ପ୍ରମୁଖ ଖବର

ବନ୍ୟା ପରିଚାଳନା ପାଇଁ ୩ ବରିଷ୍ଠ ଆଇଏଏସ ଅଧିକାରୀ ନିୟୋଜିତ
ହର୍ମୁଜ୍ ପ୍ରଣାଳୀରେ ଜାହାଜ ଚଳାଚଳ ନେଇ ଇରାନ-ଓମାନ ମଧ୍ୟରେ ସହମତି
ଅଟଳ ବିହାରୀ ବାଜପେୟୀଙ୍କ ପୁଣ୍ୟତିଥି: ‘ସଦୈବ ଅଟଳ’ରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
ଲଘୁଚାପ ପ୍ରଭାବ: ହାଇ ଆଲର୍ଟରେ ସହରାଞ୍ଚଳ, ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ
ଲଘୁଚାପ ପ୍ରଭାବ: ହାଇ ଆଲର୍ଟରେ ସହରାଞ୍ଚଳ, ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ
ଟିଏମ୍‌ସି କାର୍ଯ୍ୟାଳୟରୁ ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଟିଏମ୍‌ସି କାର୍ଯ୍ୟାଳୟରୁ ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସମ୍ଭାବ୍ୟ ବନ୍ୟା ପାଇଁ ଭଦ୍ରକରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍

ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀରେ ଡ. ଗାୟତ୍ରୀବାଳା ପଣ୍ଡାଙ୍କୁ ସମ୍ବର୍ଦ୍ଧନା

0

ଭୁବନେଶ୍ୱର, ୪।୨: ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀରେ ରାଜ୍ୟ ସରକାରଙ୍କ ପକ୍ଷରୁ କେନ୍ଦ୍ର ସାହିତ୍ୟ ଏକାଡ଼େମୀ ପୁରସ୍କାରପ୍ରାପ୍ତ ବିଶିଷ୍ଟ ସାହିତ୍ୟିକ ଡ଼. ଗାୟତ୍ରୀବାଳା ପଣ୍ଡାଙ୍କୁ ସମ୍ବର୍ଦ୍ଧିତ ତଥା ସମ୍ମାନିତ କରାଯାଇଛି। ଓଡ଼ିଆ ଭାଷା ଓ ସାହିତ୍ୟ ପ୍ରତି ବିଶେଷ ଅବଦାନ ଓ ସମ୍ମାନ ଲାଭ ନିମନ୍ତେ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି। ଅନୁରୂପ ଭାବରେ ଆହୁରି ଅନେକ ବିଶିଷ୍ଟ ତଥା ଖ୍ୟାତନାମା ସାହିତ୍ୟସାଧକମାନଙ୍କୁ ସରକାରଙ୍କ ପକ୍ଷରୁ ସମ୍ମାନିତ କରାଯାଇଛି।

କଳିଙ୍ଗ ଯୁଦ୍ଧର କାହାଣୀ ଉପରେ ଆଧାରିତ ଗାୟତ୍ରୀବାଳାଙ୍କ କବିତା ସଂକଳନ ‘ଦୟାନଦୀ’ ୨୦୧୭ମସିହାରେ ପକ୍ଷୀଘର ପ୍ରକାଶନ ସଂସ୍ଥା ଦ୍ୱାରା ଓ ଏହାର ହିନ୍ଦୀ ଅନୁବାଦ ରାଜକମଲ ପ୍ରକାଶନୀ ଦ୍ୱାରା ପ୍ରକାଶ ପାଇବା ପରେ ଏହା ଜାତୀୟସ୍ତରର ସାହତ୍ୟିକଙ୍କ ମଧ୍ୟରେ ବେଶ୍‌‌ ଆଦୃତି ଲାଭ କରିଛି। ୨୦୨୨ ମସିହାରେ ‘ଦୟାନଦୀ’କୁ କେନ୍ଦ୍ର ସାହିତ୍ୟ ଏକାଡ଼େମୀ ପୁରସ୍କାର ମିଳିଛି। ୨୦୧୧ରେ କବିତା ସଂକଳନ ‘ଗାଁ’ ପାଇଁ ପ୍ରଥମେ ଗାୟତ୍ରୀବାଳା କେନ୍ଦ୍ର ସାହିତ୍ୟ ଏକାଡ଼େମୀ ଯୁବ ପୁରସ୍କାର ପାଇଥିଲେ।

