ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଛତିଶଗଡ଼ରେ ବଡ଼ ଧରଣର ମାଓ ଆକ୍ରମଣ

0

ଛତିଶଗଡ଼: ଛତିଶଗଡ଼ରେ ସୁକମା-ବିଜାପୁର ଜିଲ୍ଲା ସୀମାରେ ଥିବା ଟେକଲଗୁଡେମ୍ ଗାଁ ନିକଟରେ ମାଓବାଦୀ ଓ ଯବାନମାନଙ୍କ ମଧ୍ୟରେ ଗୁଳିବିନିମୟ ଘଟିଛି । ଏହି ଘଟଣାରେ ୩ ଜଣ ଯବାନ ସହିଦ ହୋଇଥିବା ବେଳେ ୧୪ ଜଣ ଯବାନ ଆହତ ହୋଇଛନ୍ତି । ଆହତ ଯବାନମାନଙ୍କୁ ଚିକିତ୍ସା ପାଇଁ ରାୟପୁରକୁ ଏୟାରଲିଫ୍ଟ କରାଯାଇଛି ।

ସୂଚନାଯୋଗ୍ୟ; ଯବାନମାନେ ନୂଆ କ୍ୟାମ୍ପ ନିର୍ମାଣ କରି ମାଓ ଗତିବିଧି ଅନୁଧ୍ୟାନ କରୁଥିବା ବେଳେ ମାଓବାଦୀମାନେ ଅତର୍କିତ ଆକ୍ରମଣ କରିଥିଲେ । ଉପସ୍ଥିତ ଥିବା କୋବ୍ରା, ଏସଟିଏଫ ଏବଂ ଡିଆରଜି ଫୋର୍ସର ମିଳିତ ଟିମ୍ ଆକ୍ରମଣର ଜବାବ୍ ଦେଇଥିଲେ । ଦୁଇ ପକ୍ଷର ଏହି ଗୁଳିବିନିମୟରେ ୩ଜଣ ଯବାନ ସହିଦ ହୋଇଛନ୍ତି । ତେବେ ସୁରକ୍ଷାବଳର ପ୍ରତି ଆକ୍ରମଣରେ ମାଓବାଦୀମାନେ ଘଟଣାସ୍ଥଳରୁ ପଳାୟନ କରିଥିଲେ । ଜୋନାଗଡ଼-ଆଲିଗୁଡ଼ା ଅଞ୍ଚଳରେ ମାଓ ବିରୋଧୀ ଅପରେସନ୍ ଚାଲିଥିବା ବେଳେ ଏହି ଘଟଣା ଘଟିଛି

ତେବେ ଏହି ଘଟଣାର ଅଳ୍ପ ସମୟ ମଧ୍ୟରେ ସୁରକ୍ଷାବାହିନୀର ଯବାନମାନେ ୬ ଜଣ ନକ୍ସଲଙ୍କୁ ନିପାତ କରିଥିବା ଜଣାପଡ଼ିଛି। ବସ୍ତର ଆଇଜି ପି ସୁନ୍ଦରରାଜ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ତେବେ ଜୋନାଗୁଡ଼ା ଓ ଅଲୀଗୁଡ଼ା ସୀମାରେ ଯବାନମାନେ ସର୍ଚ୍ଚ ଅପରେସନ ଜାରି ରଖିଛନ୍ତି।

Leave A Reply

Your email address will not be published.