ପ୍ରମୁଖ ଖବର

ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍‌
ଇରାନୀ ଧମକ ପରେ ଟ୍ରକ୍‌ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍‌ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍‌: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ

ଆଇପିଏସ୍ ସ୍ତରରେ ଅଦଳବଦଳ

0

ଭୁବନେଶ୍ବର: ରାଜ୍ୟ ସରକାର ଆଜି ଆଇପିଏସ୍ ଅଫିସରସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। ରେଳବାଇ ଓ ଉପକୂଳ ସୁରକ୍ଷାର ଅତିରିକ୍ତ ଡିଜି ଦୟାଲ ଗଙ୍ଗୱାରଙ୍କୁ ପୁଲିସ ଆଧୁନିକୀକରଣ(ମଡର୍ଣ୍ଣାଇଜେସନ)ର ଅତିରିକ୍ତ ଡିଜି ଭାବେ ବଦଳି କରାଯାଇଛି।

ଆଜି ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ,୧୯୯୮ ବ୍ୟାଚ୍ ଆଇପିଏସ୍ ରାଜେଶ କୁମାରଙ୍କୁ ରେଳବାଇ ଓ ଉପକୂଳ ସୁରକ୍ଷା ଅତିରିକ୍ତ ଡିଜି ଭାବେ ବଦଳି ହୋଇଛି। ସେ ଅତିରିକ୍ତ ଭାବେ ଭୁବନେଶ୍ୱରସ୍ଥିତ ରାଜ୍ୟ ଫୋରେନ୍ସିକ ସାଇନ୍ସ ଲ୍ୟାବ୍ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ତୁଲାଇବେ। ରାଜେଶ କୁମାର ଏବେ ଏଡିଜି ମଡ଼ର୍ଣ୍ଣାଇଜେସନ ଭାବେ କାର୍ଯ୍ୟ କରୁଛନ୍ତି।

ସେହିପରି୨୦୦୭ ବ୍ୟାଚ୍ ଆଇପିଏସ୍ ଅବିନାଶ କୁମାରଙ୍କୁ ଭୁବନେଶ୍ୱର-କଟକର ଅତିରିକ୍ତ ପୁଲିସ କମିଶନର ଭାବେ ବଦଳି ହୋଇଛି। ସେ ଏବେ ଷ୍ଟେଟ ଆମର୍ଡ ପୁଲିସର ଡିଆଇଜି ଭାବେ କାର୍ଯ୍ୟ କରୁଛନ୍ତି। ୨୦୦୯ ବ୍ୟାଚ୍ ଆଇପିଏସ୍ ବ୍ରିଜେଶ କୁମାରଙ୍କୁ ସିକ୍ୟୁରିଟି ୱିଙ୍ଗରେ ଇଣ୍ଟେଲିଜେନ୍ସ ଡିଆଇଜି ଭାବେ ବଦଳି ହୋଇଛି। ସେ ଏବେ ଭୁବନେଶ୍ୱର-କଟକର ଅତିରିକ୍ତ ପୁଲିସ କମିଶନର ଭାବେ କାର୍ଯ୍ୟ କରୁଛନ୍ତି।

Leave A Reply

Your email address will not be published.