ପ୍ରମୁଖ ଖବର

କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ
ଲାଞ୍ଚ ନେଇ ଧରାପଡ଼ିଲେ ସିଟି-ଜିଏସ୍‌ଟି ଅଧିକାରୀ
ଏସଆଇ ପରୀକ୍ଷା ଜାଲିଆତି: ଗିରଫ ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ଟ୍ରକ୍‌ ପଛରେ ପିଟି ହେଲା ବସ୍, ଡ୍ରାଇଭର ଓ ହେଲ୍‌ପର ମୃତ
ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଉରକେଲା-ରାଞ୍ଚି ସେକ୍ସନରେ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ

ମୋଦୀ ଭେଟିଦେଲେ ୬୮ହଜାର କୋଟିର ପ୍ରକଳ୍ପ

0

ସମ୍ବଲପୁର: ଆଜି ଓଡିଶା ଗସ୍ତରେ ଆସି ସମ୍ବଲପୁରରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଇଆଇଏମ ସ୍ଥାୟୀ କ୍ୟାମ୍ପସର ଲୋକାର୍ପଣ କରିଥିଲେ। ଏହା ସହ ଅନେକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ସ୍ଥାନୀୟ ସାଂସଦ, ବିଧାୟକ ଓ ଅନ୍ୟମାନେ ଯୋଗ ଦେଇଥିଲେ।

ସେହିପରି ଓଡିଶାବାସୀଙ୍କୁ ଭେଟି ଦେଇଛନ୍ତି ୬୮ ହଜାର ୧୬୦ କୋଟିର ୧୮ଟି ପ୍ରକଳ୍ପ । ଯେଉଁଥିରେ ସମ୍ବଲପୁର ରେଳଷ୍ଟେସନର ନବୀକରଣର ଶୁଭ ଦିଆଯିବା ସହ, ଖୋର୍ଦ୍ଧା-ବଲାଙ୍ଗିର ରେଳ ଲାଇନକୁ ସୋନପୁର ଆଗକୁ ଲୋକାର୍ପିତ ହେବା ସହ ସୋନପୁରରୁ ପୁରୀକୁ ନୂଆ ଟ୍ରେନ ଚଳାଚଳର ଶୁଭାରମ୍ଭ ହୋଇଛି । ଏନଟିପିସିର ଦୁଇଟି ପ୍ରକଳ୍ପର ଲୋକାର୍ପଣ ସାଙ୍ଗକୁ ବ୍ରାହ୍ମଣୀ ନଦୀରେ ଦୁଇ ଟିକିଆ ପୋଲର ଉଦଘାଟନ, ଝାରସୁଗୁଡ଼ାର ପୁରାତନ ପୋଷ୍ଟ ଅଫିସକୁ ଐତିହ୍ୟ ପ୍ରକଳ୍ପ ଭାବେ ଲୋକାର୍ପଣ କରିଥିଲେ।

ଏହା ପରେ ରେମେଡରେ ବିଶାଳ ସାଧାରଣ ସଭାରେ ଯୋଗ ଦେଇଥିଲେ ମୋଦୀ। ପଶ୍ଚିମ ଓଡିଶାର ୫ଟି ଲୋକସଭା କ୍ଷେତ୍ରରୁ ଲକ୍ଷେରୁ ଅଧିକ ଲୋକଙ୍କ ସମାଗମ ହୋଇଥିଲା। ଏହି ସମାବେଶରେ ସମ୍ବଲପୁର, ବରଗଡ, ସୁନ୍ଦରଗଡ, ବଲାଙ୍ଗିର, କଳାହାଣ୍ଡି ସଂସଦୀୟ କ୍ଷେତ୍ରର ଜନସାଧାରଣ ସାମିଲ ହୋଇଥିଲେ।ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା । ମୋଦୀଙ୍କ ଗସ୍ତ ବେଳେ ୭୦ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯିବା ସହ ସୁରକ୍ଷା ଦାୟିତ୍ୱରେ ୭ ଜଣ କମାଣ୍ଡାଂଟଙ୍କ ସହ ପ୍ରାୟ ୩ ଶହ ଅଫିସରଙ୍କୁ ନିୟୋଜିତ କରାଯାଇଥିଲା । ଉତରାଂଚଳ ପୁଲିସ ରେଞ୍ଜ ଅନ୍ତର୍ଗତ ୪ଟି ଜିଲ୍ଲରା ଏସପି ଓ ଦୁଇଜଣ ଆଇଜି ସୁରକ୍ଷା ବ୍ୟବସ୍ଥାର ତଦାରଖ କରୁଥିଲେ।

Leave A Reply

Your email address will not be published.