ପ୍ରମୁଖ ଖବର

କଟକ ରେଲ୍‌ଓ୍ବେ ଷ୍ଟେଶନରେ ଭୁଶୁଡ଼ିଲା ଛାତ
ବନ୍ୟାରେ ଭାସିଗଲା କାର୍‌ ; ଗୋଟିଏ ପରିବାରର ୪ ମୃତ
ଲାଞ୍ଚ ନେଉଥିବା ବେଳେ ରାଜ୍ୟ ଟିକସ ସହକାରୀ କମିଶନର ଗିରଫ
ବୈଷ୍ଣୋଦେବୀ ମନ୍ଦିର ନିକଟରେ ଭୂସ୍ଖଳନ, ୩୨ ମୃତ
ଗଶେଣ ଚତୁର୍ଥୀରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
ନୂଆଖାଇ ପାଇଁ ଅଗଷ୍ଟ ୨୯ରେ ବନ୍ଦ ରହିବ ସମସ୍ତ ଶିକ୍ଷାନୁଷ୍ଠାନ

ବିଜେଡିରେ ସାମିଲ ହେଲେ ଅଂଶୁମାନ

0

ଭୁବନେଶ୍ବର: କେନ୍ଦ୍ରାପଡ଼ା ରାଜନୀତିରେ ପରିବର୍ତ୍ତନ। କଂଗ୍ରେସ ଛାଡି ବିଜେଡିରେ ସାମିଲ ହେଲେ ଅଂଶୁମାନ ମହାନ୍ତି। ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ନଳିନୀ ମହାନ୍ତିଙ୍କ ପୁଅ ଅଂଶୁମାନ ଦୁଇଦିନ ତଳେ କଂଗ୍ରେସ ଛାଡ଼ିଥିଲେ। ଆଜି ଶହ ଶହ ସମର୍ଥକଙ୍କ ସହ ଅଂଶୁମାନ ଏକ ବିରାଟ ରାଲିରେ ଶଙ୍ଖ ଭବନରେ ପହଞ୍ଚିଥିଲେ । ଏହାପରେ ସାଂସଦ ମାନସ ମଙ୍ଗରାଜ, ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଶକ୍ତିମନ୍ତ୍ରୀ ପ୍ରତାପ ଦେବ, ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ଯସାଚୀ ନାୟକ, ବିଧାୟକ ପ୍ରତାପ ଜେନା, ବିଧାୟକ ଧୃବଚରଣ ସାହୁଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଥିଲେ ।

ବିଜେଡିରେ ସାମିଲ ହେବା ନେଇ ଅଂଶୁମାନ କହିଛନ୍ତି, ‘ଆଜି ମୋ ପାଇଁ ଏକ ସୌଭାଗ୍ୟର ଦିନ । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଆଜି ମୁଁ ବିଜେଡିରେ ମିଶିଲେ । ତାଙ୍କ ସ୍ୱଚ୍ଛ, ନିର୍ମଳ ଓ ବିକାଶ ଧାରାରେ ମୁଁ ଅନୁପ୍ରାଣିତ ହୋଇ ରାଜନଗର ପରିବାର ସହ ବିଜେଡିରେ ସାମିଲ ହୋଇଛି । ରାଜନଗରର ବିକାଶ ଧାରାକୁ ଆଗେଇ ନେବା ସହ ବିଜେଡିକୁ ଆହୁରି ଶକ୍ତିଶାଳୀ କରିବାକୁ କାମ କରିବି ।’ ବିଜେଡିରେ ମିଶିବାର ସୁଯୋଗ ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି ଅଂଶୁମାନ ।

ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ କହିଛନ୍ତି, ‘ଅଂଶୁମାନଙ୍କ ପରିବାର ସହ ସମସ୍ତଙ୍କ ପୁରୁଣା ସମ୍ପର୍କ ଥିଲା । ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ଏହା କହିଥିଲେ । ମୁଖ୍ୟମନ୍ତ୍ରୀ ଏହାକୁ ଗ୍ରହଣ କଲେ । ଓଡ଼ିଶା ଯେପରି ସମୃଦ୍ଧ ହେଉଛି ଓ ରାଜନଗରର ଯେଉଁ ବିକାଶ ହୋଇଛି ତାହା ବିଧାୟକ ଧ୍ରୁବ ସାହୁ ଏବଂ ଅଂଶୁମାନ ଆଗକୁ ବଢ଼ାଇବେ । ନଳିନୀ ବାବୁଙ୍କର ବିଜୁ ପଟ୍ଟନାୟକଙ୍କ ସହ ସମ୍ପର୍କ ନିବିଡ଼ ଥିଲା । ସେ ୭ ଥର ବିଧାୟକ ଥିଲେ । ବିଜେଡି ଉପରେ ଯେଉଁମାନେ ଆସ୍ଥା ରଖି ଆସିଛନ୍ତି, ସମସ୍ତଙ୍କ ସମ୍ମାନ ଅତୁଟ ରହିବ ବୋଲି ମୁଖ୍ୟମନ୍ତ୍ରୀ ବାର୍ତ୍ତା ଦେଇଛନ୍ତି ।’

ବିଜେଡି ସାଂସଦ ମାନସ ମଙ୍ଗରାଜ କହିଛନ୍ତି, ‘ଆଜି ବିଜେଡିରେ ଯୋଗଦାନ କରିଛନ୍ତି ପୂର୍ବତନ ରାଜନଗର ବିଧାୟକ ଅଂଶୁମାନ ମହାନ୍ତି । ଦୁଇ ଦିନ ତଳେ ସେ କଂଗ୍ରେସ ଛାଡ଼ିଥିଲେ । ବିଜେଡିରେ ମିଶିବାକୁ ସେ କରିଥିବା ଆବେଦନକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି । ଅଂଶୁମାନଙ୍କ ସହ ହଜାରେରୁ ଊର୍ଦ୍ଧ୍ବ ସମର୍ଥକ ବିଜେଡିରେ ଯୋଗ ଦେଇଛନ୍ତି । ଏମାନଙ୍କ ମଧ୍ୟରେ ମୁଖ୍ୟତଃ ରାଜନଗର କଂଗ୍ରେସର ବିଭିନ୍ନ ପଦବୀରେ ଥିବା ନେତା ଓ ପଂଚାୟତ ପ୍ରତିନିଧି ଅଛନ୍ତି।

Leave A Reply

Your email address will not be published.