ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ବିଜେଡି ପକ୍ଷରୁ ରାଜ୍ୟସଭା ପ୍ରାର୍ଥୀ ଘୋଷଣା

0

ଭୁବନେଶ୍ୱର: ଆଜି ବିଜେଡି ପକ୍ଷରୁ ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରାଯାଇଛି। ବାରବାଟୀ-କଟକର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଓ ବିଜେଡି ଯୁବ ଉପସଭାପତି ଶୁଭାଶିଷ ଖୁଣ୍ଟିଆଙ୍କ ନାଁ ଉପରେ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାରିଛନ୍ତି ମୋହର। ବିଜେଡି ପକ୍ଷରୁ ଜାରି କରାଯାଇଥିବା ପ୍ରେସ ବିଜ୍ଞପ୍ତି ମୁତାବକ ଏହି ଦୁଇ ଜଣଙ୍କୁ ରାଜ୍ୟସଭା ପଠାଇବାକୁ ସୁପ୍ରିମୋ ଘୋଷଣା କରିଛନ୍ତି।

ଉଲ୍ଲେଖ ଥାଉ କି ଓଡ଼ିଶାର ୩ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ, ପ୍ରଶାନ୍ତ ନନ୍ଦ ଓ ଅଶ୍ବିନୀ ବୈଷ୍ଣବଙ୍କ କାର୍ଯ୍ୟକାଳ ଆସନ୍ତା ଏପ୍ରିଲ୍ ୩ରେ ଶେଷ ହେଉଛି। ଏହି ତିନିଟି ଆସନ ପାଇଁ ଫେବ୍ରୁଆରି ୨୭ ତାରିଖରେ ନିର୍ବାଚନ ହେବ। ଆଉ ଆଜି ୨ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା ହୋଇଥିଲେ ବି ଆଉ ଜଣଙ୍କ ନାମ ଘୋଷଣା ହୋଇନାହିଁ। କୁହାଯାଉଛି ଯେ ଆସନ୍ତାକାଲି ଆଉ ଜଣେ ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇପାରେ।

Leave A Reply

Your email address will not be published.