ପ୍ରମୁଖ ଖବର

ଭୁବନେଶ୍ୱର ସ୍ଥିତ ଲାଇଫ୍ ହୋଟେଲରେ ‘ଗୋ-ହୋମଷ୍ଟେ’ ପୋର୍ଟାଲର ଶୁଭାରମ୍ଭ
ଇଂଲଣ୍ଡକୁ ପରାସ୍ତ କରି ଫାଇନାଲ୍ ରେ ଭାରତ
ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ ଗୁରୁବାର ସନ୍ଧ୍ୟାରେ ନୂଆଦିଲ୍ଲୀରେ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି
ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି
ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଭରିଲେ ସ୍ଵାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ
ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ସୁରେଶ ପୂଜାରୀ

ଶିମିଳିପାଳରେ ହେବ କଳାବାଘ ସଫାରୀ

0

ଭୁବନେଶ୍ବର: ଶିମିଳିପାଳ ଅଭୟାରଣ୍ୟ ପାଇଁ ଆସିଛି ଖୁସି ଖବର। ଶିମିଳିପାଳରେ ହେବ କଳା ବାଘ (ମେଲାନିଷ୍ଟିକ ବାଘ) ସଫାରୀ। କଳା ବାଘ ସଫାରୀ ହେବା ନେଇ ସୋଶାଲ୍‌ ମିଡିଆ ‘ଏକ୍ସ’ରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦୂରଦୂରାନ୍ତରୁ ଅସୁଥିଲା ପର୍ଯ୍ୟଟକମାନେ ସଫାରୀରେ କଳା ବାଘକୁ ଦେଖିପାରିବେ।

ସୂଚନାଯୋଗ୍ୟ, ଶିମିଳିପାଳର ଏହି କଳାବାଘ ଦେଖାଦେବା ଘଟଣା ପ୍ରଥମେ ୧୯୯୩ରେ ରେକର୍ଡ କରାଯାଇଥିଲା। ୧୯୯୩ ଜୁଲାଇ ୨୧ ତାରିଖ ଦିନ ପୋଡ଼ାଗଡ଼ ଗାଁର ସାଲ୍‌କୁ ନାଁରେ ଜଣେ ବାଳକ ନିଜ ଜୀବନ ରକ୍ଷା କରିବାକୁ ଧନୁଶରଦ୍ବାରା ଗୋଟାଏ କଳାବାଘୁଣୀକୁ ମାରିଥିଲା।

ଏହି ଦୁର୍ଲଭ ବାଘମାନଙ୍କୁ ପ୍ରଥମେ ୨୦୦୭ରେ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ଅଞ୍ଚଳରେ ଔପଚାରିକ ଭାବେ ଆବିଷ୍କାର କରାଯାଇଥିଲା। ସମୟକ୍ରମେ ସେହି ପ୍ରକାରର ଅଧିକ ବାଘ ଥିବା କଥା ରେକର୍ଡ କରାଗଲା। ବିରଳ ଗଣସୂତ୍ର ପରିବର୍ତ୍ତନ ଯୋଗୁଁ ସେମାନଙ୍କ ଦେହର ରଙ୍ଗ କଳା ହେଉଥିବାରୁ ସେମାନଙ୍କ ସଂଖ୍ୟା ମଧ୍ୟ ସ୍ବଳ୍ପ। ଏନ୍‌ଟିସିଏର ୨୦୨୨ ମସିହା ରିପୋର୍ଟ ଅନୁସାରେ ଶିମିଳିପାଳ ଅଭୟାରଣ୍ୟରେ ମୋଟ୍‌ ୧୮ଟି ମହାବଳ ବାଘ ଅଛନ୍ତି। ସେଥିରୁ ୯ଟି କଳା ବାଘ ରହିଛନ୍ତି। ବାଘମାନେ ସୁସ୍ଥ ଓ ନିର୍ଭୟରେ ଘୂରି ବୁଲୁଛନ୍ତି। ଏହି ରିପୋର୍ଟ ଆସିବା ପରେ ପରିବେଶବିତ୍‌ଙ୍କ ମଧ୍ୟରେ ଉତ୍ସାହ ଖେଳି ଯାଇଥିଲା।

Leave A Reply

Your email address will not be published.