ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

ଉପସ୍ଥାପିତ ହେଲା ୨୦୨୪-୨୫ ଆର୍ଥିକ ବର୍ଷର ଅନ୍ତରୀଣ ବଜେଟ

0

ଭୁବନେଶ୍ବର: ବିଧାନସଭାରେ ଉପସ୍ଥାପିତ ହେଲା ୨୦୨୪-୨୫ ଆର୍ଥିକ ବର୍ଷର ଅନ୍ତରୀଣ ବଜେଟ। ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ବିକ୍ରମ ଆରୁଖ । ମୋଟ ୨ ଲକ୍ଷ ୫୫ କୋଟି ଟଙ୍କାର ବଜେଟ ଉପସ୍ଥାପନ କରାଯାଇଛି । ଏଥିରେ ୧ ଲକ୍ଷ ୧୮ ହଜାର ଟଙ୍କାର କାମଚଳା ବଜେଟ ରହିଛି।

ବିପର୍ଯ୍ୟୟ ପରିଚାଳନା ପାଇଁ ୩୯୭୦.୩୯ କୋଟି ଟଙ୍କା ମଞ୍ଜୁର ହୋଇଛି। ସ୍କୁଲ ଓ ଗଣଶିକ୍ଷା ପାଇଁ ୨୪୭୬୪.୨୮ କୋଟି, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ପାଇଁ ୧୯୭୨୯.୩୩ କୋଟି ଟଙ୍କା ବ୍ୟୟ ବରାଦ ହୋଇଛି। ସେହିପରି ଗୃହ ନିର୍ମାଣ ଓ ସହରାଞ୍ଚଳ ବିକାଶ ପାଇଁ ୯୮୬୮.୩୮ କୋଟି, କ୍ରିଡ଼ା ଯୁବ ବ୍ୟାପାର ପାଇଁ ୧୩୦୪.୯୫ କୋଟି, ପଞ୍ଚାୟତିରାଜ ଓ ପାନୀୟ ଜଳ ପାଇଁ ୨୨୫୪୩.୩୩ କୋଟି, ଜଳ ସମ୍ପଦ ପାଇଁ ୧୩୨୬୭.୪୦ କୋଟି, ଜଙ୍ଗଲ ଓ ପରିବେଶ ବିଭାଗ ପାଇଁ ୧୨୧୯.୩୧ କୋଟି, କୃଷି ଓ କୃଷକ ସଶକ୍ତିକରଣ ପାଇଁ ୭୯୨୩.୮୭ କୋଟି ଟଙ୍କା ବ୍ୟୟ ମଞ୍ଜୁର ହୋଇଛି। ଏହି ବଜେଟର କୃଷି ଓ ଅନୁଷଙ୍ଗିକ କ୍ଷେତ୍ର ପାଇଁ ୨୮,୯୪୪ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି ଯାହାକି ପୂର୍ବ ବର୍ଷର ବ୍ୟୟବରାଦ ତୁଳନାରେ  ୧୬.୬ ପ୍ରତିଶତ ଅଧିକ ଅଟେ । ରାଜ୍ୟର କୃଷି ଅଭିବୃଦ୍ଧିକୁ ତ୍ବରାନ୍ବିତ କରିବା ଓ ଦାରିଦ୍ର୍ୟ ହ୍ରାସ ପାଇଁ କାଳିଆ ଯୋଜନା ଆରମ୍ଭ କରାଯାଇଛି ।

ଗ୍ରାମୀଣ ବିକାଶ ପାଇଁ ୯୩୩୦ କୋଟି, ପର୍ଯ୍ୟଟନ ପାଇଁ ୮୧୭.୯୫ କୋଟି, ମତ୍ସ୍ୟ ଓ ପଶୁ ସମ୍ପଦ ପାଇଁ ୧୯୩୭.୬୫ କୋଟି, ମହିଳା ଓ ଶିଶୁ ବିକାଶ ପାଇଁ ୫୦୧୫.୧୫ କୋଟି, ଉଚ୍ଚ ଶିକ୍ଷା ପାଇଁ ୩୪୬୯.୮୩ କୋଟି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଲାଗି ୨୧୯.୮୨ କୋଟି, ମିଶନ ଶକ୍ତି ପାଇଁ ୨୭୬୦.୮୧ କୋଟି ଟଙ୍କା ବ୍ୟୟ ମଞ୍ଜୁର ହୋଇଛି।

ରାଜ୍ୟ ଅବିବୃଦ୍ଧି ହାର ଜାତୀୟ ହାରରୁ ଅଧିକ ରହିଛି । ରାଜ୍ୟ ଅଭିବୃଦ୍ଧି ହାର ୭.୨୫ ପ୍ରତିଶତ ରହିଛି । ଯାହା ଜାତୀୟ ହାରଠାରୁ ୧ ପ୍ରତିଶତ ଅଧିକ । ଆଗାମୀ ଆର୍ଥିକ ବର୍ଷରେ ଅଭିବୃଦ୍ଧି ହାର ୮.୫ ପ୍ରତିଶତ ଆକଳନ କରାଯାଇଛି ।

Leave A Reply

Your email address will not be published.