ପ୍ରମୁଖ ଖବର

ଭୁବନେଶ୍ୱର ସ୍ଥିତ ଲାଇଫ୍ ହୋଟେଲରେ ‘ଗୋ-ହୋମଷ୍ଟେ’ ପୋର୍ଟାଲର ଶୁଭାରମ୍ଭ
ଇଂଲଣ୍ଡକୁ ପରାସ୍ତ କରି ଫାଇନାଲ୍ ରେ ଭାରତ
ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ ଗୁରୁବାର ସନ୍ଧ୍ୟାରେ ନୂଆଦିଲ୍ଲୀରେ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି
ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି
ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଭରିଲେ ସ୍ଵାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ
ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ସୁରେଶ ପୂଜାରୀ

ଓଲଟିଲା ଯାତ୍ରାପାର୍ଟି ଟ୍ରକ: ୬ ମୃତ ୧୨ ଗୁରୁତର

0

ମୟୂରଭଞ୍ଜ: ମୟୂରଭଞ୍ଜ ୪୯ ନମ୍ବର ଜାତୀୟ ରାଜପଥର ଦୁଆରଶୁଣି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡିଛି ଯାତ୍ରାପାର୍ଟି ଟ୍ରକ। ଏଥିରେ ୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୨ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ଅନେକ ଗାଡ଼ି ଭିତରେ ଚାପି ହୋଇ ରହିଥିବା ଜଣାପଡିଛି। ଟ୍ରକ ଭିତରେ ଫସି ରହିଥିବା ଲୋକଙ୍କୁ ଉଦ୍ଧାର କରିବାକୁ ଉଦ୍ୟମ ଜାରି ରହିଛି।

ସୂଚନାଯୋଗ୍ୟ, ଲାଇଟ୍‌ ଓ ବକ୍ସ ଆଦି ସରଞ୍ଜାମ ଭର୍ତ୍ତି କରି ଧଉଳି ଗଣନାଟ୍ୟର କର୍ମଚାରୀ ଆଜି ସକାଳେ ଏକ ଟ୍ରକ୍‌ରେ ରାଇରଙ୍ଗପୁରରୁ ଜଳେଶ୍ୱର ଅଭିମୁଖେ ଯାଉଥିଲେ। ଗାଡ଼ିଟି ପୂର୍ବାହ୍ନ ପ୍ରାୟ ୧୧ଟା ବେଳେ ବାଙ୍ଗିରିପୋଷି ଘାଟି ରାସ୍ତା ଅତିକ୍ରମ କରୁଥିବା ବେଳେ ଶେଷ ମୋଡରେ ଡ୍ରାଇଭରଜଣକ ଭାରସାମ୍ୟ ହରାଇ ବସିଥିଲେ। ଫଳରେ ଗାଡ଼ିଟି ରାସ୍ତା ପ୍ରାୟ ୨୦ ଫୁଟ ତଳକୁ ଖସି ପଡ଼ିଥିଲେ। ଫଳରେ ଗାଡ଼ିରେ ଥିବା ଲାଇଟ୍‌, ବାକ୍ସ ତଳେ ବହୁ ଲୋକ ଚାପି ହୋଇ ଯାଇଥିଲେ।

ଖବର ପାଇ ତୁରନ୍ତ ବାଙ୍ଗିରିପୋଷି ପୁଲିସ୍‌, ଅଗ୍ନିଶମ କର୍ମଚାରୀ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ଗୁରୁତରଙ୍କୁ ଉଦ୍ଧାର କରିଥିଲେ। ଏହି ଦୁର୍ଘଟଣାରେ ୬ ଜଣଙ୍କ ମୃତ୍ୟୁ ହୋଇଛି।  ଏଥିରେ ୧୨ ଜଣ ଗୁରୁତର ଆହତ ହୋଇଥିବା ବେଳେ ସେମାନଙ୍କୁ ଉଦ୍ଧାର କରି ପ୍ରଥମେ ବାଙ୍ଗିରିପୋଷି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଏହାପରେ ସେମାନଙ୍କୁ ବାରିପଦାସ୍ଥିତ ପିଆରଏମ୍‌ ମେଡିକାଲ କଲେଜକୁ ସ୍ଥାନାନ୍ତର କରାଯାଇଛି। 

Leave A Reply

Your email address will not be published.