ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା

ବରିଷ୍ଠ ବୁଣାକାର ଓ ହସ୍ତଶିଳ୍ପୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆ ଯୋଜନା

0

ଭୁବନେଶ୍ବର: ରାଜ୍ୟର ବରିଷ୍ଠ ବୁଣାକାର ଓ ହସ୍ତଶିଳ୍ପ କାରିଗରମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆ ଯୋଜନା ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ, ରାଜ୍ୟର ବରିଷ୍ଠ ବୁଣାକାରମାନେ ଏବେ ମାସିକ ୫୦୦ଟଙ୍କା ଓ ୮୦ବର୍ଷରୁ ଅଧିକଙ୍କୁ ୭୦୦ଟଙ୍କା ସହାୟତା ଦିଆଯାଉଥିବାବେଳେ ବରିଷ୍ଠ ହସ୍ତଶିଳ୍ପ କାରିଗରମାନଙ୍କ ପାଇଁ କୌଣସି ଆର୍ଥିକ ସହାୟତାର ବ୍ୟବସ୍ଥା ନଥିଲା । କିନ୍ତୁ ନୂଆ ଯୋଜନାରେ ଏହି ଦୁଇ ବର୍ଗର ହିତାଧିକାରୀଙ୍କୁ ମାସିକ ଦୁଇରୁ ଅଢ଼େଇ ହଜାର ଟଙ୍କା ପ୍ରଦାନ କରାଯିବ । ସହାୟତା ଯୋଗାଇ ଦିଆଯିବ ।

ଏହି ଯୋଜନାରେ ୪୦ ବର୍ଷରୁ ୮୦ ବର୍ଷ ବୟସ ମଧ୍ୟରେ ଥିବା ମହିଳା ବୁଣାକାର ଓ ବୁଣା କାର୍ଯ୍ୟରେ ନିୟୋଜିତ ସହାୟକ ଏବଂ ହସ୍ତଶିଳ୍ପ କାରିଗର, ଏବଂ ୫୦ ରୁ ୮୦ ବର୍ଷ ବୟସ ମଧ୍ୟରେ ଥିବା ପୁରୁଷ ବୁଣାକାର ଓ ବୁଣା କାର୍ଯ୍ୟରେ ନିୟୋଜିତ ସହାୟକ ଏବଂ ହସ୍ତଶିଳ୍ପ କାରିଗରମାନଙ୍କୁ ମାସିକ ୨୦୦୦ ଟଙ୍କାର ଆର୍ôଥକ ସହାୟତା ଯୋଗାଇ ଦିଆଯିବ । ସେହିପରି ୮୦ ବର୍ଷ ବୟସରୁ ଉର୍ଦ୍ଧ୍ୱ ବରିଷ୍ଠ ବୁଣାକାର ଓ ବୁଣା କାର୍ଯ୍ୟରେ ନିୟୋଜିତ ସହାୟକ ଏବଂ ବରିଷ୍ଠ ହସ୍ତଶିଳ୍ପ କାରିଗରମାନଙ୍କୁ (ଉଭୟ ମହିଳା ଓ ପୁରୁଷ) ମାସିକ ୨୫୦୦ ଟଙ୍କାର ଆର୍ôଥକ ସହାୟତା ଯୋଗାଇ ଦିଆଯିବ ।

ଏହି ବର୍ଦ୍ଧିତ ସହାୟତା ରାଶି ଚଳିତ ଫେବୃଆରୀ ମାସରୁ ଲାଗୁ କରାଯିବ ଏବଂ ଡିବିଟି ମାଧ୍ୟମରେ ଫେବୃଆରୀ ମାସ ୨୦ତାରିଖରୁ ୨୫ତାରିଖ ମଧ୍ୟରେ ପ୍ରଦାନ କରାଯିବ । ଏହି ଯୋଜନାରେ ସହାୟତା ରାଶି ବୃଦ୍ଧି ଯୋଗୁଁ ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ଅନେକ କଳାକାରମାନେ ଉପକୃତ ହେବେ । ଏହା ଦ୍ଵାରା ଆମର କଳାର ସଂରକ୍ଷଣ, ବିକାଶ, ପ୍ରଚାର ଓ ପ୍ରସାର ହେବା ସହିତ ଓଡ଼ିଶାର କଳା ଓ ସଂସ୍କୃତିକୁ ଏହା ଋଦ୍ଧିମନ୍ତ କରିବ ।

Leave A Reply

Your email address will not be published.