ପ୍ରମୁଖ ଖବର

ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍‌
ଇରାନୀ ଧମକ ପରେ ଟ୍ରକ୍‌ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍‌ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍‌: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ

ପ୍ରଥମ ସୋଆ ଅନ୍ତଜାର୍ତୀୟ ଗ୍ରାଣ୍ଡ୍ ମାଷ୍ଟର୍ସ ଚେସ୍ ଉଦ୍‌ଯାପିତ

0

ଭୁବନେଶ୍ୱର, ଫେବୃୟାରୀ ୦୫: ପ୍ରଥମ ସୋଆ ଅନ୍ତଜାର୍ତୀୟ ଗ୍ରାଣ୍ଡ୍ ମାଷ୍ଟର୍ସ ଚେସ୍ ଉତ୍ସବ ଏ’ ବର୍ଗରେ ଗ୍ରାଣ୍ଡ ମାଷ୍ଟର ( ଜିଏମ୍‌) ସାୟନ୍ତନ ଦାସ (୨୫୨୪) ଚାମ୍ପିଅନ ହୋଇଛନ୍ତି । ସେ ସର୍ବାଧିକ ୮ ପଏଂଟ୍ ସହ ପ୍ରଥମ ସ୍ଥାନ ହାସଲ କରିଥିଲେ । ଜିଏମ୍ ଦୀପ୍ତାୟନ ଘୋଷ (୨୫୬୮) ୭.୫ ପଏଂଟ୍ ସହ ରନର୍ସ ଅପ୍ ଏବଂ ସମାନ ପଏଂଟ୍ ସହ ଓଡିଆ ଆଇଏମ୍ ସମ୍ବିତ ପଣ୍ଡା (୨୪୦୪) ରେ ତୃତୀୟ ସ୍ଥାନ ହାସଲ କରିଛନ୍ତି । ସେହିପରି ସି’ ବର୍ଗରେ ହରିଆନାର ବ୍ୟୋମ ମାଲହୋତ୍ରା ୯ ରାଉଣ୍ଡରୁ ସର୍ବାଧିକ ୮ ପଏଂଟ୍ ପାଇ ଚାମ୍ପିିଅନ୍‌, ସମାନ ପଏଂଟ୍ ରଖି ଇଶା ସିହ୍ନା ରନର୍ସଅପ୍‌, ଆରିତ କପିଲ ତୃତୀୟ ଏବଂ ଓଡିଶାର ସୃଜନ ପ୍ରଣୟୀ ରୟ ଚତୁର୍ଥ ସ୍ଥାନ ହାସଲ କରିଥିଲେ ।

ଉଦ୍‌ଯାପନୀ ଉତ୍ସବରେ ସର୍ବଭାରତୀୟ ଚେସ୍ ସଂଘ ସଭାପତି ଡ. ସଂଜୟ କପୁର ମୁଖ୍ୟ ଅତିଥି ଏବଂ ସୋଆ କୁଳପତି ପ୍ରଫେସର ପି.କେ ନନ୍ଦ, ଶ୍ରୀମୟୀ ଶ୍ୱେତାସ୍ନିଗ୍ଧା ମିଶ୍ର ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ପୁରସ୍କାର ପ୍ରଦାନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଓଡିଶା ସଂଘର ସଭାପତି ଜି.ସି ମହାପାତ୍ର, ସମ୍ପାଦକ ଦେବବ୍ରତ ଭଟ୍ଟ, ସୋଆ ଛାତ୍ର ମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଂଜନ ଦାସ, ଶଙ୍କର ପ୍ରସାଦ ମିଶ୍ର ଏବଂ ତାପସ କୁମାର ମହାନ୍ତି ପ୍ରମୁଖ ଉପସ୍ଥିତ ରହିଥିଲେ ।

ସାୟନ୍ତନ ଓ ଦୀପ୍ତାୟାନ୍ ଅନ୍ତିମ ବାଜି ଡ୍ର’ ରଖି ପଏଂଟ୍ ଭାଗ କରିଥିଲେ । ସମ୍ବିିତ କିନ୍ତୁ ଶୁଭୟନ କୁଣ୍ଡୁ ସମେଦଙ୍କୁ ହରାଇଥିଲେ । ଓଡିଆ ଆଇଏମ୍ ସିଦ୍ଧାନ୍ତ ମହାପାତ୍ର ୫.୫ ପଏଂଟ୍ ସହ ୩୫ତମ ସ୍ଥାନରେ ରହିଥିଲେ । ଅନ୍ୟ ଓଡିଆଙ୍କ ମଧ୍ୟରେ ପ୍ରିଅଂଶ ଦାସ ୫ ପଏଂଟ୍‌, ନିଲସୁ ପଟ୍ଟନାୟକ ୫ ପଏଂଟ୍‌, ସାଇନା ସାଲୋନିକା ୨. ୫ ପଏଂଟ୍ ଓ ରାଜେଶ ନାୟକ ୦.୫ ପଏଂଟ୍ ପାଇଥିଲେ । ସି’ ବର୍ଗରେ ଶ୍ରେଷ୍ଠ ୧୦ସ୍ଥାନ ମଧ୍ୟରେ ଓଡିଶାର ଏସ୍‌,କେ ସୟଦ (୭ ପଏଂଟ୍‌, ନବମ ସ୍ଥାନ ) ରହିଥିଲେ । ଏ’ବର୍ଗରେ ଶ୍ରେଷ୍ଠ ୪୦ତମ ସ୍ଥାନ ମଧ୍ୟରେ ଥିବା ଖେଳାଳିଙ୍କ ସହ ବିଭିନ୍ନ ସ୍ୱତନ୍ତ୍ର ପୁରସ୍କାର ପ୍ରଦାନ କରାଯାଇଥିଲା । ଚାମ୍ପିିଅନ୍ ସାୟନ୍ତନଙ୍କୁ ଟ୍ରଫି ସହ ୩ ଲକ୍ଷ, ରନର୍ସଅପ୍ ଦୀପ୍ତାୟନଙ୍କୁ ଟ୍ରଫି ସହ ୨ଲକ୍ଷ, ତୃତୀୟ ସ୍ଥାନ ହାସଲ କରିଥିବା ସମ୍ବିତଙ୍କୁ ଟ୍ରଫି ସହ ୧ଲକ୍ଷ ୫୦ ହଜାର ଏବଂ ଚତୁର୍ଥ ସ୍ଥାନ ହାସଲରେ ଥିବା ନୀଲାଶ ସାହାଙ୍କୁ ୯୦ ହଜାର ଟଙ୍କା ପୁରସ୍କାର ମିଳିଥିଲା ।

ସେମିତି ସି’ବର୍ଗର ଚାମ୍ପିିଅନ୍‌ଙ୍କୁ ୭୫ ହଜାର ଟଙ୍କା ସହ ଟ୍ରଫି, ରନର୍ସଅପ୍ ଙ୍କୁ ୫୦ ହଜାର ସହ ଟ୍ରଫିଏବଂ ତୃତୀୟ ସ୍ଥାନ ହାସଳ କରିଥିବା ଆରିତଙ୍କୁ ୪୦ ହଜାର ଟଙ୍କା ସହ ଟ୍ରଫି ପ୍ରଦାନ କରାଯାଇଥିଲା । ଏହି ବର୍ଗରେ ଶ୍ରେଷ୍ଠ ୩୫ଜଣ ଏବଂ ଅନ୍ୟାନ୍ୟ ସ୍ୱତନ୍ତ୍ର ପୁରସ୍କାର ପ୍ରଦାନ କରାଯାଇଥିଲା ।

Leave A Reply

Your email address will not be published.