ପ୍ରମୁଖ ଖବର

ଗାଁରେ ମିଳିବ ସହରୀ ସୁବିଧା, ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ ଓ କଲ୍ୟାଣ ମଣ୍ଡପ
ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼
ବାଂଲାଦେଶର ୨୩ତମ ରାଷ୍ଟ୍ରପତି ହେଲେ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର
ଜେପିଏସ୍‌ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍‌, ହେମନ୍ତ ସରକାରଙ୍କୁ ଝଟକା
ଅଟୋ ଚାଳକଙ୍କ ହଙ୍ଗାମା: ୪୦୦ ଅଟୋ ଜବତ, ପରମିଟ ରଦ୍ଦ ପାଇଁ ପଦକ୍ଷେପ
ମହାରାଷ୍ଟ୍ରରେ ଛାତ୍ରୀଙ୍କୁ ମିଳିଵ ମାସକୁ ୨ ହଜାର ଟଙ୍କା ପକେଟ ମନି
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ
ବୀମା ନଥିଲେ ପେଟ୍ରୋଲ ନାହିଁ: ପାଇଲଟ୍ ପ୍ରକଳ୍ପ ଲାଗୁ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଓଲଟିଲା ବସ୍: ୧ ମୃତ, ୧୦ ଆହତ

0

କଟକ: କଟକ ଗୋପାଳପୁର ଛକରେ ଓଲଟିଲା ବସ୍। ଆଜି ସନ୍ଧ୍ୟାରେଭୁବନେଶ୍ବରରୁ ବାଲେଶ୍ବର  ଯାଉଥିବାବେଳେ ବସଟି ଓଲଟି ପଡ଼ିଥିବା କୁହାଯାଇଛି । ତେବେ ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତ ଯାତ୍ରୀଙ୍କୁ ଉଦ୍ଧାର କରୁଛି ପ୍ରଶାସନ। ଉଦ୍ଧାର ଯାତ୍ରୀଙ୍କୁ କଟକ ଏସସିବିରେ ଭର୍ତ୍ତି କରାଯାଉଛି। ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳୁଛି।

ସୂଚନା ଅନୁସାରେ ଭୁବନେଶ୍ବରରୁ ଆଜି ସନ୍ଧ୍ୟାରେ ଏକ ଯାତ୍ରୀବାହୀ ବସ୍‌ (ଚନ୍ଦନ) ବାଲେଶ୍ବର ଅଭିମୁଖେ ବାହାରିଥିଲା। ଏହି ବସ୍‌ଟି କଟକ ସଦର ଥାନା ଅଧୀନ ଗୋପାଳପୁର ଛକ ନିକଟରେ ଭାରସାମ୍ୟ ହରାଇଥିଲା। ଜଣେ ସାଇକେଲ ଆରୋହୀଙ୍କ ଉପରେ ପଡ଼ି ବସ୍‌ଟି ଡିଭାଇଡର ଉପରକୁ ଧକ୍କା ଦେଇଥିଲା। ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ରୁ ଊର୍ଦ୍ଧ୍ବ ଯାତ୍ରୀ ଆହତ ହୋଇଛନ୍ତି। ସୂଚନା ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚିଛି। ସ୍ଥାନୀୟ ଲୋକଙ୍କର ସହାୟତାରେ ବସ୍‌ ଭିତରୁ ଆହତ ଯାତ୍ରୀମାନଙ୍କୁ ଉଦ୍ଧାର କରିଛି। ଆହତମାନଙ୍କୁ କଟକ ବଡ଼ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Leave A Reply

Your email address will not be published.