ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

0

ପୁରୀ : ଆଜି ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହାପ୍ରଭୁଙ୍କ ନିକଟରେ ଓଡ଼ିଶାବାସୀଙ୍କ ମଙ୍ଗଳ କାମନା କରଛନ୍ତି ମୁଖ୍ୟମନ୍ତ୍ରୀ। ଏଥିସହ ପରିକ୍ରମା ପ୍ରକଳ୍ପର ପୁନଃ ପ୍ରଦକ୍ଷୀଣ କରିଛନ୍ତି । ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଧ୍ଯ ମୁଖ୍ୟମନ୍ତ୍ରୀଙ୍କ ସହିତ ପୁରୀ ଗସ୍ତ କରିଥିଲେ। ଭକ୍ତମାନଙ୍କୁ ମିଳୁଥିବା ନୂତନ ସୁବିଧା ସୁଯୋଗ ସମ୍ପର୍କର ଅନୁଭୂତି ନେବାପାଇଁ ମୁଖ୍ୟମନ୍ତ୍ରୀ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଥିଲେ । ପ୍ରକଳ୍ପର ଭବ୍ୟତା ଓ ଆଧ୍ୟାତ୍ମିକତା ପୂର୍ଣ୍ଣ ପରିବେଶକୁ ଦେଖି ମୁଖ୍ୟମନ୍ତ୍ରୀ ଆନନ୍ଦ ଓ ସନ୍ତୋଷ ପ୍ରକାଶ କରିଥଲେ ।

ସୂଚନାଯୋଗ୍ୟ, ଗତ ୧୭ ତାରିଖ ଦିନ ମୁଖ୍ୟମନ୍ତ୍ରୀ ଏହାର ଲୋକାର୍ପଣ କରିଥିଲେ। ଶ୍ରୀମନ୍ଦିରର ସୁରକ୍ଷା, ମହାପ୍ରଭୁଙ୍କ ଯାନିଯାତ୍ରା ଓ ଭକ୍ତ ମାନଙ୍କ ସୁବିଧା ଦୃଷ୍ଟିରୁ ଏହା ଅତି ଜରୁରୀ ଥିଲା। ମନ୍ଦିର ଚତୁଃପାର୍ଶ୍ଵରେ ୭୫ ମିଟର ପ୍ରଶସ୍ତ ଏହି ପରିକ୍ରମା ପ୍ରକଳ୍ପ ଅତ୍ୟନ୍ତ ଭବ୍ୟ, ସୌନ୍ଦର୍ଯ୍ୟମୟ ହେବା ସହିତ ପିଢ଼ି ପରେ ପିଢ଼ି ଭକ୍ତ ମାନଙ୍କୁ ଏକ ଆଧ୍ୟାତ୍ମିକ ପରିବେଶ ପ୍ରଦାନ କରୁଛି ।

Leave A Reply

Your email address will not be published.