ପ୍ରମୁଖ ଖବର

ଭୁବନେଶ୍ୱର ସ୍ଥିତ ଲାଇଫ୍ ହୋଟେଲରେ ‘ଗୋ-ହୋମଷ୍ଟେ’ ପୋର୍ଟାଲର ଶୁଭାରମ୍ଭ
ଇଂଲଣ୍ଡକୁ ପରାସ୍ତ କରି ଫାଇନାଲ୍ ରେ ଭାରତ
ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ ଗୁରୁବାର ସନ୍ଧ୍ୟାରେ ନୂଆଦିଲ୍ଲୀରେ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି
ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି
ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଭରିଲେ ସ୍ଵାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ
ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ସୁରେଶ ପୂଜାରୀ

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

0

ଭୁବନେଶ୍ୱର: ଭିଜିଲାନ୍ସ ଫାଶରେ ମାଲକାନଗିରି କାଡା ଡିଭିଜନର କନିଷ୍ଠ ଯନ୍ତ୍ରୀ ସଂଜୟ ମହାନ୍ତି। ଆୟ ବର୍ହିଭୁତ ସଂପତ୍ତି ଠୁଳ ଅଭିଯୋଗରେ ଗିରଫ କରିଛି ଭିଜିଲାନ୍ସ। କନିଷ୍ଠ ଯନ୍ତ୍ରୀ ସଂଜୟ ମହାନ୍ତିଙ୍କ ଘର ଓ କାର୍ଯ୍ୟାଳୟରେ ଏକକାଳୀନ ଚଢ଼ାଉ ହୋଇଥିଲା। ଚଢ଼ାଉ ବେଳେ ଭଡ଼ା ଘରୁ ୧ଲକ୍ଷ ୧୫ହଜାର ଟଙ୍କା ନଗଦ ଜବତ କରିଥିଲା ଭିଜିଲାନ୍ସ। ଏହାସହ ଗୋଟିଏ କାର ଓ ବାଇକ ବି ଜବତ ହୋଇଥିଲା। ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ୭ଟି ସ୍ଥାନରେ ଚଢ଼ାଉ କରିଥିଲା।

ମାଲକାନଗିରିର ଭଡ଼ାଘର ଓ କାର୍ଯ୍ୟାଳୟ ସମେତ ବାଲେଶ୍ୱର, ଜଳେଶ୍ୱର ଓ ଭୁବନେଶ୍ୱରରେ ଚଢ଼ାଉ ଚାଲିଛି । ଏହି ଚଢ଼ାଉରେ ଜଣେ ଅତିରିକ୍ତ ଏସପିଙ୍କ ସହ ୩ ଜଣ ଡ଼ିଏସପି, ୮ ଜଣ ଇନ୍ସପେକ୍ଟର, ୮ ଜଣ ଏସଆଇ ସାମିଲ ଥିଲେ। ବାଲେଶ୍ୱର ଜଳେଶ୍ୱରରେ ଥିବା ୩ ମହଲା କୋଠା, ଭୁବନେଶ୍ୱର ରଘୁନାଥପୁରରେ ଥିବା ଫ୍ଲାଟ, ପୋଖରୀପୁଟରେ ଥିବା ସମ୍ପର୍କୀୟଙ୍କ ଘର ପ୍ରମୁଖ ସ୍ଥାନରେ ଚଢ଼ାଉ କରାଯାଇଥିଲା।

Leave A Reply

Your email address will not be published.