ପ୍ରମୁଖ ଖବର

ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍‌ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍‌ ଶଫିନ୍‌ ଅହମ୍ମଦ
ଚଳନ୍ତା ସ୍ଲିପର୍‌ ବସ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍‌
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍‌ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ

ଉଦଘାଟିତ ହେଲା ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ

0

ଭୁବନେଶ୍ବର: ଜନତା ମୈଦାନରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଉତ୍ସବରେ ସଂସ୍କୃତି ମନ୍ତ୍ରୀ ଅଶ୍ବିନୀ ପାତ୍ର, ସାହିତ୍ୟିକ ଡକ୍ଟର ସୀତାକାନ୍ତ ମହାପାତ୍ର, ଡକ୍ଟର ପ୍ରତିଭା ରାୟ ଓ ୫ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍ ପ୍ରମୁଖ ମଞ୍ଚରେ ଉପସ୍ଥିତ ଅଛନ୍ତି। ପ୍ରାରମ୍ଭରେ ସଂସ୍କୃତି ସଚିବ ସୁଜାତା କାର୍ତ୍ତିକେୟନ୍ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଭାଷା ଗୋଟିଏ ଜାତିର ଏକତାର ମହାନ ମନ୍ତ୍ର । ଆମେ ଓଡ଼ିଆ, ଓଡ଼ିଆ ଆମ ଭାଷା, ଏହା ଆମର ପରିଚୟ। ଆଜି ଆମ ଜାତି ପାଇଁ, ଆମ ଭାଷା ପାଇଁ ଗୌରବର ଦିନ ଆରମ୍ଭ ହେଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀ ଅବସରରେ ସେ କହିଛନ୍ତି ସାରା ଓଡ଼ିଶାରେ ଭାଷା ଲାଗି ସମସ୍ତେ ଏକାଠି ହୋଇଛନ୍ତି। ଓଡ଼ିଆ ଭାଷା ଏକ ଶାସ୍ତ୍ରୀୟ ଭାଷା। ଭଲ ସାହିତ୍ଯ ସୃଷ୍ଟି ଉପରେ ଆଲୋଚନା ହେଉ। ଓଡ଼ିଆ ଭାଷାର ଅଧିକ ବ୍ଯବହାର ଉପରେ ଆଲୋଚନା ହେଉ। ସାରା ଓଡ଼ିଶା ଆଜି ଭାଷା ପାଇଁ ଏକାଠି ହୋଇଛି। ଦେଶ ବିଦେଶରେ ଥିବା ଓଡ଼ିଆମାନେ ଅନଲାଇନ ଜରିଆରେ ଯୋଗ ଦେଇଛନ୍ତି। ବିଶିଷ୍ଟ ଲେଖକ, ଗବେଷକମାନେ ଆମ ସହିତ ଅଛନ୍ତି।

ଅନ୍ୟପଟେ ଓଡ଼ିଆ ଭାଷା ଏକ ଶାସ୍ତ୍ରୀୟ ଭାଷା, ଏହାର ସମୃଦ୍ଧ ଇତିହାସ ରହିଛି। ନୂଆ ନୂଆ ଶବ୍ଦ ଯୋଡ଼ି ହେଉଛି। ଆମେ ଆମ ଭାଷାର ଇତିହାସ ଜାଣିବା ବର୍ତ୍ତମାନକୁ ଦେଖିବା ଓ ଭବିଷ୍ୟତ ପାଇଁ ରାସ୍ତା ତିଆରି କରିବା। ଓଡ଼ିଆ ଭାଷାର ଉନ୍ନତି ଲାଗି ଓଡିଆ ବିଶ୍ବବିଦ୍ୟାଳୟ ପ୍ରତିଷ୍ଠା ହୋଇଛି। ସଭାରେ ଯାହା ପ୍ରସ୍ତାବ ଆସିବ ସରକାର ତାହାକୁ ଗ୍ରହଣ କରିବେ। ଏହା ସହ ମୁଖ୍ଯମନ୍ତ୍ରୀ କବି ସାରଳା ଦାସଙ୍କୁ ବି ଜଣାଇଥିଲେ ପ୍ରଣାମ। ଏହି ଅବସରରେ ଜ୍ଞାନପୀଠ ବିଜେତା ପଦ୍ମବିଭୂଷଣ ସୀତାକାନ୍ତ ମହାପାତ୍ର ଓ ପଦ୍ମଭୂଷଣ ଡକ୍ଟର ପ୍ରତିଭା ରାୟଙ୍କୁ ସମ୍ବର୍ଦ୍ଧିତ କରିଥିଲେ ମୁଖ୍ଯମନ୍ତ୍ରୀ।

Leave A Reply

Your email address will not be published.