ପ୍ରମୁଖ ଖବର

ଅକ୍ଟୋବର-ଡିସେମ୍ବରରେ ବଢ଼ିପାରେ ରେପୋ ରେଟ୍‌, ମହଙ୍ଗା ତେଲ ନେଇ ଚିନ୍ତା
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି, ବିଶ୍ୱ ମଞ୍ଚରେ ଓଡ଼ିଶାର ସ୍ୱାଦ
ନୂଆଦିଲ୍ଲୀରେ ବିଶ୍ୱ ନେତାଙ୍କ ସମାଗମ, ଆରମ୍ଭ ହେଲା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ
ଦିଲ୍ଲୀର ନିର୍ମାଣ ଶ୍ରମିକଙ୍କୁ ମିଳିବ ମାଗଣା ଚିକିତ୍ସା, ସ୍ୱାସ୍ଥ୍ୟ ଯୋଜନାକୁ ଉପରାଜ୍ୟପାଳଙ୍କ ମଞ୍ଜୁରି
ଦିଲ୍ଲୀର ନେତା-ଅଧିକାରୀଙ୍କ ସମ୍ପତ୍ତି ସାର୍ବଜନୀନ କରାଯାଉ: କିରଣ ବେଦୀ

ସୋଆ ପରିଦର୍ଶନରେ ପ୍ରଫେସର ଆର୍ଲୋ ଗ୍ରିଫିଥ୍‌ସ

0

ଭୁବନେଶ୍ୱର, ଫେବୃଆରୀ ୦୭: ମହାଭାରତ କାବ୍ୟକୁ ନେଇ ଦୀର୍ଘ ୨୦ ବର୍ଷ ହେବ ଗବେଷଣା ଚଳାଇଥିବା ହଲାଣ୍ଡର ପ୍ରଫେସର ଆର୍ଲୋ ଗ୍ରିଫିଥ୍‌ସ ବୁଧବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସେଂଟର ଫର୍ ପ୍ରିଜରଭେସନ୍‌, ପ୍ରୋପାଗେସନ୍‌ ଆଣ୍ଡ ରେଷ୍ଟୋରେସନ୍ ଅଫ୍ ଆନ୍‌ସିଏଂଟ୍ କଲ୍‌ଚର ଆଣ୍ଡ ହେରିଟେଜ୍ ଅଫ୍ ଇଣ୍ଡିଆ (ପ୍ରାଚୀନ୍‌) ପରିଦର୍ଶନ କରିବା ସହ ଗବେଷକ ମାନଙ୍କ ସହ ଆଲୋଚନା କରିଥିଲେ ।

ପ୍ରାଚୀନ ପକ୍ଷରୁ ପ୍ରକାଶିତ ହେଉଥିବା ସାରୋଳ ମହାଭାରତର ପାଠ ଆଧାରିତ ତଥ୍ୟ ସମ୍ପର୍କରେ ଜାଣିବା ପାଇଁ ସେ ଅଧିକ ଆଗ୍ରହ ପ୍ରକାଶ କରିଥିଲେ । ପ୍ରଫେସର ଗ୍ରିଫିଥ୍‌ସ ଫ୍ରେଂଚ ସ୍କୁଲ୍ ଅଫ୍ ଏସିଆନ୍ ଷ୍ଟଡିଜ୍‌ରେ ଦକ୍ଷିଣ ପୂର୍ବ ଏସିଆ ପ୍ରଫେସର ଭାବେ କାର୍ଯ୍ୟ କରନ୍ତି । ପ୍ରାଞ୍ଜଳ ଭାବେ ଓଡ଼ିଆ ଭାଷା କହିପାରୁଥିବା ତଥା ନିୟମିତ ଓଡ଼ିଶା ଆସୁଥିବା ପ୍ରଫେସର ଗ୍ରିଫିଥ୍‌ସ ମହାଭାରତ କାବ୍ୟକୁ ନେଇ ଗବେଷଣା କରୁଛନ୍ତି । ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଆୟୋଜିତ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀରେ ଯୋଗ ଦେବା ପାଇଁ ସେ ଭୁବନେଶ୍ୱର ଆସିଥିଲେ। ସେ ବର୍ତମାନ ଇଣ୍ଡୋନେସିଆରେ ଅବସ୍ଥାପିତ ।

ଏହି ଅବସରରେ ସେ ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ । ଏହି ସାକ୍ଷାତ ଆଲୋଚନା ସମୟରେ ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଏବଂ ପ୍ରାଚୀନ୍‌ର ସାରୋଳ ମହାଭାରଥ ସମ୍ପାଦକ ମଣ୍ଡଳୀର ସଦସ୍ୟ ପ୍ରଫେସର ଗୈାରାଙ୍ଗ ଚରଣ ଦାସ, ପ୍ରଫେସର ପ୍ରଦୀପ୍ତ କୁମାର ପଣ୍ଡା ଏବଂ ପ୍ରଫେସର ସନ୍ତୋଷ କୁମାର ରଥ ଉପସ୍ଥିତ ଥିଲେ ।

Leave A Reply

Your email address will not be published.