ପ୍ରମୁଖ ଖବର

ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍‌
ଇରାନୀ ଧମକ ପରେ ଟ୍ରକ୍‌ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍‌ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍‌: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ

ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ପରିପ୍ରେକ୍ଷୀରେ ସୋଆରେ ଓଡ଼ିଆଭାଷା, ସାହିତ୍ୟ ଓ ସଂସ୍କୃତିକୁ ନେଇ ଦୁଇ ଦିନିଆ ବିମର୍ଶ

0

ଭୁବନେଶ୍ୱର, ୨ ଫେବୃଆରି: ଆସନ୍ତା ଫେବୃଆରି ୩ ରୁ ୫ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ପରିପ୍ରେକ୍ଷୀରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ ଟୁ ବି ୟୁନିଭର୍ସିଟି ପକ୍ଷରୁ ରବିବାର ଏବଂ ସୋମବାର ଦୁଇ ଦିନ ଧରି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ଉପରେ ବିମର୍ଶ ଆୟୋଜିତ ହେବ । ଫେବୃଆରି ୪ ଓ ୫ ଦୁଇ ଦିନ ଧରି ଆୟୋଜିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମ ଓଡ଼ିଶା ସରକାରଙ୍କ ଓଡ଼ିଆଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ସୋଆର ମିଳିତ ଆନୁକୂଲ୍ୟରେ ଆୟୋଜିତ ହେବ।

ଫେବୃଆରି ୪ ତାରିଖ ଦିନ ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଓଡ଼ିଶା ସରକାରଙ୍କ କୃଷି, କୃଷକ ସଶକ୍ତିକରଣ, ମତ୍ସ୍ୟ ଏବଂ ପ୍ରାଣୀ ସମ୍ପଦ ବିଭାଗର ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ମୁଖ୍ୟ ଅତିଥି ଓ ବିଶିଷ୍ଟ ସାହିତ୍ୟିକ ଶ୍ରୀ ରାସବିହାରୀ ବେହେରା ଉଦ୍‌ଘାଟକ ଭାବେ ଯୋଗ ଦେବେ । ଏହି ଅବସରରେ ପ୍ରଶାସକ, ବୁଦ୍ଧିଜୀବି ଓ ଦୈନିକ ସମ୍ବାଦପତ୍ର ‘ସକାଳ’ର ସମ୍ପାଦକ ଶ୍ରୀ ଉମାକାନ୍ତ ମିଶ୍ର ଏବଂ ମାନବ ଶିକ୍ଷାବିତ୍ ଓ ଗବେଷକ ଶ୍ରୀ ଜଗନ୍ନାଥ ଦାସ ସମ୍ମାନିତ ଅତିଥି ଭାବେ ଯୋଗ ଦେବେ। ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିବେ ।

ପ୍ରଥମ ଦିନର କାର୍ଯ୍ୟକ୍ରମରେ ଶ୍ରୀକ୍ଷେତ୍ରର ଅଭିନୟ କଳା ବିମର୍ଶ, ଶ୍ରୀଜଗନ୍ନାଥ ଚେତନା-ଦର୍ଶନ ଓ ବାସ୍ତବତା, ଓଡ଼ିଆ ସାହିତ୍ୟ ସର୍ଜନରେ ଶ୍ରୀଜଗନ୍ନାଥ ଚେତନା, ସାରଳା ଦାସ ସାହିତ୍ୟ ବିମର୍ଶ, ବଳରାମ ଦାସ ସାହିତ୍ୟ ବିମର୍ଶ, ଜଗନ୍ନାଥ ଦାସ ସାହିତ୍ୟ ବିମର୍ଶ, ମଧ୍ୟକାଳୀନ ସାହିତ୍ୟର ବିଷୟ ବୈଚିତ୍ର୍ୟ, ମଧ୍ୟକାଳୀନ ସାହିତ୍ୟରେ ବର୍ଣ୍ଣନା ବୈଚିତ୍ର‌୍ୟ, ଓଡ଼ିଆ ପୁରାଣ ଓ ସାହିତ୍ୟ ବିମର୍ଶ, ସନ୍ଥ ସାହିତ୍ୟ ବିମର୍ଶ ଓ ଭକ୍ତି – ପ୍ରୀତି ଚେତନା ବିମର୍ଶ ଅନ୍ତର୍ଭୁକ୍ତ ।

ସେହିପରି ଦ୍ୱିତୀୟ ଦିନ ଜନଜାତି ନାଚ ଓ ଗୀତ, ଜନଜାତି କଥା ଓ ଗାଥା, ଜନଜାତି ଭାଷା, ଓଡ଼ିଆ ବର୍ଣ୍ଣ ଓ ଲିପି ବିମର୍ଶ, ବ୍ୟାକରଣ ବିମର୍ଶ, ଓଡ଼ିଆ ଅଭିଧାନ ବିମର୍ଶ, ପରମ୍ପରା ଓ ଆଧୁନିକତା, ଓଡ଼ିଆ ପାରମ୍ପରିକ ସଂଗୀତ, ଓଡ଼ିଆ ପାରମ୍ପରିକ ଅଭିନୟ କଳା, ଓଡ଼ିଆ ପାରମ୍ପରିକ ଚିତ୍ରକଳା, ଓଡ଼ିଆ ଶ୍ରାବ୍ୟକାବ୍ୟରେ ଆଧୁନିକତା, ଓଡ଼ିଆ କଥାକାବ୍ୟରେ ଆଧୁନିକତା ଓ ଓଡ଼ିଆ ଦୃଶ୍ୟକାବ୍ୟରେ ଆଧୁନିକତା ଭଳି ବିଷୟବସ୍ତୁ ଉପରେ ଆଲୋଚନା ହେବ । ଫେବୃଆରି ୫ ତାରିଖ ଦିନ ଆୟୋଜିତ ହେବାକୁ ଥିବା ଉଦ୍‌ଯାପନୀ କାର୍ଯ୍ୟକ୍ରମରେ ବିଶିଷ୍ଟ ଓଡ଼ିଆ ଔପନ୍ୟାସିକ, ଆଲୋଚକ, ସ୍ତମ୍ଭକାର ଓ ଶିକ୍ଷାବିତ୍ ଶ୍ରୀ ବିଭୁତି ପଟ୍ଟନାୟକଙ୍କୁ ସମ୍ବର୍ଦ୍ଧିତ କରାଯିବ ।

Leave A Reply

Your email address will not be published.