ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ବୁଧବାର ଲୋକାର୍ପିତ ହେବ ସମ୍ ହସ୍ପିଟାଲ୍ ଶିତଳାପଲ୍ଲୀ କ୍ୟାମ୍ପସ

0

ଭୁବନେଶ୍ବର; ଦୀର୍ଘ ୧୯ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଜନସାଧାରଣଙ୍କୁ ଅବିରତ ଓ ଉତ୍ସର୍ଗୀକୃତ ଭାବେ ସ୍ୱାସ୍ଥ୍ୟ ସେବା ପ୍ରଦାନ କରିଆସୁଥିବା ଶିକ୍ଷା ଓ ଅନୁସନ୍ଧାନ ଏବେ ଦକ୍ଷିଣ ଓଡ଼ିଶାରେ ଉତମ ତଥା ଅତ୍ୟାଧୁନିକ ସେବା ପ୍ରଦାନ କରିବା ଲକ୍ଷ୍ୟରେ ବ୍ରହ୍ମପୁର ନିକଟ ଶିତଳାପଲ୍ଲୀ ଠାରେ ସମ୍ ହସ୍ପିଟାଲ୍‌ର ତୃତୀୟ କ୍ୟାମ୍ପସ ଆରମ୍ଭ କରିବାକୁ ଯାଉଛି । ସମ୍ ହସ୍ପିଟାଲ୍‌ର ଏହି ମଲ୍ଟି ସୁପର ସ୍ପେଶିଆଲିଟି ହସ୍ପିଟାଲ୍‌କୁ ବୁଧବାର, ଫେବୃଆରୀ ୧୪ ତାରିଖ ବସନ୍ତ ପଂଚମୀ ଦିନ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ କରିବେ ।

ଓଡ଼ିଶା ସମତେ ପୂର୍ବାଂଚଳ ରାଜ୍ୟଗୁଡ଼ିକ ନିମନ୍ତେ ଏକ ନିର୍ଭରଯୋଗ୍ୟ ଓ ଲୋକପ୍ରିୟ ସ୍ୱାସ୍ଥ୍ୟ ସେବା କେନ୍ଦ୍ର ଭାବେ ଉଭା ହୋଇଥିବା ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ୨୦୦୫ ମସିହାରେ ରାଜ୍ୟବାସୀଙ୍କୁ ଉତମ ସ୍ୱାସ୍ଥ୍ୟ ସେବା ପ୍ରଦାନ କରିବାର ଲକ୍ଷ୍ୟ ନେଇ ଆରମ୍ଭ ହୋଇଥିଲା। ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ୨୦୨୩ ମସିହାରେ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା ପରିଚାଳିତ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁସ୍‌ନାଲ୍ ର‌୍ୟାଙ୍କିଙ୍ଗ ଫ୍ରେମୱାର୍କ (ଏନ୍‌ଆଇଆରଏଫ୍‌)ର ର‌୍ୟାଙ୍କିଙ୍ଗ୍‌ରେ ଦେଶର ୧୬ ତମ ଶ୍ରେଷ୍ଠ ମେଡିକାଲ୍ କଲେଜ ଭାବେ ସ୍ଥାନୀତ ହୋଇଛି । ଗତ ଜାନୁଆରୀ ମାସ ୨୧ ତାରିଖରେ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଦ୍ୱିତୀୟ କ୍ୟାମ୍ପସ୍ ଫୁଲନଖରା ଠାରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ ହୋଇଥିଲା ।

