ପ୍ରମୁଖ ଖବର

ଫିଟନେସ୍‌ ବିନା ରାସ୍ତାରେ ଗଡ଼ିବନି ଗାଡ଼ି; ନିୟମ ଭଙ୍ଗିଲେ ହେବ ଜବତ
ଭୁବନେଶ୍ୱରରେ ନିର୍ମାଣ ହେବ ୬୦୦ କୋଟି ଟଙ୍କାର ଅତ୍ୟାଧୁନିକ ରାଜସ୍ୱ ଭବନ
ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ
ଶିଶୁ ବାଟିକା ଶିକ୍ଷକ ନିଯୁକ୍ତି ନେଇ ଭାଇରାଲ ଚିଠି ଜାଲ୍, ସ୍ପଷ୍ଟ କଲା ଗଣଶିକ୍ଷା ବିଭାଗ
ୱାୟାନାଡରେ ଭୟଙ୍କର ଭୂସ୍ଖଳନ: ୩ ମୃତ, ୭ ନିଖୋଜ; ଜାରି ରହିଛି ଉଦ୍ଧାର କାର୍ଯ୍ୟ
ନାଟୋ ସମ୍ମିଳନୀ ପୂର୍ବରୁ ୟୁକ୍ରେନ୍‌ ଉପରେ ରୁଷର ଭୟଙ୍କର ଆକ୍ରମଣ, ୨୩ ମୃତ
ତେଲ ନଦୀରେ ଭାସି ଯାଇ ବୃଦ୍ଧଙ୍କ ମୃତ୍ୟୁ
ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦୀ
ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି
ଭୁବନେଶ୍ବର: ଦାମୀ ଗାଡ଼ିରେ ବ୍ରାଉନସୁଗାର କାରବାର, ବାପ–ପୁଅ ଗିରଫ

ଓଡିଶାରେ ପହଁଞ୍ଚିଲା ରାଣୀ ମାଆଙ୍କ ପାର୍ଥିବ ଶରୀର

0

ଭୁବନେଶ୍ବର: ପ୍ରଖ୍ୟାତ ରାଜନୀତିଜ୍ଞ, ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାରୀ ଦେଓ ପାର୍ଥିବ ଶରୀର ଓଡ଼ିଶାରେ ପହଞ୍ଚିଛି। ମରଶରୀର ଏୟାରପୋର୍ଟରେ ପହଞ୍ଚିବା ପରେ ଶେଷ ଶୋଭାଯାତ୍ରାରେ ଆସିଥିଲେ ରାଣୀ ମାଆ। ସେଠାରୁ ଶଙ୍ଖ ଭବନକୁ ଆସିଥିଲା ପାର୍ଥିବ ଶରୀର। ସେଠାରେ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ରାଣୀଙ୍କର ଅନ୍ତିମ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ବିଜେଡି ନେତାମାନେ ତାଙ୍କର ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ସେଠାରୁ ବିଧାନସଭା ପରିସରକୁ ନିଆଯାଇ ସେଠାରେ ଗାର୍ଡଅଫ ଅନର ପ୍ରଦାନ କରାଯାଇଛି। ବିଧାୟକ ଓ ଅନେକ ଦଳର ନେତାମାନେ ତାଙ୍କର ଶେଷ ଦର୍ଶନ କରିଥିଲେ।

ଏହାପରେ ସୁଜ୍ଞାନ କୁମାରୀ ଦେଓଙ୍କ ପାର୍ଥିବ ଶରୀରକୁ ବିଧାନସଭା ନିଆଯାଇଥିଲା। ସେଠାରେ ବାଚସ୍ପତି ଓ ବିଧାୟକ ମାନେ ତାଙ୍କୁ ଶ୍ରଦ୍ଧାଂଜଳି ଜଣାଇଥିଲେ। ଆସନ୍ତାକାଲି ଶେଷକୃତ୍ୟ ପାଇଁ ତାଙ୍କର ପାର୍ଥିବ ଶରୀରକୁ ଖଲ୍ଲିକୋଟରେ ଥିବା ରାଜପରିବାରର ଶ୍ମଶାନ ଘାଟକୁ ନିଆଯିବ। ରେ ତାଙ୍କର ଶେଷକୃତ୍ୟ କରାଯିବ।

ସୁଜ୍ଞାନ କୁମାରୀ ଦେଓଙ୍କର ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଥିଲା। ଗତକାଲି ରାତି ୧୨ଟା ୪୪ ମିନିଟରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। ତାଙ୍କୁ ୮୭ ବର୍ଷ ହୋଇଥିଲା। ପ୍ରବାଦପୁରୁଷ ବିଜୁବାବୁଙ୍କ ଅନ୍ୟତମ ଘନିଷ୍ଠ ସହଯୋଗୀ ଥିଲେ। ସୁଜ୍ଞାନ କୁମାରୀ ଏକାଧାରର ନେତ୍ରୀ, ସମାଜସେବୀ, ଆସୁ ଲେଖିକା, ଷ୍ଟାମ୍ପ ସଂଗ୍ରାହକ ଥିଲେ। ୧୯୩୭ ମସିହା ଅଗଷ୍ଟ ୫ରେ ଜନ୍ମଗ୍ରହଣ କରିଥିଲେ ସୁଜ୍ଞାନ। ପିତା ରାଜା ଆର.ଭି.ଏମ ନୀଳାଦ୍ରି ଦେଓଙ୍କ କନ୍ଯା ଭାବେ ସେ ରାଜକାର୍ଯ୍ୟରେ ନିଜକୁ ନିୟୋଜିତ କରିଥିଲେ ବି ସମାଜସେବାକୁ କରିଥିଲେ ଜୀବନର ବ୍ରତ। ସ୍ୱାମୀ ପୂର୍ଣ୍ଣଚନ୍ଦ୍ର ମର୍ଦ୍ଦରାଜ ଦେଓ ବହୁବର୍ଷ ଆଗରୁ ଇହଲୀଳା ସାଂଗ କରିଥିଲେ। ୧୯୬୧ ମସିହାରେ ଭି. ସୁଜ୍ଞାନ ରାଜନୈତିକ କ୍ୟାରିଅର ଆରମ୍ଭ କରିଥିଲେ। ୧୯୬୧, ୧୯୭୪, ୧୯୭୭, ୧୯୮୫, ୧୯୯୦, ୧୯୯୫, ୨୦୦୦, ୨୦୦୪, ୨୦୦୯ ଓ ୨୦୧୪ରେ ବିଧାୟିକା ନିର୍ବାଚିତ ହୋଇଥିଲେ ।

Leave A Reply

Your email address will not be published.