ପ୍ରମୁଖ ଖବର

ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍‌
ଇରାନୀ ଧମକ ପରେ ଟ୍ରକ୍‌ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍‌ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍‌: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ

ପାହାଡ ଉପରେ ଓଲଟିଲା ଟ୍ରାକ୍ଟର: ୧୫ରୁ ଅଧିକ ଶ୍ରଦ୍ଧାଳୁ ଆହତ

0

ନୟାଗଡ: ପାହାଡ଼ ଉପରେ ନିର୍ମାଣ କରାଯାଇଥିବା ପ୍ରଭୁ ଶ୍ରୀରାମଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗଦେବା ପାଇଁ ଟ୍ରାକ୍ଟର ଯୋଗେ କେତେଜଣ ଶ୍ରଦ୍ଧାଳୁ ଯାଇଥିଲେ। ହେଲେ ପାହାଡ଼ ଉପରକୁ ଯାଇଥିବା ରାସ୍ତାରେ ଟ୍ରାକ୍ଟର ଡାଲା ଓଲଟି ପଡ଼ିଥିଲା। ଫଳରେ ୧୫ରୁ ଅଧିକ ଶ୍ରଦ୍ଧାଳୁ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ଅଧିକାଂଶ ହେଉଛନ୍ତି ମହିଳା ଓ ଛୋଟ ପିଲା। ଆଜି ଅପରାହ୍ନରେ ନୟାଗଡ଼ ଜିଲ୍ଲା ଫତେଗତ ପାହାଡ଼ରେ ଏପରି ଭୟଙ୍କର ଦୁର୍ଘଟଣା ଘଟିଛି। 

ସୂଚନାଯୋଗ୍ୟ, ଫତେଗଡ଼ ପାହାଡ଼ ଉପରେ ନିର୍ମାଣ କରାଯାଇଛି ଭବ୍ୟ ପ୍ରଭୁ ଶ୍ରୀରାମ ମନ୍ଦିରର ପ୍ରତିଷ୍ଠା ଉତ୍ସବ ଗତ ୧୭ ତାରିଖରୁ ଆରମ୍ଭ ହୋଇଛି। ବିଧି ବିଧାନ ଅନୁସାରେ ପ୍ରତିଦିନ ପୂଜା ହେଉଥିବା ବେଳେ ଶ୍ରଦ୍ଧାଳୁମାନେ ପୂଜାରେ ସାମିଲ୍‌ ହେଉଛନ୍ତି। ମନ୍ଦିର ପର୍ଯ୍ୟନ୍ତ ଯିବା ପାଇଁ ପାହାଡ ଉପରେ ଅତି ସଙ୍କୀର୍ଣ୍ଣ ରାସ୍ତା ନିର୍ମାଣ କରାଯାଇଛି। ସେହି ରାସ୍ତାରେ ଆଜି ଏକ ଟ୍ରାକ୍ଟରରେ ୧୫ରୁ ଅଧିକ ଶ୍ରଦ୍ଧାଳୁ ଯାଉଥିଲେ। ତେବେ ମଝି ରାସ୍ତାରେ ଟ୍ରାକ୍ଟର ଡାଲା ଓଲଟିପଡିବାରୁ ୧୫ରୁ ଅଧିକ ଶ୍ରଦ୍ଧାଳୁ ଆହତ ହୋଇଛନ୍ତି।  

ତେବେ ଆହତମାନଙ୍କୁ ଉଦ୍ଧାର କରାଯାଇ ଭାପୁର ମେଡିକାଲରେ ଭର୍ତ୍ତି କରାଯାଇଛି। ସେଠାରେ କିଛି ଶ୍ରଦ୍ଧାଳୁଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି।

Leave A Reply

Your email address will not be published.