ପ୍ରମୁଖ ଖବର

ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ

ମିଶନ ଶକ୍ତି ମାଆଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର

0

ଭୁବନେଶ୍ବର: ମିଶନ ଶକ୍ତି ମାଆଙ୍କୁ ଏଣିକି ବିନା ସୁଧରେ ମିଳିବ ୧୦ ଲକ୍ଷ ଟଙ୍କା ଯାଏଁ ଋଣ। ସେହିଭଳି ୟୁନିଫର୍ମ ଓ ବ୍ଲେଜର ପାଇଁ ୭୦ ଲକ୍ଷ ମହିଳା ଓ ଦେଢ ଲକ୍ଷ ମିଶନ ଶକ୍ତି ଲିଡରଙ୍କୁ ୭୩୦ କୋଟି ଟଙ୍କାର ଆର୍ଥିକ ସହାୟତା ଦିଆଯିବ। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ମିଶନ ଶକ୍ତି ବଜାର ଉଦଘାଟନ ପୂର୍ବରୁ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଗାମୀ ୫ ବର୍ଷରେ ରାଜ୍ୟରେ ୫ ହଜାର ମିଶନ ଶକ୍ତି ବଜାର ଖୋଲାଯିବ ।

ଚଳିତବର୍ଷ ମିଶନ ଶକ୍ତିର ମା’ ମାନେ ୧୫ ହଜାର କୋଟି ଟଙ୍କା ଋଣ ପାଇଛନ୍ତି । ଆସନ୍ତା ୫ ବର୍ଷରେ ମିଶନ ଶକ୍ତି ମା’ଙ୍କୁ ୭୫ ହଜାର କୋଟି ଟଙ୍କାର ଋଣ ଯୋଗାଇ ଦିଆଯିବ । ସେପଟେ ଆଜି ସଂଧ୍ଯାରେ ଉଦଘାଟିତ ହେବ ମିଶନ ଶକ୍ତି ବଜାର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ବଜାରକୁ ଉଦଘାଟନ କରିବେ। ଏହାଦ୍ବାରା ଏଣିକି ଘରେ ଘରେ ପହଞ୍ଚିବ ମିଶନ ଶକ୍ତି ମହିଳାଙ୍କ ଉତ୍ପାଦ । ଗ୍ରାହକଙ୍କୁ ଉଭୟ ଅନଲାଇନ ଓ ଅଫଲାଇନ କିଣିବା ସୁବିଧା ମିଳିବ। ଏହି ବଜାରରେ ଲୋକେ ଝାଡ଼ୁଠାରୁ ପାଟଶାଢ଼ୀ, ବେତ ସୋଫା, ଘରକରଣା ଜିନିଷ, ମିଲେଟ୍ସ୍ ଉତ୍ପାଦ, ପଟ୍ଟଚିତ୍ର, ପେଣ୍ଟିଂ, କନ୍ଧମାଳ ହଳଦୀ ସମେତ ପ୍ରାୟ ପ୍ରାୟ ୧ ହଜାର ପ୍ରକାର ଉତ୍ପାଦ କିଣିବାର ସୁବିଧା ପାଇବେ । ମିଶନଶକ୍ତି ବଜାରର ପରିଚାଳନା ଦାୟିତ୍ବ ପାଇଛି ଖୋର୍ଦ୍ଧା ମାତୃଶକ୍ତି ଫାର୍ମର୍ସ ପ୍ରଡ୍ୟୁସ୍ କମ୍ପାନୀ ଲିମିଟେଡ୍।

Leave A Reply

Your email address will not be published.