ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ପରଲୋକ

0

ଭୁ‌ବନେଶ୍ବର: ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ଏସସିବି ବଡ଼ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୧୦୨ ବର୍ଷ ବୟସ ହୋଇଥିଲା। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି।

ଯାଜପୁର ବଡ଼ଚଣା ବାଲିପଡିଆ ଗାଁର ସ୍ୱାଧୀନତା ସଂଗ୍ରାମୀ ନୀଳମଣିଙ୍କର ୪ ଦିନ ତଳେ ବ୍ରେନ୍‌ଷ୍ଟ୍ରୋକ୍‌ ହୋଇଥିଲା। ତାଙ୍କୁ କଟକ ଏସ୍‌ସିବିରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ଚିକିତ୍ସା ଚାଲିଥିଲା। ଆଜି ଅପରାହ୍ନରେ ତାଙ୍କର ବିୟୋଗ ଘଟିଛି। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି। ବିଶିଷ୍ଟ ବ୍ୟକ୍ତି ବିଶେଷ ମେଡିକାଲ୍‌ରେ ପହଞ୍ଚି ଅନ୍ତିମ ଦର୍ଶନ କରିବା ସହିତ ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି। ଆଜି ତାଙ୍କ ମରଶରୀରକୁ ଜନ୍ମମାଟିକୁ ନିଆଯିବ। ଆସନ୍ତାକାଲି ଅନ୍ତିମ ସଂସ୍କାର କରାଯିବ ବୋଲି ତାଙ୍କ ପୁଅ ଚନ୍ଦ୍ରକାନ୍ତ ସାମଲ କହିଛନ୍ତି।

ତେବେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଯୁବ ବୟସରେ ସ୍ବାଧିନତା ଆନ୍ଦୋଳନରେ ଯୋଗ ଦେଇ ସେ କାରାବରଣ କରିଥିଲେ। ଦେଶର ସ୍ବାଧିନତା ପାଇଁ ତାଙ୍କର ତ୍ୟାଗପାଇଁ ସେ ସମସ୍ତଙ୍କ ପାଖରେ ସ୍ମରଣୀୟ ହୋଇ ରହିବେ।

ସ୍ବାଧିନତା ପରେ ମଧ୍ୟ ଜୀବନର ଶେଷ ସମୟ ପର୍ଯ୍ୟନ୍ତ ସେ ଦେଶର ଯୁବ ସମାଜକୁ ସେବା ଓ ଦେଶପ୍ରେମର ବାର୍ତ୍ତା ଦେଇ ଆସିଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତାଙ୍କ ବିୟୋଗରେ ଜଣେ ବିଶିଷ୍ଟ ସଂଗ୍ରାମୀଙ୍କୁ ଆମେ ହରାଇଲୁ ବୋଲି ସେ କହିଛନ୍ତି। ସ୍ବର୍ଗତ ନାୟକଙ୍କ ଶେଷ କୃତ୍ୟ ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଅନୁଷ୍ଠିତ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି।

Leave A Reply

Your email address will not be published.