ପ୍ରମୁଖ ଖବର

ଶିଶୁ ଫର୍ମୁଲା ଫୁଡ୍‌କୁ ନେଇ ନେସଲେ ବିରୋଧରେ ୩ ମାମଲା
କ୍ରସ୍‌ ଭୋଟିଂ ମାମଲା: ୮ ବିଜେଡି ବିଧାୟକଙ୍କ ସଭ୍ୟପଦ ରଦ୍ଦ ମାମଲା ଗ୍ରହଣ କଲେ ହାଇକୋର୍ଟ
ନିଠାରୀ ଗଣହତ୍ୟା ମାମଲା: ଦୋଷମୁକ୍ତ ସୁରେନ୍ଦ୍ର କୋଲିଙ୍କ ଆତ୍ମହତ୍ୟା
ପାକିସ୍ତାନରେ ଭୟଙ୍କର ବିସ୍ଫୋରଣ, ୧୫ ମୃତ
ପୌର ନିର୍ବାଚନ: ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି
୮ ଲକ୍ଷ ଲାଞ୍ଚ ନେବାବେଳେ ଧରାପଡ଼ିଲେ କେନ୍ଦ୍ରୀୟ ଜିଏସ୍‌ଟି ସୁପରିନଟେଣ୍ଡଣ୍ଟ

‘ଗଗନଯାନ’ ଅଭିଯାନ ପାଇଁ ୪ଜଣ ମହାକାଶଚାରୀଙ୍କ ନାଁ ଘୋଷଣା

0

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ‘ଗଗନଯାନ’ ଅଭିଯାନ ପାଇଁ ୪ଜଣ ମହାକାଶଚାରୀଙ୍କ ନାଁ ଘୋଷଣା କରିଛନ୍ତି। ସେମାନେ ହେଲେ ଗ୍ରୁପ୍ କ୍ୟାପ୍ଟେନ୍ ପ୍ରଶାନ୍ତ ବାଲକ୍ରିଷନ୍‌, ଅଜିତ କ୍ରିଷନନ୍‌, ଅଙ୍ଗଦ ପ୍ରତାପ ଏବଂ ୱିଙ୍ଗ୍ କମାଣ୍ଡର ଶୁଭାଂଶୁ ଶୁକ୍ଲା। ବିକ୍ରମ ସାରାଭାଇ ସ୍ପେଶ୍ ସେଣ୍ଟରରୁ ଏମାନଙ୍କ ନାଁ ଘୋଷଣା କରିଛନ୍ତି ମୋଦୀ।

ଏହି ୪ ଜଣ ଟେଷ୍ଟ ପାଇଲଟ୍ ଦେଶର ବାୟୁସେନାର ସବୁ ପ୍ରକାର ଫାଇଟର ଜେଟ୍ ଉଡାଇ ସାରିଛନ୍ତି । ସବୁପ୍ରକାର ଫାଇଟର ଜେଟ୍ ବିଷୟରେ ଏହି ୪ଜଣ ପାଇଲଟଙ୍କର ସବିଶେଷ ଜ୍ଞାନ ରହିଛି । ଗଗନଯାନ ପାଇଁ ଏମାନେ ଋଷ ଯାଇ ପ୍ରଶିକ୍ଷଣ ନେଇଛନ୍ତି । ଏବେ ବେଙ୍ଗାଲୁରୁ ଏଷ୍ଟ୍ରୋନଟ୍ ଟ୍ରେନିଙ୍ଗ ଫ୍ୟାସିଲିଟିରେ ଏମାନଙ୍କ ଶେଷ ଟ୍ରେନିଂ ଚାଲିଛି ।

Leave A Reply

Your email address will not be published.