ପ୍ରମୁଖ ଖବର

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ସରକାରୀ ଅଫିସ୍‌ରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ମନା
ଇତିହାସ ରଚିଲା ଇସ୍ରୋ; ସଫଳତାର ସହ ଲଞ୍ଚ ହେଲା ବିଶ୍ବର ମହଙ୍ଗା ସାଟେଲାଇଟ୍‌ ‘ନିସାର’
ରୁଷର କାମଚଟକା ଉପଦ୍ୱୀପରେ ୮.୮ ତୀବ୍ରତାର ଏକ ସୁପରପାୱାର ଭୂମିକମ୍ପ ଅନୁଭୂତ
ଜମ୍ମୁକାଶ୍ମୀରରେ ଏନ୍‌କାଉଣ୍ଟର; ୨ ଆତଙ୍କବାଦୀ ନିପାତ
ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ୬ ଜଣ ଡାଟା ଏଣ୍ଟ୍ରି ଅପେରଟର ଗିରଫ
ଡାକ ବିଭାଗର ବଡ ନିଷ୍ପତ୍ତି, ସେପ୍ଟେମ୍ବର ୧ରୁ ବନ୍ଦ ହେବ ରେଜିଷ୍ଟର୍ଡ ପୋଷ୍ଟ
ଜମ୍ମୁକାଶ୍ମୀର: ନଦୀକୁ ଖସିଲା ସୁରକ୍ଷା କର୍ମୀଙ୍କୁ ନେଇ ଯାଉଥିବା ବସ୍

କାଳିଆ ଯୋଜନାର ଚାଷୀଙ୍କୁ ଆଉ ୩ ବର୍ଷ ସହାୟତା

0

ଭୁବନେଶ୍ବର: ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ କ୍ୟାବିନେଟ୍‌ର  ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ଅନୁସାରେ ଚାଷୀମାନଙ୍କୁ କାଳିଆ ଯୋଜନାରେ ୨୦୨୬-୨୭ ଯାଏଁ ସହାୟତା ରାଶି ମିଳିବ। ଏହି ଯୋଜନା ୩ ବର୍ଷ ବଢ଼ିବା ପରେ ରାଜ୍ୟ ସରକାର ୬୦୨୯.୭୦ କୋଟି ଟଙ୍କା ଖର୍ଚ୍ଚ କରିବେ। ରାଜ୍ୟ ସରକାର କାଳିଆ ସହାୟତା ପ୍ରଦାନ କଟକଣାକୁ କୋହଳ ପାଇଁ ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ ୧ ଓ ସେପ୍ଟେମ୍ବର ୧ ତାରିଖ ବଦଳରେ ଏଣିକି କୌଣସି ସମୟରେ ସହାୟତା ମିଳିବ। ଅର୍ଥାତ ଚାଷୀମାନଙ୍କ ଆବଶ୍ୟକତା ଦେଖି ରାଜ୍ୟ ସରକାର ସହାୟତା ରାଶି ପ୍ରଦାନ କରିବେ। ଏ ସମ୍ପର୍କିତ ନିଷ୍ପତିକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ ଦେଇଛି ।

୨୦୨୪-୨୫ରୁ ୨୦୨୬-୨୦୨୭ ଆର୍ଥିକ ବର୍ଷ ପାଇଁ ୬ ହଜାର ୨୯ କୋଟି ୭୦ଲକ୍ଷ ଟଙ୍କାର ବ୍ୟୟ ଅଟକଳକୁ ଅନୁମୋଦନ କରିଛି କ୍ୟାବିନେଟ୍ । ଏହାଦ୍ୱାରା ରାଜ୍ୟର ସମସ୍ତ କାଳିଆ ହିତାଧିକାରୀ କୃଷକ ପରିବାର ଉପକୃତ ହେବେ । ସେହିଭଳି କାଳିଆ ସହାୟତା ଦିଆଯିବା କଟକଣା ବି କୋହଳ କରାଯାଇଛି । ଏବେ ଏହାକୁ ଯେକøଣସି ସମୟରେ ଦିଆଯାଇପାରିବ।

ପୂର୍ବରୁ ଖରିଫ ଋତୁ ପାଇଁ ୧ ଏପ୍ରିଲ ଓ ରବି ଋତୁ ପାଇଁ ୧ ସେପେଟମ୍ବର ଓ ପରବର୍ତୀ ସମୟରେ ରାଜ୍ୟ ସରକାରଙ୍କ ଦ୍ୱାରା କାଳିଆ ସହାୟତା ପ୍ରଦାନ କରାଯାଉଥିଲା । ବର୍ତମାନ ରାଜ୍ୟର ସମସ୍ତ ଯୋଗ୍ୟ ଭୂମିହୀନ କୃଷକ ପରିବାର ଯେଉଁମାନଙ୍କୁ କାଳିଆ ଯୋଜନାରେ ସମସ୍ତ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି ସେମାନଙ୍କୁ ୨ ହଜାର ଟଙ୍କାର ଅତିରିକ୍ତ ଆର୍ଥିକ ସହାୟତା ପ୍ରଦାନ କରିବାକୁ ସରକାର ନିଷ୍ପତି ନେଇଛନ୍ତି ।

ସେହିଭଳି ୨୦୧୪ ଅନୁଦାନପ୍ରାପ୍ତ ଶିକ୍ଷକ, କର୍ମଚାରୀଙ୍କ ଦରମା ବଢାଇବା ନେଇ ନିଷ୍ପତ୍ତି ହୋଇଛନ୍ତି । ଏହାଦ୍ୱାରା ମୋଟ ୧୭୮୯ ଜଣ ଶିକ୍ଷକ ଓ କର୍ମଚାରୀଙ୍କ ୭ମ ବେତନ କମିଶନ ହାରରେ ଦରମା ବଢିବ । ବର୍ଧିତ ଦରମା ପାଇଁ ୨୭ ଦଶମିକ ୩୭ କୋଟି ଟଙ୍କା ଖର୍ଚ୍ଚ ହେବ । ସେହିଭଳି ପଂଚାୟତରେ ନିୟମିତ ୮ ବର୍ଷ କାର୍ଯ୍ୟରତ ଥିବା ପିଇଓ ଓ ଭିଏଲଡବ୍ଲୁଙ୍କ ପଦୋନ୍ନିତ ହେବ ।

Leave A Reply

Your email address will not be published.