ପ୍ରମୁଖ ଖବର

କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ
ଲାଞ୍ଚ ନେଇ ଧରାପଡ଼ିଲେ ସିଟି-ଜିଏସ୍‌ଟି ଅଧିକାରୀ
ଏସଆଇ ପରୀକ୍ଷା ଜାଲିଆତି: ଗିରଫ ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ଟ୍ରକ୍‌ ପଛରେ ପିଟି ହେଲା ବସ୍, ଡ୍ରାଇଭର ଓ ହେଲ୍‌ପର ମୃତ
ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଉରକେଲା-ରାଞ୍ଚି ସେକ୍ସନରେ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ

ମିଶନ ଶକ୍ତି ମାଆଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର

0

ଭୁବନେଶ୍ବର: ମିଶନ ଶକ୍ତି ମାଆଙ୍କୁ ଏଣିକି ବିନା ସୁଧରେ ମିଳିବ ୧୦ ଲକ୍ଷ ଟଙ୍କା ଯାଏଁ ଋଣ। ସେହିଭଳି ୟୁନିଫର୍ମ ଓ ବ୍ଲେଜର ପାଇଁ ୭୦ ଲକ୍ଷ ମହିଳା ଓ ଦେଢ ଲକ୍ଷ ମିଶନ ଶକ୍ତି ଲିଡରଙ୍କୁ ୭୩୦ କୋଟି ଟଙ୍କାର ଆର୍ଥିକ ସହାୟତା ଦିଆଯିବ। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ମିଶନ ଶକ୍ତି ବଜାର ଉଦଘାଟନ ପୂର୍ବରୁ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଗାମୀ ୫ ବର୍ଷରେ ରାଜ୍ୟରେ ୫ ହଜାର ମିଶନ ଶକ୍ତି ବଜାର ଖୋଲାଯିବ ।

ଚଳିତବର୍ଷ ମିଶନ ଶକ୍ତିର ମା’ ମାନେ ୧୫ ହଜାର କୋଟି ଟଙ୍କା ଋଣ ପାଇଛନ୍ତି । ଆସନ୍ତା ୫ ବର୍ଷରେ ମିଶନ ଶକ୍ତି ମା’ଙ୍କୁ ୭୫ ହଜାର କୋଟି ଟଙ୍କାର ଋଣ ଯୋଗାଇ ଦିଆଯିବ । ସେପଟେ ଆଜି ସଂଧ୍ଯାରେ ଉଦଘାଟିତ ହେବ ମିଶନ ଶକ୍ତି ବଜାର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ବଜାରକୁ ଉଦଘାଟନ କରିବେ। ଏହାଦ୍ବାରା ଏଣିକି ଘରେ ଘରେ ପହଞ୍ଚିବ ମିଶନ ଶକ୍ତି ମହିଳାଙ୍କ ଉତ୍ପାଦ । ଗ୍ରାହକଙ୍କୁ ଉଭୟ ଅନଲାଇନ ଓ ଅଫଲାଇନ କିଣିବା ସୁବିଧା ମିଳିବ। ଏହି ବଜାରରେ ଲୋକେ ଝାଡ଼ୁଠାରୁ ପାଟଶାଢ଼ୀ, ବେତ ସୋଫା, ଘରକରଣା ଜିନିଷ, ମିଲେଟ୍ସ୍ ଉତ୍ପାଦ, ପଟ୍ଟଚିତ୍ର, ପେଣ୍ଟିଂ, କନ୍ଧମାଳ ହଳଦୀ ସମେତ ପ୍ରାୟ ପ୍ରାୟ ୧ ହଜାର ପ୍ରକାର ଉତ୍ପାଦ କିଣିବାର ସୁବିଧା ପାଇବେ । ମିଶନଶକ୍ତି ବଜାରର ପରିଚାଳନା ଦାୟିତ୍ବ ପାଇଛି ଖୋର୍ଦ୍ଧା ମାତୃଶକ୍ତି ଫାର୍ମର୍ସ ପ୍ରଡ୍ୟୁସ୍ କମ୍ପାନୀ ଲିମିଟେଡ୍।

Leave A Reply

Your email address will not be published.