ପ୍ରମୁଖ ଖବର

ଯୁକ୍ତ ଦୁଇ ଫର୍ମପୂରଣ ଅବଧି ବୃଦ୍ଧି
ସୁଦାନରେ ଓଡ଼ିଆ ଯୁବକଙ୍କୁ ଉଦ୍ଧାର ପାଇଁ ବୈଦେଶିକ ମନ୍ତ୍ରଣାଳୟକୁ ଅନୁରୋଧ କଲେ ନବୀନ
ଏସ୍‌ଆଇ ଜାଲିଆତି ମାମଲା: ୫ ଦିନିଆ ରିମାଣ୍ଡରେ ଯିବେ ଶଙ୍କର ଓ ସୁରେଶ
ମାଲବାହୀ ଟ୍ରେନ୍କୁ ଧକ୍କା ଦେଲା ଯାତ୍ରୀବାହୀ ଟ୍ରେନ୍, ୧୦ ମୃତ, ଅନେକ ଆହତ
୬୦ ହଜାର ଲାଞ୍ଚ ନେଇ ବନ୍ଧା ହେଲେ ଆରଆଇ
ଉତ୍କଳ ବିଲ୍‌ଡର୍ସରେ ଆୟକର ଚଢ଼ାଉ
କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରକୁ ଗଡ଼ିବ ୩ ସ୍ପେଶାଲ ଟ୍ରେନ୍‌
ବରମୁଣ୍ଡା ବସଷ୍ଟାଣ୍ଡରେ ମା’-ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଗିରଫ
୭ରେ ସ୍କୁଲ, କଲେଜରେ ଛାତ୍ରୀଛାତ୍ରୀ ଗାଇବେ ’ବନ୍ଦେ ମାତରମ’

ଉପସ୍ଥାପିତ ହେଲା ୨୦୨୪-୨୫ ଆର୍ଥିକ ବର୍ଷର ଅନ୍ତରୀଣ ବଜେଟ

0

ଭୁବନେଶ୍ବର: ବିଧାନସଭାରେ ଉପସ୍ଥାପିତ ହେଲା ୨୦୨୪-୨୫ ଆର୍ଥିକ ବର୍ଷର ଅନ୍ତରୀଣ ବଜେଟ। ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ବିକ୍ରମ ଆରୁଖ । ମୋଟ ୨ ଲକ୍ଷ ୫୫ କୋଟି ଟଙ୍କାର ବଜେଟ ଉପସ୍ଥାପନ କରାଯାଇଛି । ଏଥିରେ ୧ ଲକ୍ଷ ୧୮ ହଜାର ଟଙ୍କାର କାମଚଳା ବଜେଟ ରହିଛି।

ବିପର୍ଯ୍ୟୟ ପରିଚାଳନା ପାଇଁ ୩୯୭୦.୩୯ କୋଟି ଟଙ୍କା ମଞ୍ଜୁର ହୋଇଛି। ସ୍କୁଲ ଓ ଗଣଶିକ୍ଷା ପାଇଁ ୨୪୭୬୪.୨୮ କୋଟି, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ପାଇଁ ୧୯୭୨୯.୩୩ କୋଟି ଟଙ୍କା ବ୍ୟୟ ବରାଦ ହୋଇଛି। ସେହିପରି ଗୃହ ନିର୍ମାଣ ଓ ସହରାଞ୍ଚଳ ବିକାଶ ପାଇଁ ୯୮୬୮.୩୮ କୋଟି, କ୍ରିଡ଼ା ଯୁବ ବ୍ୟାପାର ପାଇଁ ୧୩୦୪.୯୫ କୋଟି, ପଞ୍ଚାୟତିରାଜ ଓ ପାନୀୟ ଜଳ ପାଇଁ ୨୨୫୪୩.୩୩ କୋଟି, ଜଳ ସମ୍ପଦ ପାଇଁ ୧୩୨୬୭.୪୦ କୋଟି, ଜଙ୍ଗଲ ଓ ପରିବେଶ ବିଭାଗ ପାଇଁ ୧୨୧୯.୩୧ କୋଟି, କୃଷି ଓ କୃଷକ ସଶକ୍ତିକରଣ ପାଇଁ ୭୯୨୩.୮୭ କୋଟି ଟଙ୍କା ବ୍ୟୟ ମଞ୍ଜୁର ହୋଇଛି। ଏହି ବଜେଟର କୃଷି ଓ ଅନୁଷଙ୍ଗିକ କ୍ଷେତ୍ର ପାଇଁ ୨୮,୯୪୪ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି ଯାହାକି ପୂର୍ବ ବର୍ଷର ବ୍ୟୟବରାଦ ତୁଳନାରେ  ୧୬.୬ ପ୍ରତିଶତ ଅଧିକ ଅଟେ । ରାଜ୍ୟର କୃଷି ଅଭିବୃଦ୍ଧିକୁ ତ୍ବରାନ୍ବିତ କରିବା ଓ ଦାରିଦ୍ର୍ୟ ହ୍ରାସ ପାଇଁ କାଳିଆ ଯୋଜନା ଆରମ୍ଭ କରାଯାଇଛି ।

ଗ୍ରାମୀଣ ବିକାଶ ପାଇଁ ୯୩୩୦ କୋଟି, ପର୍ଯ୍ୟଟନ ପାଇଁ ୮୧୭.୯୫ କୋଟି, ମତ୍ସ୍ୟ ଓ ପଶୁ ସମ୍ପଦ ପାଇଁ ୧୯୩୭.୬୫ କୋଟି, ମହିଳା ଓ ଶିଶୁ ବିକାଶ ପାଇଁ ୫୦୧୫.୧୫ କୋଟି, ଉଚ୍ଚ ଶିକ୍ଷା ପାଇଁ ୩୪୬୯.୮୩ କୋଟି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଲାଗି ୨୧୯.୮୨ କୋଟି, ମିଶନ ଶକ୍ତି ପାଇଁ ୨୭୬୦.୮୧ କୋଟି ଟଙ୍କା ବ୍ୟୟ ମଞ୍ଜୁର ହୋଇଛି।

ରାଜ୍ୟ ଅବିବୃଦ୍ଧି ହାର ଜାତୀୟ ହାରରୁ ଅଧିକ ରହିଛି । ରାଜ୍ୟ ଅଭିବୃଦ୍ଧି ହାର ୭.୨୫ ପ୍ରତିଶତ ରହିଛି । ଯାହା ଜାତୀୟ ହାରଠାରୁ ୧ ପ୍ରତିଶତ ଅଧିକ । ଆଗାମୀ ଆର୍ଥିକ ବର୍ଷରେ ଅଭିବୃଦ୍ଧି ହାର ୮.୫ ପ୍ରତିଶତ ଆକଳନ କରାଯାଇଛି ।

Leave A Reply

Your email address will not be published.