ପ୍ରମୁଖ ଖବର

ବିଜେପିରୁ ଇସ୍ତଫା ଦେଇ ବିଜେଡିରେ ମିଶିଲେ ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡା
ପ୍ରଥମ ଥର ୩୦୦ ଶରଣାର୍ଥୀଙ୍କୁ ମିଳିଲା ଭାରତୀୟ ନାଗରିକତ୍ବ
ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ସ୍ବର୍ଣ୍ଣ ଜିତିଲେ ନୀରଜ ଚୋପ୍ରା

ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

0

ଭୁବନେଶ୍ବର: ଆସନ୍ତା ଫେବୃଆରୀ ୩ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଆଜି ଏନେଇ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ; ଆସନ୍ତା ମାସ ୩ ତାରିଖ ଦିନ ପ୍ରଧାନମନ୍ତ୍ରୀ ଓଡିଶା ଆସି ଆଇଆଇଏମ୍‌ ସମ୍ବଲପୁରର ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ। ଆଇଆଇଏମ୍‌ କାର୍ଯ୍ୟକ୍ରମ ସହ କିଛି ଶିଳାନ୍ୟାସ ଓ ଉଦ୍‌ଘାଟନ କାର୍ଯ୍ୟକ୍ରମ ରହିଛି। ଏହା ସହିତ ସେ ସାଧାରଣ ସଭାରେ ମଧ୍ୟ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ବୋଲି କହିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ପରବର୍ତ୍ତୀ ସମୟରେ ପ୍ରଧାନମନ୍ତ୍ରୀଙ୍କ ଦଳୀୟ କାର୍ଯ୍ୟକ୍ରମ ନେଇ ସବିଶେଷ ତଥ୍ୟ ଦିଆଯିବ ବୋଲି କହିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ।

Leave A Reply

Your email address will not be published.