ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ନିର୍ଦ୍ୱନ୍ଦରେ ନିର୍ବାଚିତ ହେଲେ ଓଡ଼ିଶାର ତିନି ରାଜ୍ୟସଭା ପ୍ରାର୍ଥୀ

0

ଭୁବନେଶ୍ବର: ନିର୍ଦ୍ୱନ୍ଦରେ ନିର୍ବାଚିତ ହେଲେ ଓଡ଼ିଶାର ତିନି ରାଜ୍ୟସଭା ପ୍ରାର୍ଥୀ । ପ୍ରାର୍ଥୀ ପତ୍ର ପ୍ରତ୍ୟାହାର ସମୟ ଶେଷ ହେବା ପରେ ତିନି ପ୍ରାର୍ଥୀ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି । ସମସ୍ତ ନିର୍ବାଚିତ ପ୍ରାର୍ଥୀ ମାନଙ୍କୁ ଆଜି ସେମାନଙ୍କ ସାର୍ଟିଫିକେଟ ଦେବେ ରିଟର୍ନିଙ୍ଗି ଅଫିସର । ଓଡ଼ିଶାରୁ ତିନୋଟି ଆସନ ଖାଲି ହେଉଥିବା ବେଳେ ତିନି ପ୍ରାର୍ଥୀଙ୍କ ଛଡା ଅନ୍ୟ କୌଣସି ପ୍ରାଥି ନାମାଙ୍କନ ଭରି ନଥିବାରୁ ଅଶ୍ବିନୀ, ଦେବାଶିଷ ଓ ଶୁଭାଶିଷ ନିର୍ଦ୍ୱନ୍ଦରେ ନିର୍ବାଚିତ । 

ସୂଚନାଯୋଗ୍ୟ, ଗତ ୧୩ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଦଳର ଅନେକ ବିଧାୟକଙ୍କ  ଉପସ୍ଥିତିରେ ବିଜେଡିରୁ ଦୁଇ ପ୍ରାର୍ଥୀ ନାମାଙ୍କନ ଭରି ଥିବା ବେଳେ ୧୫ ତାରିଖରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ବିଧାୟକମାନଙ୍କ ସହ ଆସି ନାମାଙ୍କନ ଭରିଥିଲେ ଅଶ୍ବିନୀ ବୈଷ୍ଣବ। ୨୦୦୯ ଓ ୨୦୧୪ରେ ବିଜେଡି ନେତା ଦେବାଶିଷ ସାମନ୍ତରାୟ ବାରବାଟୀ-କଟକ ଆସନରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୨୦୧୯ରେ ସେ କଂଗ୍ରେସ ନେତା ମହମ୍ମଦ ମୋକିମଙ୍କଠାରୁ ହାରି ଯାଇଥିଲେ। ଶୁଭାଶିଷ ଖୁଣ୍ଟିଆ ଯୁବ ବିଜେଡି ରାଜ୍ୟ ଉପସଭାପତି ଅଛନ୍ତି। ଓଡ଼ିଶା କ୍ୟାଡରର ପୂର୍ବତନ ଆଇଏଏସ୍ଅ ଫିସର ଅଶ୍ୱିନୀ ବୈଷ୍ଣବ ୨୦୧୯ରେ ବିଜେପି ଟିକେଟ୍‌ରେ ରାଜ୍ୟସଭାକୁ ଯାଇଥିଲେ। ସେତେବେଳେ ମଧ୍ୟ ତାଙ୍କୁ ବିଜେଡି ସମର୍ଥନ ଜଣାଇଥିଲା।
 

Leave A Reply

Your email address will not be published.