ପ୍ରମୁଖ ଖବର

୪୧୦୫ ଅଭିଯୋଗର ସମାଧାନ, ଆସୁଛି ‘ସ୍ପେଶାଲ କ୍ୟାମ୍ପେନ୍ ୬.୦’
କଏଦୀଙ୍କୁ ଅନାବଶ୍ୟକ ମାଡ଼ ମନା, ଜେଲ୍‌ ୱାର୍ଡେନ୍‌ଙ୍କୁ ହାଇକୋର୍ଟଙ୍କ ଚେତାବନୀ
ଜମ୍ମୁ-କଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବି ପ୍ରସ୍ତାବ ପାରିତ
ଫାସ୍‌ଟ୍ୟାଗ୍ ବାର୍ଷିକ ପାସ୍ ବ୍ୟବହାରକାରୀ ୧ କୋଟି ଟପିଲେ
ଷଷ୍ଠ ଶ୍ରେଣୀ ପାଇଁ ବି ତୃତୀୟ ଭାଷାରେ ରିହାତି, ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ଏନ୍‌ଡିଏକୁ ଯିବୁନି, ଯିଏ ଆସିବାକୁ ଚାହୁଁଛି ଆମ ସହ ଆସୁ: ଶରଦ ପାୱାର
୧୦ ବର୍ଷରେ ତମାଖୁଜାତ ଦ୍ରବ୍ୟରୁ ୭୩୪୬ କୋଟି ଟିକସ ଆଦାୟ
ୟୁପିଆଇ ଚାର୍ଜକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ମତ
ଏଆଇ ଉପରେ ଲାଗୁ ହେଉ ନିୟନ୍ତ୍ରଣ, ନଚେତ ଭୟଙ୍କର ପରିଣାମ: ବିଲ୍ ଗେଟ୍ସ
ପଞ୍ଚମ ଦିନରେ ବି ଥମିଲାନି ଖଣି ଆଇନ ତାତି, ହଟ୍ଟଗୋଳରେ ଗୃହ ମୁଲତବୀ

୧୦୮ ଡ୍ରାଇଭର ଓ ସହାୟକଙ୍କ ବଢ଼ିଲା ଭତ୍ତା

0

ଭୁବନେଶ୍ବର: ରାଜ୍ୟରେ ୧୦୮ ଆମ୍ବୁଲାନ୍ସ ସେବାରେ ନିୟୋଜିତ ଡ୍ରାଇଭର, ମେଡିକାଲ ଟେକନିସିଆନ ଓ ହେଲପରଙ୍କୁ ସ୍ୱତନ୍ତ୍ର ମାସିକ ଭତ୍ତା ମିଳିବ । ଡ୍ରାଇଭରମାନଙ୍କୁ ମାସିକ ୫ହଜାର ଟଙ୍କା ଏବଂ ମେଡିକାଲ ଟେକନସିଆନ୍ ଓ ହେଲପରଙ୍କୁ ୩ହଜାର ଟଙ୍କା ପ୍ରଦାନ କରାଯିବ । ସେମାନଙ୍କୁ ନିଜ ଦରମା ସହ ଏହି ବର୍ଦ୍ଧିତ ଭତ୍ତା ଚଳିତମାସରୁ ମିଳିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଆମ୍ବୁଲାନ୍ସ ଡ୍ରାଇଭର ଓ ହେଲପରଙ୍କୁ ରାଜ୍ୟ ପାଣ୍ଠିରୁ ସ୍ୱତନ୍ତ୍ର ଭତ୍ତା ପ୍ରଦାନ ନିମନ୍ତେ ମଞ୍ଜୁରୀ ଦେଇଛନ୍ତି।

ଏହି ଭତ୍ତା ଚଳିତ ମାସରୁ ଲାଗୁ ହେବ। ସ୍ୱତନ୍ତ୍ର ଭତା ବଢ଼ାଇବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଂଜୁରୀ ଦେଇଛନ୍ତି। ଜରୁରୀକାଳୀନ ସ୍ଥିତିରେ ଆମ୍ବୁଲାନ୍ସ କର୍ମଚାରୀମାନେ ଉଲ୍ଳେଖନୀୟ କାମ କରିଆସୁଛନ୍ତି। ଏପରକି କୋଭିଡ ସମୟରେ ଆମ୍ବୁଲାନ୍ସ କର୍ମଚାରୀମାନେ ଚିକିତ୍ସା ଯୋଗାଇବା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲେ। ଏହାକୁ ଧ୍ୟାନ ରଖି ସ୍ୱତନ୍ତ୍ର ଭତାକୁ ବଢ଼ାଇଛନ୍ତି ରାଜ୍ୟ ସରକାର ।

Leave A Reply

Your email address will not be published.