ପ୍ରମୁଖ ଖବର

ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ
ୟୁନେସ୍କୋ ମେମୋରୀ ଅଫ ଦ ଓ୍ବର୍ଲ୍ଡ ରେଜିଷ୍ଟରରେ ସ୍ଥାନ ପାଇଲା ‘ଭଗବଦ ଗୀତା’ ଓ ‘ନାଟ୍ୟଶାସ୍ତ୍ର’
ମାଲେସିଆ ଗସ୍ତରେ ଯିବେ ଓଡ଼ିଶା ଚାଷୀ
ଛତିଶଗଡ଼ ସୁକମାରେ ୯ ମହିଳା ନକ୍ସଲଙ୍କ ସମେତ ୨୨ ଜଣଙ୍କ ଆତ୍ମସମର୍ପଣ କରିଛନ୍ତି
କ୍ରୀଡ଼ା ବିକାଶ ପାଇଁ ୪ ହଜାର କୋଟି ଟଙ୍କା ଖର୍ଚ୍ଚ କରିବେ ଓଡ଼ିଶା ସରକାର
ସଂସଦୀୟ ବ୍ୟାପାର ସଚିବ ଭାବେ ନିଯୁକ୍ତ ହେଲେ ଆଇଏଏସ ନିକୁଞ୍ଜ ବିହାରୀ ଧଳ
୩୫ଟି ଔଷଧ ଉପରେ କଟକଣା ଲଗାଇଲେ ସରକାର

ଓଡିଶାରେ ପହଁଞ୍ଚିଲା ରାଣୀ ମାଆଙ୍କ ପାର୍ଥିବ ଶରୀର

0

ଭୁବନେଶ୍ବର: ପ୍ରଖ୍ୟାତ ରାଜନୀତିଜ୍ଞ, ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାରୀ ଦେଓ ପାର୍ଥିବ ଶରୀର ଓଡ଼ିଶାରେ ପହଞ୍ଚିଛି। ମରଶରୀର ଏୟାରପୋର୍ଟରେ ପହଞ୍ଚିବା ପରେ ଶେଷ ଶୋଭାଯାତ୍ରାରେ ଆସିଥିଲେ ରାଣୀ ମାଆ। ସେଠାରୁ ଶଙ୍ଖ ଭବନକୁ ଆସିଥିଲା ପାର୍ଥିବ ଶରୀର। ସେଠାରେ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ରାଣୀଙ୍କର ଅନ୍ତିମ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ବିଜେଡି ନେତାମାନେ ତାଙ୍କର ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ସେଠାରୁ ବିଧାନସଭା ପରିସରକୁ ନିଆଯାଇ ସେଠାରେ ଗାର୍ଡଅଫ ଅନର ପ୍ରଦାନ କରାଯାଇଛି। ବିଧାୟକ ଓ ଅନେକ ଦଳର ନେତାମାନେ ତାଙ୍କର ଶେଷ ଦର୍ଶନ କରିଥିଲେ।

ଏହାପରେ ସୁଜ୍ଞାନ କୁମାରୀ ଦେଓଙ୍କ ପାର୍ଥିବ ଶରୀରକୁ ବିଧାନସଭା ନିଆଯାଇଥିଲା। ସେଠାରେ ବାଚସ୍ପତି ଓ ବିଧାୟକ ମାନେ ତାଙ୍କୁ ଶ୍ରଦ୍ଧାଂଜଳି ଜଣାଇଥିଲେ। ଆସନ୍ତାକାଲି ଶେଷକୃତ୍ୟ ପାଇଁ ତାଙ୍କର ପାର୍ଥିବ ଶରୀରକୁ ଖଲ୍ଲିକୋଟରେ ଥିବା ରାଜପରିବାରର ଶ୍ମଶାନ ଘାଟକୁ ନିଆଯିବ। ରେ ତାଙ୍କର ଶେଷକୃତ୍ୟ କରାଯିବ।

ସୁଜ୍ଞାନ କୁମାରୀ ଦେଓଙ୍କର ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଥିଲା। ଗତକାଲି ରାତି ୧୨ଟା ୪୪ ମିନିଟରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। ତାଙ୍କୁ ୮୭ ବର୍ଷ ହୋଇଥିଲା। ପ୍ରବାଦପୁରୁଷ ବିଜୁବାବୁଙ୍କ ଅନ୍ୟତମ ଘନିଷ୍ଠ ସହଯୋଗୀ ଥିଲେ। ସୁଜ୍ଞାନ କୁମାରୀ ଏକାଧାରର ନେତ୍ରୀ, ସମାଜସେବୀ, ଆସୁ ଲେଖିକା, ଷ୍ଟାମ୍ପ ସଂଗ୍ରାହକ ଥିଲେ। ୧୯୩୭ ମସିହା ଅଗଷ୍ଟ ୫ରେ ଜନ୍ମଗ୍ରହଣ କରିଥିଲେ ସୁଜ୍ଞାନ। ପିତା ରାଜା ଆର.ଭି.ଏମ ନୀଳାଦ୍ରି ଦେଓଙ୍କ କନ୍ଯା ଭାବେ ସେ ରାଜକାର୍ଯ୍ୟରେ ନିଜକୁ ନିୟୋଜିତ କରିଥିଲେ ବି ସମାଜସେବାକୁ କରିଥିଲେ ଜୀବନର ବ୍ରତ। ସ୍ୱାମୀ ପୂର୍ଣ୍ଣଚନ୍ଦ୍ର ମର୍ଦ୍ଦରାଜ ଦେଓ ବହୁବର୍ଷ ଆଗରୁ ଇହଲୀଳା ସାଂଗ କରିଥିଲେ। ୧୯୬୧ ମସିହାରେ ଭି. ସୁଜ୍ଞାନ ରାଜନୈତିକ କ୍ୟାରିଅର ଆରମ୍ଭ କରିଥିଲେ। ୧୯୬୧, ୧୯୭୪, ୧୯୭୭, ୧୯୮୫, ୧୯୯୦, ୧୯୯୫, ୨୦୦୦, ୨୦୦୪, ୨୦୦୯ ଓ ୨୦୧୪ରେ ବିଧାୟିକା ନିର୍ବାଚିତ ହୋଇଥିଲେ ।

Leave A Reply

Your email address will not be published.