ପ୍ରମୁଖ ଖବର

ପ୍ରଚାର ବେଳେ ପୁରୀ କଂଗ୍ରେସ ବିଧାୟକ ପ୍ରାର୍ଥୀ ଉମାବଲ୍ଲଭ ରଥଙ୍କୁ ସଂଘବଦ୍ଧ ଆକ୍ରମଣ, ମୁଣ୍ଡରେ ଲାଗିଛି ଆଘାତ
୫ଟି ସ୍ଥାନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ: ଜଳେଶ୍ୱର ସହ ବରୀ, ଆଠମଲ୍ଲିକ, ଆଠଗଡ଼ ଓ ପୁରୀରେ ବଦଳିଲେ କଂଗ୍ରେସ ପ୍ରାର୍ଥୀ
ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀ: ରାଜଭବନରେ କରିବେ ରାତ୍ରିଯାପନ, କାଲି ବ୍ରହ୍ମପୁରରେ ଦେବେ ଉଦ୍‌ବୋଧନ, ନବରଙ୍ଗପୁରରେ ବିଜୟ ସଂକଳ୍ପ ସମାବେଶରେ ହେବେ ସାମିଲ

କାନାଡାରେ ବିମାନ ଦୁର୍ଘଟଣାଗ୍ରସ୍ତ, ୬ ଜଣଙ୍କର ମୃତ୍ୟୁ

0

କାନାଡା: କାନାଡାରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇ ୬ ଜଣଙ୍କର ପ୍ରାଣହାନୀ ହୋଇଛି। କାନାଡାର ଉତ୍ତର ପଶ୍ଚିମାଞ୍ଚଳ ଫୋର୍ଟସ୍ମିଥ ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଥିବା ସୂଚନା ମିଳିଛି।

ବିମାନରେ ମୋଟ୍ ୭ ଜଣ ଥିଲେ। ୬ଜଣଙ୍କର ଦୁର୍ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ତେବେ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣାର କାରଣ ଜଣା ପଡିନାହିଁ। ଘଟଣାର ତଦନ୍ତ ଲାଗି ଏକ ଟିମ୍ ଗଠନ କରାଯାଇଛି। କାନାଡାର ଟ୍ରାନ୍ସପୋଟେସନ ସେଫଟି ବୋର୍ଡ ଏହି ତଦନ୍ତ କମିଟି ଗଠନ କରି ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.