ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ଅବସରରେ ସୋଆରେ ‘ବନ୍ଦେ ଉତ୍କଳ ଜନନୀ’ ଗାନ

0

ଭୁବନେଶ୍ୱର, ଫେବୃଆରୀ ୩: ଫେବୃଆରୀ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ଏଠାରେ ଆୟୋଜିତ ହେବାକୁ ଥିବା ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ପରିପ୍ରେକ୍ଷୀରେ ଓ ରାଜ୍ୟ ସରକାରଙ୍କ ଆହ୍ୱାନ କ୍ରମେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟରେ ଶନିବାର ସମୂହ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରାଯାଇଥିଲା ।

ସୋଆ ବିଶ୍ୱବିଦ୍ୟାଳୟର ମୁଖ୍ୟ କାର୍ଯ୍ୟାଳୟରେ ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ, କଂଟ୍ରୋଲର ଅଫ୍ ଏଗ୍‌ଜାମିନେସନ୍ ପ୍ରଫେସର ମଞ୍ଜୁଳା ଦାସ ରେଜିଷ୍ଟ୍ରାର ପ୍ରଫେସର ବିଭୂତି ଭୂଷଣ ପ୍ରଧାନ, ଜଂଏଟ୍ ରେଜିଷ୍ଟ୍ରାର ଶ୍ରୀ ଭୀଷ୍ମ ଚରଣ ଦାସ, , ପ୍ରାଚୀନ ର ମୁଖ୍ୟ ଡକ୍ଟର ଗାୟତ୍ରୀବାଳା ପଣ୍ଡା ଓ ବିଶ୍ୱବିଦ୍ୟାଳୟ ମୁଖ୍ୟ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଉପସ୍ଥିତ ଥାଇ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରିଥିଲେ ।

ଏଥି ସହିତ ସୋଆ ର କ୍ୟାମ୍ପସ୍ -୫ ସ୍ଥିତ ଷ୍ଟାଡିୟମ୍ ରେ ମଧ୍ୟ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀ ଏହି ସମୂହ ସଂଗୀତ ଗାନ କରିଥିଲେ । ଏଥିରେ ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଂଜନ ଦାସ , ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ବିଜିନେସ୍ ଆଣ୍ଡ କମ୍ପ୍ୟୁଟର ଷ୍ଟଡିଜ୍ ( ଆଇବିସିଏସ୍‌) ର ଡିନ୍ ପ୍ରଫେସର ଅନୁପ ସାମନ୍ତରାୟ, ସ୍କୁଲ୍ ଅଫ୍ ଫାର୍ମସ୍ୟିଟୁକାଲ୍ ସାଇନସେସ୍ (ଏସ୍‌ପିଏସ୍‌) ର ଡିନ୍ ପ୍ରଫେସର ସୁଦାମ ଚନ୍ଦ୍ର ସି, ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ହାୟର ସେକେଣ୍ଡାରି ଏଜୁକେସନ୍‌ର ପ୍ରିନସିପାଲ୍ ଡ.ପି.ସି. ଦାସ ଓ ସ୍ପୋର୍ଟ ଅଫିସର ଶ୍ରୀମତି ସୁନିତା ବର୍ମା ପ୍ରମୁଖ ଉପସ୍ଥିତ ରହି ଏହି ସଂଗୀତ ଗାନ କରିଥିଲେ । ସୋଆର ଅନ୍ୟାନ୍ୟ ଶିକ୍ଷାନୁଷ୍ଠାନ ତଥା ହସ୍ପିଟାଲ୍ ମାନଙ୍କରେ ମଧ୍ୟ କର୍ମଚାରୀ ମାନଙ୍କ ଦ୍ୱାରା ‘ବନ୍ଦେ ଉତ୍କଳ ଜନନୀ’ ଗାନ କରାଯାଇଛି ।

Leave A Reply

Your email address will not be published.