ଦୀର୍ଘ ତିନି ଦଶନ୍ଧିରୁ ଊର୍ଦ୍ଧ୍ବ ସମୟ କାଳ କବିତା, ଗପ, ଉପନ୍ୟାସ, ପ୍ରବନ୍ଧ ଓ ଖବରକାଗଜରେ ସ୍ତମ୍ଭ ରଚନା କରି ଯଥେଷ୍ଟ ପାଠକୀୟ ସ୍ୱୀକୃତି ହାସଲ କରିଥିବା କବି ଗାୟତ୍ରୀବାଳା ପଣ୍ଡାଙ୍କର ଅଦ୍ୟାବଧି ତିରିଶ ଖଣ୍ଡ ପୁସ୍ତକ ପ୍ରକାଶ ପାଇଛି। ଆହତ ପ୍ରତିଶ୍ରୁତି, ଅସ୍ପଷ୍ଟ ଈଶ୍ୱର, ଅଣାୟତ୍ତ, ଗାଁ, ଯେତିକି ଦିଶୁଚି ଆକାଶ, ଆଖି ନାଇଁ କାନ ନାଇଁ, ଏ ରାତିର ଯେତେ ତାରା, ବାଘ, ଦୟାନଦୀ, ମହେଞ୍ଜୋଦାରୋ, ପ୍ରାର୍ଥନାର ଶବ୍ଦପରି, ସ୍ତ୍ରୀଲୋକ ଗୋଟିଏ ଗୋଟିଏ ସଫଳ କବିତା ପୁସ୍ତକ ସେହିପରି ବିସର୍ଜନ, ନିଜକୁ ନେଇ ସତ ଗପ ଆଦି ଗଳ୍ପ ସଂକଳନ, ମମ୍ମି ଯାହା ଜାଣେ ନାହିଁ, ରାସ୍ତା, ରିପୋର୍ଟର ଓ ମାୟାଜାଲ ପରି ଉପନ୍ୟାସର ସେ ହେଉଛନ୍ତି ସ୍ରଷ୍ଟା। ତାଙ୍କର ପାଞ୍ଚଟି କବିତା ସଂକଳନ ଓ ଗୋଟିଏ ଗଳ୍ପ ସଙ୍କଳନ ଏବଂ ଦୁଇଟି କବିତା ସଂକଳନ ଇଂରାଜୀରେ ପ୍ରକାଶିତ ହୋଇଛି।

ଏହାବ୍ୟତୀତ ସେ ରାଜ୍ୟ ଯୁବ ପୁରସ୍କାର, ରାଜୀବ ଗାନ୍ଧୀ ସଦ୍ଭାବନା ପୁରସ୍କାର, ଉକ୍ରଳ ସାହିତ୍ୟ ସମାଜ ଯୁବ ସାହିତ୍ୟିକ ସମ୍ମାନ, ଶାରଳା କାବ୍ୟ ସମ୍ମାନ, କାଦମ୍ୱିନୀ କବିତା ସମ୍ମାନ, ଫକୀର ମୋହନ ସାହିତ୍ୟ ସମ୍ମାନ, ବସନ୍ତ ମୁଦୁଲି କବିତା ସମ୍ମାନ, ଟାଇମ୍‌‌ ପାସ୍‌‌ ସ୍ୱୟଂଶ୍ରୀ ସମ୍ମାନ, ତାଳପଦେଶ୍ୱରୀ ସାରସ୍ୱତ ସମ୍ମାନ, ଦୀପକ ମିଶ୍ର କବିତା ସମ୍ମାନ, ‘ରାଇଟର୍ସ-ଇନ୍‌‌-ରେସିଡେନ୍ସ’ ଆଟ୍‌‌ ରାଷ୍ଟ୍ରପତି ଭବନ-୨୦୧୫, ସତ୍ୟବାଦୀ ସାହିତ୍ୟ ସମ୍ମାନ ସହ ଦୁଇଦୁଇଥର ଟାଇମ୍ସ ପାୱାର ୱିମେନ୍‌‌ ସମ୍ମାନରେ ସମ୍ମାନିତ ହୋଇଛନ୍ତି।

ଏହି ଉତ୍ସବରେ ଜୟଦେବ ପୁରସ୍କାରରେ ସମ୍ମାନିତ ପ୍ରଣବ ପଟ୍ଟନାୟକ, ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଅପୂର୍ବ ବୀର, ଡ. ରାଜେନ୍ଦ୍ର କିଶୋର ପଣ୍ଡା, ସୌଭାଗ୍ୟ କୁମାର ମିଶ୍ର, ଡ. ପ୍ରଫୁଲ ମହାନ୍ତି, ଡ. ରାମଚନ୍ଦ୍ର ବେହେରା, ଡ. ବଂଶୀଧର ଷଡ଼ଙ୍ଗୀ, ଗୌରହରି ଦାସ, କବୟତ୍ରୀ ଯଶୋଧରା ମିଶ୍ର, ଗାୟତ୍ରୀ ସରାଫ, ତରୁଣକାନ୍ତି ମିଶ୍ର, ଡ. ହୃଶିକେଷ ମଲ୍ଲିକ ଏବଂ ଡ. ଆଶୁତୋଷ ପରିଡ଼ା, ଘନଶ୍ୟାମ ମହାପାତ୍ର ପ୍ରମୁଖଙ୍କୁ ମଧ୍ୟ ସମ୍ମାନିତ କରାଯାଇଛି।

Leave A Reply

Your email address will not be published.