ପ୍ରମୁଖ ଖବର

ଫାର୍ମା କମ୍ପାନୀ ଫ୍ୟାକ୍ଟ୍ରି ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୩୪କୁ ବୃଦ୍ଧି
ବିଏମସି କମିଶନର ଆକ୍ରମଣ ଘଟଣାରେ ସଫେଇ କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ
ଶରଧାବାଲି ଅଘଟଣ ପରେ ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ
ଶସ୍ତା ହେଲା ଏଲପିଜି ସିଲିଣ୍ଡର
ମୃତ୍ତିକା ସଂରକ୍ଷଣ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗ୍‌ ଗିରଫ
ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ ୮ ଜିଲ୍ଲାର ଓଏସ ଓ ଓଆରଏସ ଅଫିସର
ବାଣ ତିଆରି କାରଖାନାରେ ବିସ୍ଫୋରଣ; ୫ ମୃତ
୨ ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି
ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡାରେ ବାଜିମାରିଲେ ଓଡ଼ିଶା ପୋଲିସ କନଷ୍ଟେବଳ

ଓଲଟିଲା ଯାତ୍ରାପାର୍ଟି ଟ୍ରକ: ୬ ମୃତ ୧୨ ଗୁରୁତର

0

ମୟୂରଭଞ୍ଜ: ମୟୂରଭଞ୍ଜ ୪୯ ନମ୍ବର ଜାତୀୟ ରାଜପଥର ଦୁଆରଶୁଣି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡିଛି ଯାତ୍ରାପାର୍ଟି ଟ୍ରକ। ଏଥିରେ ୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୨ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ଅନେକ ଗାଡ଼ି ଭିତରେ ଚାପି ହୋଇ ରହିଥିବା ଜଣାପଡିଛି। ଟ୍ରକ ଭିତରେ ଫସି ରହିଥିବା ଲୋକଙ୍କୁ ଉଦ୍ଧାର କରିବାକୁ ଉଦ୍ୟମ ଜାରି ରହିଛି।

ସୂଚନାଯୋଗ୍ୟ, ଲାଇଟ୍‌ ଓ ବକ୍ସ ଆଦି ସରଞ୍ଜାମ ଭର୍ତ୍ତି କରି ଧଉଳି ଗଣନାଟ୍ୟର କର୍ମଚାରୀ ଆଜି ସକାଳେ ଏକ ଟ୍ରକ୍‌ରେ ରାଇରଙ୍ଗପୁରରୁ ଜଳେଶ୍ୱର ଅଭିମୁଖେ ଯାଉଥିଲେ। ଗାଡ଼ିଟି ପୂର୍ବାହ୍ନ ପ୍ରାୟ ୧୧ଟା ବେଳେ ବାଙ୍ଗିରିପୋଷି ଘାଟି ରାସ୍ତା ଅତିକ୍ରମ କରୁଥିବା ବେଳେ ଶେଷ ମୋଡରେ ଡ୍ରାଇଭରଜଣକ ଭାରସାମ୍ୟ ହରାଇ ବସିଥିଲେ। ଫଳରେ ଗାଡ଼ିଟି ରାସ୍ତା ପ୍ରାୟ ୨୦ ଫୁଟ ତଳକୁ ଖସି ପଡ଼ିଥିଲେ। ଫଳରେ ଗାଡ଼ିରେ ଥିବା ଲାଇଟ୍‌, ବାକ୍ସ ତଳେ ବହୁ ଲୋକ ଚାପି ହୋଇ ଯାଇଥିଲେ।

ଖବର ପାଇ ତୁରନ୍ତ ବାଙ୍ଗିରିପୋଷି ପୁଲିସ୍‌, ଅଗ୍ନିଶମ କର୍ମଚାରୀ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ଗୁରୁତରଙ୍କୁ ଉଦ୍ଧାର କରିଥିଲେ। ଏହି ଦୁର୍ଘଟଣାରେ ୬ ଜଣଙ୍କ ମୃତ୍ୟୁ ହୋଇଛି।  ଏଥିରେ ୧୨ ଜଣ ଗୁରୁତର ଆହତ ହୋଇଥିବା ବେଳେ ସେମାନଙ୍କୁ ଉଦ୍ଧାର କରି ପ୍ରଥମେ ବାଙ୍ଗିରିପୋଷି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଏହାପରେ ସେମାନଙ୍କୁ ବାରିପଦାସ୍ଥିତ ପିଆରଏମ୍‌ ମେଡିକାଲ କଲେଜକୁ ସ୍ଥାନାନ୍ତର କରାଯାଇଛି। 

Leave A Reply

Your email address will not be published.