ପ୍ରମୁଖ ଖବର

ବିଜେପି ଛାଡି ବିଜେଡିରେ ସାମିଲ ହେଲେ ରମାରଞ୍ଜନ ବଳିୟାର ସିଂ
୨୦ତାରିଖ ଭୋଟ୍ ପାଇଁ ଗଞ୍ଜାମରେ ମୁତୟନ ହେଲେ ୨୦ କମ୍ପାନୀ କେନ୍ଦ୍ରୀୟ ଫୋର୍ସ
ବିଜେଡି କର୍ମୀଙ୍କ ଆକ୍ରମଣ ବିଜେପି କର୍ମୀଙ୍କ ମୃତ୍ୟୁ, ୩ ଜଣ ଗୁରୁତର ଆହତ
ସ୍ଥିତି ଅଣାୟତ୍ତ ହେଉଥିବା ଦେଖି ଗଞ୍ଜାମ ଜିଲ୍ଲା ପ୍ରଶାସନ ୧୪୪ ଧାରି ଜାରି, ଗଞ୍ଜାମ ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି
ପୁରୀରେ ସଫେଇ କର୍ମଚାରୀଙ୍କ ଉପରେ ବୋମା ମାଡ଼, ଘଟଣାରେ ଦୁଇ ଜଣ ସଫେଇ କର୍ମଚାରୀ ଆହତ

ଆଇପିଏସ୍ ସ୍ତରରେ ଅଦଳବଦଳ

0

ଭୁବନେଶ୍ବର: ରାଜ୍ୟ ସରକାର ଆଜି ଆଇପିଏସ୍ ଅଫିସରସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। ରେଳବାଇ ଓ ଉପକୂଳ ସୁରକ୍ଷାର ଅତିରିକ୍ତ ଡିଜି ଦୟାଲ ଗଙ୍ଗୱାରଙ୍କୁ ପୁଲିସ ଆଧୁନିକୀକରଣ(ମଡର୍ଣ୍ଣାଇଜେସନ)ର ଅତିରିକ୍ତ ଡିଜି ଭାବେ ବଦଳି କରାଯାଇଛି।

ଆଜି ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ,୧୯୯୮ ବ୍ୟାଚ୍ ଆଇପିଏସ୍ ରାଜେଶ କୁମାରଙ୍କୁ ରେଳବାଇ ଓ ଉପକୂଳ ସୁରକ୍ଷା ଅତିରିକ୍ତ ଡିଜି ଭାବେ ବଦଳି ହୋଇଛି। ସେ ଅତିରିକ୍ତ ଭାବେ ଭୁବନେଶ୍ୱରସ୍ଥିତ ରାଜ୍ୟ ଫୋରେନ୍ସିକ ସାଇନ୍ସ ଲ୍ୟାବ୍ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ତୁଲାଇବେ। ରାଜେଶ କୁମାର ଏବେ ଏଡିଜି ମଡ଼ର୍ଣ୍ଣାଇଜେସନ ଭାବେ କାର୍ଯ୍ୟ କରୁଛନ୍ତି।

ସେହିପରି୨୦୦୭ ବ୍ୟାଚ୍ ଆଇପିଏସ୍ ଅବିନାଶ କୁମାରଙ୍କୁ ଭୁବନେଶ୍ୱର-କଟକର ଅତିରିକ୍ତ ପୁଲିସ କମିଶନର ଭାବେ ବଦଳି ହୋଇଛି। ସେ ଏବେ ଷ୍ଟେଟ ଆମର୍ଡ ପୁଲିସର ଡିଆଇଜି ଭାବେ କାର୍ଯ୍ୟ କରୁଛନ୍ତି। ୨୦୦୯ ବ୍ୟାଚ୍ ଆଇପିଏସ୍ ବ୍ରିଜେଶ କୁମାରଙ୍କୁ ସିକ୍ୟୁରିଟି ୱିଙ୍ଗରେ ଇଣ୍ଟେଲିଜେନ୍ସ ଡିଆଇଜି ଭାବେ ବଦଳି ହୋଇଛି। ସେ ଏବେ ଭୁବନେଶ୍ୱର-କଟକର ଅତିରିକ୍ତ ପୁଲିସ କମିଶନର ଭାବେ କାର୍ଯ୍ୟ କରୁଛନ୍ତି।

Leave A Reply

Your email address will not be published.