ ଟ୍ରକ୍‌ ପଛରେ ସୁଧାକର ବସନ୍ତଙ୍କ କାର୍‌ ପିଟି ହୋଇଥିଲା। ସେ ଚଣ୍ଡୀଖୋଲ ପଟୁ କଟକ ଆଡ଼କୁ ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। 

ଘଟଣାସ୍ଥଳରେ ଚୌଦ୍ୱାର ଅଗ୍ନିଶମ ବାହିନୀ ପହଞ୍ଚି ସୁଧାକର ବସନ୍ତଙ୍କୁ ଉଦ୍ଧାର କରିଥିଲେ। କାର୍‌କୁ କାଟି ସୁଧାକରଙ୍କୁ ଉଦ୍ଧାର କରାଯାଇଥିଲା। ଏହା ପରେ ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ନିଆଯାଇଥିଲା। ଏହି ଦୁର୍ଘଟଣାରେ କାର୍‌ ଡ୍ରାଇଭର ମଧ୍ୟ ଆହତ ହୋଇଛନ୍ତି। ତେବେ କେମିତି ଏହି ଦୁର୍ଘଟଣା ଘଟିଲା, ତାହା ଜଣାପଡ଼ିନାହିଁ। 

Leave A Reply

Your email address will not be published.