ପ୍ରମୁଖ ଖବର

ସୋଆର ୨୦ତମ ପ୍ରତିଷ୍ଠା ଦିବସରେ ବିଶ୍ୱବିଦ୍ୟାଳୟର ସଫଳତା, ଉତ୍କର୍ଷତା ଓ ଅଗ୍ରଗତିର ସ୍ମୃତିଚାରଣ
ପାଠ୍ୟପୁସ୍ତକ ତ୍ରୁଟି ମାମଲା: ଓସେପା ଅଫିସ୍‌ରେ କ୍ରାଇମବ୍ରାଞ୍ଚର ତଦନ୍ତ ଆରମ୍ଭ
ନିଟ୍‌ ପରୀକ୍ଷାରେ ବିଫଳ ପରେ ଛାତ୍ରୀଙ୍କ ଆତ୍ମହତ୍ୟା
ଜଳନ୍ଧରରୁ ୬,୬୦୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
ସରିଲା ପ୍ରଥମ ପର୍ଯ୍ୟାୟ +୨ ନାମଲେଖା; ଏବେ ବି ଖାଲି ୨.୧୮ ଲକ୍ଷ ଆସନ
ଆର୍ଯ୍ୟନ୍‌ ଓ ପାଂଶୁଲ ନିଟ୍‌-ୟୁଜି ୨୦୨୬ର ଯୁଗ୍ମ ଟପ୍ପର୍‌, ଓଡ଼ିଶାର ସାତ୍ତ୍ୱିକ ପଟ୍ଟନାୟକଙ୍କ ଅଲ୍ ଇଣ୍ଡିଆ ରାଙ୍କ ୪୦
ଶରଧାବାଲିରେ ଲାଗିଲା ତିନି ରଥ; ଆସନ୍ତାକାଲି ଆଡ଼ପ ମଣ୍ଡପ ବିଜେ କରିବେ ଚତୁର୍ଦ୍ଧା ମୂର୍ତ୍ତି

ଗିରଫ ହେଲେ ହେମନ୍ତ, ମୁଖ୍ୟମନ୍ତ୍ରୀ ହେଲେ ଚମ୍ପାଇ

0

ଝାରଖଣ୍ଡ: ଶେଷରେ ଗିରଫ ହେଲେ ହେମନ୍ତ ସୋରେନ। ଝାରଖଣ୍ଡର ବିଦାୟୀ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଗିରଫ କରିଛି ଇଡି। ଜମି ଦୁର୍ନୀତି ମାମଲାରେ ଆଜି ଇଡି ତାଙ୍କୁ ଦୀର୍ଘ ୫ ଘଣ୍ଟାରରୁ ଅଧିକ ସମୟ ଜେରା କରିବା ପରେ ଗିରଫ କରିଛି।

ବିଧିବଦ୍ଧ ଭାବେ ଗିରଫ ହେବା ପୂର୍ବରୁ ହେମନ୍ତ ସୋରେନ ରାଜଭବନରେ ପହଞ୍ଚିଥିଲେ। ଇଡି ଅଧିକାରୀଙ୍କ ଉପସ୍ଥିତିରେ ସେ ରାଜ୍ୟପାଳ ସିପି ରାଧାକ୍ରିଷ୍ଣନନଙ୍କୁ ନିଜର ଇସ୍ତଫାପତ୍ର ଦେଇଥିଲେ। ଏହାପରେ ଇଡି ତାଙ୍କୁ ବିଧିବଦ୍ଧ ଭାବେ ଗିରଫ କରିଥିବା ଘୋଷଣା କରିଛି।

ଉଲ୍ଲେଖଯୋଗ୍ୟ, ଜମି ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ତାଙ୍କ ବାସଭବନରେ ପଚରାଉଚରା ଚଳାଇଥିଲା। ତାଙ୍କ ସମ୍ଭାବ୍ୟ ଗିରଫଦାରୀକୁ ନେଇ କଳ୍ପନାଜଳ୍ପନା ଲାଗି ରହିଥିଲା। ରାଞ୍ଚିର ପ୍ରମୁଖ ଅଞ୍ଚଳରେ ଧାରା ୧୪୪ ଜାରି କରାଯାଇଛି ଏବଂ ଆଇନ ଶୃଙ୍ଖଳା ପରିସ୍ଥିତିର ତଦାରଖ ପାଇଁ ଏକ ସ୍ୱତନ୍ତ୍ର ଟିମ୍‌ ଗଠନ କରାଯାଇଛି। ତେବେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲାପରେ ରାଜ୍ୟପାଳ ତାଙ୍କ ଇସ୍ତଫା ପତ୍ର ଗ୍ରହଣ କରିଛନ୍ତି। ଚମ୍ପାଇ ସୋରେନ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି।

Leave A Reply

Your email address will not be published.