ଭୁବନେଶ୍ୱର ଓ କଟକ ମଧ୍ୟବର୍ତୀ ଜାତୀୟ ରାଜପଥ – ୧୬ ନିକଟରେ ଆରମ୍ଭ ହୋଇଥିବା ଏହି ନୂତନ ହସ୍ପିଟାଲ୍‌ରେ ରୋଗୀମାନଙ୍କୁ ଉତମ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ଲକ୍ଷ୍ୟରେ ସମସ୍ତ ଅତ୍ୟାଧୁନିକ ଚିକିତ୍ସା ସୁବିଧା ଓ ଅଗ୍ରଣୀ ବୈଷୟିକ ଜ୍ଞାନ କୌଶଳ ସମ୍ପନ୍ନ ବ୍ୟବସ୍ଥା ରହିଛି । ଶିତଳାପଲ୍ଲୀ ଠାରେ ଆରମ୍ଭ ହେବାକୁ ଯାଉଥିବା ନୂତନ ହସ୍ପିଟାଲ୍‌ରେ ୨୦୦ ଶଯ୍ୟାର ସୁବିଧା ରହିଥିବା ବେଳେ ଆଗାମୀ ଦିନରେ ଏହାର ସଂଖ୍ୟା ବୃଦ୍ଧି ପାଇ ୫୦୦ ହେବ ।

ଏହି ଡାକ୍ତରଖାନାରେ ସୁଲଭ ମୂଲ୍ୟରେ ସମସ୍ତ ଅତ୍ୟାଧୁନିକ ସ୍ୱାସ୍ଥ୍ୟ ସେବା ସୁବିଧା ଉପଲବ୍ଧ ହେବା ସହ ୨୪ ଘଂଟା ରୋଗୀ ସେବା ପ୍ରଦାନ କରାଯିବ । ସୋଆ ପକ୍ଷରୁ ଭୁବନେଶ୍ୱରରେ ୨୦୨୦ ମସିହାରେ ଏକ ଅତ୍ୟାଧୁନିକ ସ୍ୱାସ୍ଥ୍ୟ ସେବା ପ୍ରଦାନକାରୀ ମଲ୍ଟି ସୁପର ସ୍ପେଶିଆଲିଟି କ୍ୱାଟରନେରି କେୟାର ହସ୍ପିଟାଲ୍ ସମ୍ ଅଲ୍ଟିମେଟ ମେଡିକେୟାର ମଧ୍ୟ ଆରମ୍ଭ କରାଯାଇଛି । ସୋଆର ଏହି ୪ ଟି ହସ୍ପିଟାଲ୍ ଲୋକମାନଙ୍କୁ ଉତମ ମାନର ସ୍ୱାସ୍ଥ୍ୟ ସେବା ପ୍ରଦାନ କରିବା ନିମନ୍ତେ ପରସ୍ପରର ସହଯୋଗ କରିବେ । ଏହି ୪ ଟି ହସ୍ପିଟାଲ୍‌ରେ ରାଜ୍ୟ ସରକାରଙ୍କ ଦ୍ୱରା ପ୍ରଚଳିତ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କେୱାଇ) ସୁବିଧା ଉପଲବ୍ଧ ।

୨୦୨୦ ମସିହାରେ କୋଭିଡ୍‌-୧୯ ମହାମାରୀର କରାଳ ଛାୟା ସାରା ବିଶ୍ୱର ଜନଜୀବନକୁ କବଳିତ କରିଥିବା ବେଳେ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଅବିରତ ଓ ଉତମ ସ୍ୱାସ୍ଥ୍ୟ ସେବା ପ୍ରଦାନ କରିଥିଲା । ସମ୍ କୋଭିଡ ହସ୍ପିଟାଲ୍ ଗୁଡ଼ିକ ଯୋଗୁଁ ହିଁ ଓଡି଼ଶାରେ କରୋନା ମୃତ୍ୟୁ ହାର କମ୍ ରହିଥିଲା ।

୨୦୨୩ ଏନ୍‌ଆଇଆର୍‌ଏଫ୍ ର‌୍ୟାଙ୍କିଙ୍ଗରେ ବିଶ୍ୱବିଦ୍ୟାଳୟ କ୍ୟାଟେଗୋରିରେ ସୋଆ ଦେଶରେ ଶ୍ରେଷ୍ଠ ୧୫ ତମ ବିଶ୍ୱବିଦ୍ୟାଳୟର ମାନ୍ୟତା ପାଇଛି ।

Leave A Reply

Your email address will not be published.