ପ୍ରମୁଖ ଖବର

କମନୱେଲଥ୍ ଗେମ୍ସ: ଅଷ୍ଟମ ଦିନରେ ଭାରତର ୬ ପଦକ, ମୋଟ ସଂଖ୍ୟା ୨୩
ରାଜ୍ୟ କ୍ୟାବିନେଟରେ ୧୧ ପ୍ରସ୍ତାବକୁ ମଞ୍ଜୁରି
ସୁନ୍ଦରଗଡ଼ରେ ହାତୀ ଆତଙ୍କ: ଦନ୍ତା ଆକ୍ରମଣରେ ୨ ମୃତ
ଭୋଗପୁରମରେ ଆଲୁରି ସୀତାରାମ ରାଜୁ ଅନ୍ତର୍ଜାତୀୟ ବିମାନବନ୍ଦର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ
ଆକାଶମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
୧୯ ବର୍ଷ ପରେ କଲକାତା ଫେରିଲେ ତସଲିମା ନସରିନ୍
ରାଷ୍ଟ୍ରପତି ଭବନରେ ଚମକିଲା ଓଡ଼ିଶାର ୩ ଷ୍ଟାର୍ଟଅପ୍
ଶସ୍ତା ହେଲା କମର୍ସିଆଲ ଗ୍ୟାସ ସିଲିଣ୍ଡର, ବଢ଼ିଲା ବିମାନ ଇନ୍ଧନ ଦର

ନିର୍ଦ୍ୱନ୍ଦରେ ନିର୍ବାଚିତ ହେଲେ ଓଡ଼ିଶାର ତିନି ରାଜ୍ୟସଭା ପ୍ରାର୍ଥୀ

0

ଭୁବନେଶ୍ବର: ନିର୍ଦ୍ୱନ୍ଦରେ ନିର୍ବାଚିତ ହେଲେ ଓଡ଼ିଶାର ତିନି ରାଜ୍ୟସଭା ପ୍ରାର୍ଥୀ । ପ୍ରାର୍ଥୀ ପତ୍ର ପ୍ରତ୍ୟାହାର ସମୟ ଶେଷ ହେବା ପରେ ତିନି ପ୍ରାର୍ଥୀ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି । ସମସ୍ତ ନିର୍ବାଚିତ ପ୍ରାର୍ଥୀ ମାନଙ୍କୁ ଆଜି ସେମାନଙ୍କ ସାର୍ଟିଫିକେଟ ଦେବେ ରିଟର୍ନିଙ୍ଗି ଅଫିସର । ଓଡ଼ିଶାରୁ ତିନୋଟି ଆସନ ଖାଲି ହେଉଥିବା ବେଳେ ତିନି ପ୍ରାର୍ଥୀଙ୍କ ଛଡା ଅନ୍ୟ କୌଣସି ପ୍ରାଥି ନାମାଙ୍କନ ଭରି ନଥିବାରୁ ଅଶ୍ବିନୀ, ଦେବାଶିଷ ଓ ଶୁଭାଶିଷ ନିର୍ଦ୍ୱନ୍ଦରେ ନିର୍ବାଚିତ । 

ସୂଚନାଯୋଗ୍ୟ, ଗତ ୧୩ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଦଳର ଅନେକ ବିଧାୟକଙ୍କ  ଉପସ୍ଥିତିରେ ବିଜେଡିରୁ ଦୁଇ ପ୍ରାର୍ଥୀ ନାମାଙ୍କନ ଭରି ଥିବା ବେଳେ ୧୫ ତାରିଖରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ବିଧାୟକମାନଙ୍କ ସହ ଆସି ନାମାଙ୍କନ ଭରିଥିଲେ ଅଶ୍ବିନୀ ବୈଷ୍ଣବ। ୨୦୦୯ ଓ ୨୦୧୪ରେ ବିଜେଡି ନେତା ଦେବାଶିଷ ସାମନ୍ତରାୟ ବାରବାଟୀ-କଟକ ଆସନରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୨୦୧୯ରେ ସେ କଂଗ୍ରେସ ନେତା ମହମ୍ମଦ ମୋକିମଙ୍କଠାରୁ ହାରି ଯାଇଥିଲେ। ଶୁଭାଶିଷ ଖୁଣ୍ଟିଆ ଯୁବ ବିଜେଡି ରାଜ୍ୟ ଉପସଭାପତି ଅଛନ୍ତି। ଓଡ଼ିଶା କ୍ୟାଡରର ପୂର୍ବତନ ଆଇଏଏସ୍ଅ ଫିସର ଅଶ୍ୱିନୀ ବୈଷ୍ଣବ ୨୦୧୯ରେ ବିଜେପି ଟିକେଟ୍‌ରେ ରାଜ୍ୟସଭାକୁ ଯାଇଥିଲେ। ସେତେବେଳେ ମଧ୍ୟ ତାଙ୍କୁ ବିଜେଡି ସମର୍ଥନ ଜଣାଇଥିଲା।
 

Leave A Reply

Your email address will not be published.