ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା

ଓଏଏସ୍ ସ୍ତରରେ ଅଦଳବଦଳ

0

ଭୁବନେଶ୍ବର: ଆଜି ରାଜ୍ୟ ସରକାର ଓଏଏସ୍ ଅଫିସରସ୍ତରରେ ବଦଳି କରିଛନ୍ତି । ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ସ୍ୱତନ୍ତ୍ର ସଚିବ ବରିଷ୍ଠ ଓଏଏସ୍ ଗଙ୍ଗାଧର ନାୟକଙ୍କୁ ଓଡ଼ିଶା ମାନବାଧିକାର କମିଶନଙ୍କ ସଚିବ ଭାବେ ବଦଳି ହୋଇଛି।

ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଓଡ଼ିଶା ମାନବାଧିକାର କମିଶନଙ୍କ ସଚିବ ଭାବେ ବରିଷ୍ଠ ଓଏଏସ୍ ସୁଦର୍ଶନ ପରିଡ଼ାଙ୍କ ପୂର୍ବ ବଦଳି ନିର୍ଦ୍ଦେଶକୁ ବାତିଲ କରାଯାଇଛି। ଶ୍ରୀ ପରିଡ଼ା ଏବେ ଗ୍ରାମ୍ୟ ଉନ୍ନୟନ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ କାର୍ଯ୍ୟ କରୁଛନ୍ତି । ସେହିପରି କଟକସ୍ଥିତ ଲ୍ୟାଣ୍ଡ ରେକର୍ଡସ ଆଣ୍ଡ ସର୍ଭେ ଅତିରିକ୍ତ ନିର୍ଦ୍ଦେଶକ ପୂର୍ଣ୍ଣ ଚନ୍ଦ୍ର ମିଶ୍ରଙ୍କୁ ଓଡ଼ିଶା ୱାକଫ୍ ବୋର୍ଡର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଓ ରାଜ୍ୟ ହଜ୍ କମିଟିର ନିର୍ବାହୀ ଅଧିକାରୀ ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି । ସେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଏହି ଦୁଇଟି ଅତିରିକ୍ତ ଦାୟିତ୍ୱରେ ରହିବେ।

ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ଯୁଗ୍ମ ଏସଆରସି ଭାବେ କାର୍ଯ୍ୟରତ ଲିପିକା ଦାସଙ୍କୁ ଓଡ଼ିଶା ସବଅର୍ଡିନେଟ୍ ଷ୍ଟାଫ ସିଲେକ୍ସନ କମିଶନଙ୍କ ଯୁଗ୍ମ ସଚିବ ଭାବେ ବଦଳି ହୋଇଛି । ସେହିପରି ଗଞ୍ଜାମ ଡିୟୁଡିଏ ପ୍ରକଳ୍ପ ନିର୍ଦ୍ଦେଶକ ସୁଧାଂଶୁ କୁମାର ଭୋଇଙ୍କୁ ଗଞ୍ଜାମ ଅତିରିକ୍ତ ଜିଲ୍ଲାପାଳ ଓ ନୂଆପଡ଼ା ଉପଜିଲ୍ଲାପାଳ ସୁବାସ ଚନ୍ଦ୍ର ରାଇତିଆଙ୍କୁ ନୂଆପଡ଼ାର ଅତିରିକ୍ତ ଜିଲ୍ଲାପାଳ ଭାବେ ବଦଳି ହୋଇଛି ।

ସେହିପରି ବୌଦ୍ଧ ଉପଜିଲ୍ଲାପାଳ ରବୀନ୍ଦ୍ରନାଥ କହଁରଙ୍କୁ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଭାବେ ବଦଳି ହୋଇଛି । କାଶୀନଗର ବିଡିଓ ଅନୁପ ପଣ୍ଡାଙ୍କୁ ବୌଦ୍ଧ ଉପଜିଲ୍ଲାପାଳ ଓ ଟେଷ୍ଟବୁକ୍ ପ୍ରଡକ୍ସନ ଆଣ୍ଡ ମାର୍କେଟିଂ ପର୍ସେନାଲ ଅଫିସର ଯୋଗେନ୍ଦ୍ର ମାଝୀଙ୍କୁ ନୂଆପଡ଼ା ଉପଜିଲ୍ଲାପାଳ ଭାବେ ବଦଳି ହୋଇଛି । ପଶ୍ଚିମଓଡ଼ିଶା ବିକାଶ ପରିଷଦର ଓଏସଡି ରବୀନ୍ଦ୍ର କୁମାର ପଟେଲଙ୍କୁ ଗଞ୍ଜାମ ଜିଲ୍ଲା ସହରାଂଚଳ ବିକାଶ ପ୍ରାଧିକରଣର ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ବଦଳି ହୋଇଛି ।

Leave A Reply

Your email address will not be published.