ପ୍ରମୁଖ ଖବର

କତାରର ୧୦ ବିଲିୟନ ଡଲାର ନିବେଶ ନେଇ ଆଲୋଚନା, ସୀତାରମଣ-କୁୱାରୀଙ୍କ ବୈଠକ
ସେପ୍ଟେମ୍ବର ୩୦ ଓଡ଼ିଶା ବନ୍ଦ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
କଟକରେ ଶିକ୍ଷକ ପଦୋନ୍ନତି ପ୍ରକ୍ରିୟା ଉପରେ ହାଇକୋର୍ଟଙ୍କ ରୋକ
ପାଠ୍ୟପୁସ୍ତକ ତ୍ରୁଟି ନେଇ ପିଏମଓର ହସ୍ତକ୍ଷେପ, ରାଜ୍ୟ ସରକାରଙ୍କୁ ରିପୋର୍ଟ ମାଗିଲା କେନ୍ଦ୍ର
ନୀରୁଙ୍କୁ ସୁନା, ଏସିଆନ୍ ଗେମ୍ସରେ ଇତିହାସ ରଚିଲା ଭାରତ
୫ ଦିନରେ ସରିଗଲା ୯ ଦିନିଆ ଅଧିବେଶନ, ୯୫୦ ପ୍ରଶ୍ନରୁ ମିଳିଲା ୮ଟିର ଉତ୍ତର
ସୁପ୍ରିମକୋର୍ଟକୁ ଯିବେ ଦିଲ୍ଲୀ ହାଇକୋର୍ଟ ମୁଖ୍ୟ ବିଚାରପତି, କଲେଜିୟମର ସୁପାରିସ

ଓଡିଶା ଗସ୍ତରେ ମୁଖ୍ୟ ନିର୍ବାଚନ କମିସନର

0

ଭୁବନେଶ୍ବର: ସାଧାରଣ ନିର୍ବାଚନ ପାଇଁ ମୁଖ୍ୟ ନିର୍ବାଚନ କମିସନର ରାଜୀବ କୁମାର ଓ ତାଙ୍କ ଟିମ ଓଡ଼ିଶାରେ ପହଞ୍ଚିଛନ୍ତି। ଓଡିଶାରେ ଉଭୟ ବିଧାନସଭା ଓ ଲୋକସଭା ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିବେ। ସେମାନେ ଇଭିଏମ୍‌ ସ୍ଥିତି, ବୁଥ୍ ସ୍ତରରେ ପ୍ରସ୍ତୁତି ଆଦିର ସମୀକ୍ଷା କରିବେ।ମୁଖ୍ୟ ଶାସନ ସଚିବ, ପୁଲିସ ଡିଜି, ମୁଖ୍ୟ ନିର୍ବାଚନ ଅଧିକାରୀ, ଗୃହ ସଚିବ, ଉନ୍ନୟନ କମିସନ ଓ ସବୁ ଜିଲ୍ଲାପାଳ ଏବଂ ଏସ୍‌ପିଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତାକାଲି (ଶୁକ୍ରବାର) ବିଭିନ୍ନ ରାଜନୈତିକ ଦଳଗୁଡିକର ପ୍ରତିନିଧିଙ୍କ ସହ ଆଲୋଚନା କରିବେ। ସେହିପରି ୧୭ ତାରିଖରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ, ମୁଖ୍ୟ ଶାସନ ସଚିବ ଓ ଡିଜିପିଙ୍କ ସହ ଆଲୋଚନା କରିବେ ନିର୍ବାଚନ କମିଶନର ଓ ତାଙ୍କ ଟିମ। ସମସ୍ତଙ୍କ ସହ ବୈଠକ ପରେ ଇସିଆଇ ୧୭ ତାରିଖ ଅପରାହ୍ଣରେ ସାମ୍ବାଦିକ ସମ୍ମିଳନୀ କରିବାର କାର୍ଯ୍ୟକ୍ରମ ରହିଛି।

Leave A Reply

Your email address will not be published.