ପ୍ରମୁଖ ଖବର

ଯୁକ୍ତ ଦୁଇ ଫର୍ମପୂରଣ ଅବଧି ବୃଦ୍ଧି
ସୁଦାନରେ ଓଡ଼ିଆ ଯୁବକଙ୍କୁ ଉଦ୍ଧାର ପାଇଁ ବୈଦେଶିକ ମନ୍ତ୍ରଣାଳୟକୁ ଅନୁରୋଧ କଲେ ନବୀନ
ଏସ୍‌ଆଇ ଜାଲିଆତି ମାମଲା: ୫ ଦିନିଆ ରିମାଣ୍ଡରେ ଯିବେ ଶଙ୍କର ଓ ସୁରେଶ
ମାଲବାହୀ ଟ୍ରେନ୍କୁ ଧକ୍କା ଦେଲା ଯାତ୍ରୀବାହୀ ଟ୍ରେନ୍, ୧୦ ମୃତ, ଅନେକ ଆହତ
୬୦ ହଜାର ଲାଞ୍ଚ ନେଇ ବନ୍ଧା ହେଲେ ଆରଆଇ
ଉତ୍କଳ ବିଲ୍‌ଡର୍ସରେ ଆୟକର ଚଢ଼ାଉ
କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରକୁ ଗଡ଼ିବ ୩ ସ୍ପେଶାଲ ଟ୍ରେନ୍‌
ବରମୁଣ୍ଡା ବସଷ୍ଟାଣ୍ଡରେ ମା’-ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଗିରଫ
୭ରେ ସ୍କୁଲ, କଲେଜରେ ଛାତ୍ରୀଛାତ୍ରୀ ଗାଇବେ ’ବନ୍ଦେ ମାତରମ’

ବରିଷ୍ଠ ବୁଣାକାର ଓ ହସ୍ତଶିଳ୍ପୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆ ଯୋଜନା

0

ଭୁବନେଶ୍ବର: ରାଜ୍ୟର ବରିଷ୍ଠ ବୁଣାକାର ଓ ହସ୍ତଶିଳ୍ପ କାରିଗରମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆ ଯୋଜନା ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ, ରାଜ୍ୟର ବରିଷ୍ଠ ବୁଣାକାରମାନେ ଏବେ ମାସିକ ୫୦୦ଟଙ୍କା ଓ ୮୦ବର୍ଷରୁ ଅଧିକଙ୍କୁ ୭୦୦ଟଙ୍କା ସହାୟତା ଦିଆଯାଉଥିବାବେଳେ ବରିଷ୍ଠ ହସ୍ତଶିଳ୍ପ କାରିଗରମାନଙ୍କ ପାଇଁ କୌଣସି ଆର୍ଥିକ ସହାୟତାର ବ୍ୟବସ୍ଥା ନଥିଲା । କିନ୍ତୁ ନୂଆ ଯୋଜନାରେ ଏହି ଦୁଇ ବର୍ଗର ହିତାଧିକାରୀଙ୍କୁ ମାସିକ ଦୁଇରୁ ଅଢ଼େଇ ହଜାର ଟଙ୍କା ପ୍ରଦାନ କରାଯିବ । ସହାୟତା ଯୋଗାଇ ଦିଆଯିବ ।

ଏହି ଯୋଜନାରେ ୪୦ ବର୍ଷରୁ ୮୦ ବର୍ଷ ବୟସ ମଧ୍ୟରେ ଥିବା ମହିଳା ବୁଣାକାର ଓ ବୁଣା କାର୍ଯ୍ୟରେ ନିୟୋଜିତ ସହାୟକ ଏବଂ ହସ୍ତଶିଳ୍ପ କାରିଗର, ଏବଂ ୫୦ ରୁ ୮୦ ବର୍ଷ ବୟସ ମଧ୍ୟରେ ଥିବା ପୁରୁଷ ବୁଣାକାର ଓ ବୁଣା କାର୍ଯ୍ୟରେ ନିୟୋଜିତ ସହାୟକ ଏବଂ ହସ୍ତଶିଳ୍ପ କାରିଗରମାନଙ୍କୁ ମାସିକ ୨୦୦୦ ଟଙ୍କାର ଆର୍ôଥକ ସହାୟତା ଯୋଗାଇ ଦିଆଯିବ । ସେହିପରି ୮୦ ବର୍ଷ ବୟସରୁ ଉର୍ଦ୍ଧ୍ୱ ବରିଷ୍ଠ ବୁଣାକାର ଓ ବୁଣା କାର୍ଯ୍ୟରେ ନିୟୋଜିତ ସହାୟକ ଏବଂ ବରିଷ୍ଠ ହସ୍ତଶିଳ୍ପ କାରିଗରମାନଙ୍କୁ (ଉଭୟ ମହିଳା ଓ ପୁରୁଷ) ମାସିକ ୨୫୦୦ ଟଙ୍କାର ଆର୍ôଥକ ସହାୟତା ଯୋଗାଇ ଦିଆଯିବ ।

ଏହି ବର୍ଦ୍ଧିତ ସହାୟତା ରାଶି ଚଳିତ ଫେବୃଆରୀ ମାସରୁ ଲାଗୁ କରାଯିବ ଏବଂ ଡିବିଟି ମାଧ୍ୟମରେ ଫେବୃଆରୀ ମାସ ୨୦ତାରିଖରୁ ୨୫ତାରିଖ ମଧ୍ୟରେ ପ୍ରଦାନ କରାଯିବ । ଏହି ଯୋଜନାରେ ସହାୟତା ରାଶି ବୃଦ୍ଧି ଯୋଗୁଁ ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ଅନେକ କଳାକାରମାନେ ଉପକୃତ ହେବେ । ଏହା ଦ୍ଵାରା ଆମର କଳାର ସଂରକ୍ଷଣ, ବିକାଶ, ପ୍ରଚାର ଓ ପ୍ରସାର ହେବା ସହିତ ଓଡ଼ିଶାର କଳା ଓ ସଂସ୍କୃତିକୁ ଏହା ଋଦ୍ଧିମନ୍ତ କରିବ ।

Leave A Reply

Your email address will not be published.