ଭୁବନେଶ୍ବର: ସାଧାରଣ ନିର୍ବାଚନ ପାଇଁ ମୁଖ୍ୟ ନିର୍ବାଚନ କମିସନର ରାଜୀବ କୁମାର ଓ ତାଙ୍କ ଟିମ ଓଡ଼ିଶାରେ ପହଞ୍ଚିଛନ୍ତି। ଓଡିଶାରେ ଉଭୟ ବିଧାନସଭା ଓ ଲୋକସଭା ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିବେ। ସେମାନେ ଇଭିଏମ୍ ସ୍ଥିତି, ବୁଥ୍ ସ୍ତରରେ ପ୍ରସ୍ତୁତି ଆଦିର ସମୀକ୍ଷା କରିବେ।ମୁଖ୍ୟ ଶାସନ ସଚିବ, ପୁଲିସ ଡିଜି, ମୁଖ୍ୟ ନିର୍ବାଚନ ଅଧିକାରୀ, ଗୃହ ସଚିବ, ଉନ୍ନୟନ କମିସନ ଓ ସବୁ ଜିଲ୍ଲାପାଳ ଏବଂ ଏସ୍ପିଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତାକାଲି (ଶୁକ୍ରବାର) ବିଭିନ୍ନ ରାଜନୈତିକ ଦଳଗୁଡିକର ପ୍ରତିନିଧିଙ୍କ ସହ ଆଲୋଚନା କରିବେ। ସେହିପରି ୧୭ ତାରିଖରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ, ମୁଖ୍ୟ ଶାସନ ସଚିବ ଓ ଡିଜିପିଙ୍କ ସହ ଆଲୋଚନା କରିବେ ନିର୍ବାଚନ କମିଶନର ଓ ତାଙ୍କ ଟିମ। ସମସ୍ତଙ୍କ ସହ ବୈଠକ ପରେ ଇସିଆଇ ୧୭ ତାରିଖ ଅପରାହ୍ଣରେ ସାମ୍ବାଦିକ ସମ୍ମିଳନୀ କରିବାର କାର୍ଯ୍ୟକ୍ରମ ରହିଛି।
ପ୍ରମୁଖ ଖବର
୨୦୩୬ ସୁଦ୍ଧା ୫୦୦ ବିଲିୟନ ଡଲାର ଛୁଇଁବ ଓଡ଼ିଶାର ଅର୍ଥନୀତି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵରରେ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା
ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଏଆରଆଇ
ଶ୍ରୀରାମ ମନ୍ଦିରରେ ଉଡ଼ିଲା ଧର୍ମଧ୍ୱଜା