ପ୍ରମୁଖ ଖବର

ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍‌
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍‌ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍‌ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍‌ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଓଡିଶା ଗସ୍ତରେ ମୁଖ୍ୟ ନିର୍ବାଚନ କମିସନର

0

ଭୁବନେଶ୍ବର: ସାଧାରଣ ନିର୍ବାଚନ ପାଇଁ ମୁଖ୍ୟ ନିର୍ବାଚନ କମିସନର ରାଜୀବ କୁମାର ଓ ତାଙ୍କ ଟିମ ଓଡ଼ିଶାରେ ପହଞ୍ଚିଛନ୍ତି। ଓଡିଶାରେ ଉଭୟ ବିଧାନସଭା ଓ ଲୋକସଭା ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିବେ। ସେମାନେ ଇଭିଏମ୍‌ ସ୍ଥିତି, ବୁଥ୍ ସ୍ତରରେ ପ୍ରସ୍ତୁତି ଆଦିର ସମୀକ୍ଷା କରିବେ।ମୁଖ୍ୟ ଶାସନ ସଚିବ, ପୁଲିସ ଡିଜି, ମୁଖ୍ୟ ନିର୍ବାଚନ ଅଧିକାରୀ, ଗୃହ ସଚିବ, ଉନ୍ନୟନ କମିସନ ଓ ସବୁ ଜିଲ୍ଲାପାଳ ଏବଂ ଏସ୍‌ପିଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତାକାଲି (ଶୁକ୍ରବାର) ବିଭିନ୍ନ ରାଜନୈତିକ ଦଳଗୁଡିକର ପ୍ରତିନିଧିଙ୍କ ସହ ଆଲୋଚନା କରିବେ। ସେହିପରି ୧୭ ତାରିଖରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ, ମୁଖ୍ୟ ଶାସନ ସଚିବ ଓ ଡିଜିପିଙ୍କ ସହ ଆଲୋଚନା କରିବେ ନିର୍ବାଚନ କମିଶନର ଓ ତାଙ୍କ ଟିମ। ସମସ୍ତଙ୍କ ସହ ବୈଠକ ପରେ ଇସିଆଇ ୧୭ ତାରିଖ ଅପରାହ୍ଣରେ ସାମ୍ବାଦିକ ସମ୍ମିଳନୀ କରିବାର କାର୍ଯ୍ୟକ୍ରମ ରହିଛି।

Leave A Reply

Your email address will not be published.