ପ୍ରମୁଖ ଖବର

କୁଆଖାଇରେ ଭାସିଯାଇଥିବା ୨ ଯୁବକଙ୍କ ମଧ୍ୟରୁ ଜଣଙ୍କ ମୃତଦେହ ଉଦ୍ଧାର, ଅନ୍ୟ ନିଖୋଜ
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
୧୨ରେ ବଙ୍ଗୋପସାଗରରେ ନୂଆ ଘୂର୍ଣ୍ଣିବଳୟ, ଉତ୍ତର-ଉପକୂଳ ଓଡ଼ିଶାକୁ ରେଡ୍ ୱାର୍ଣ୍ଣିଂ
ଆଇଟି ନିୟମ ହେବ ଅଧିକ କଡ଼ା: ୩ ଘଣ୍ଟାରେ ହଟିବ ବେଆଇନ ଏଆଇ ବିଷୟବସ୍ତୁ
ବ୍ୟାଙ୍କକ ସ୍କୁଲରେ ଗୁଳିକାଣ୍ଡ: ୭ ମୃତ, ୨୦ ଛାତ୍ର ଆହତ
୫୮.୩୬ ଲକ୍ଷ ଭୋଟରଙ୍କୁ ନୋଟିସ୍‌, ୧୨,୫୭୨ ଅଯୋଗ୍ୟ ଘୋଷିତ

ଆଜି ରାଜ୍ୟସଭା ନିର୍ବାଚନ

0

ନୂଆଦିଲ୍ଲୀ: ରାଜ୍ୟସଭାର ୧୫ଟି ଆସନ ପାଇଁ ଆଜି ଅନୁଷ୍ଠିତ ହେବ ନିର୍ବାଚନ। ସକାଳ ୯ଟାରୁ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯିବ, ପରେ ଅପରାହ୍ନ ୫ଟାରେ ଭୋଟ ଗଣତି କରାଯାଇ ଫଳାଫଳ ଘୋଷଣା କରାଯିବ। ରାଜ୍ୟସଭାରେ ମୋଟ ୫୬ଟି ଆସନ ଖାଲି ହୋଇଥିବା ବେଳେ ୪୧ଜଣ ପ୍ରାର୍ଥୀ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହୋଇ ସାରିଛନ୍ତି, ବାକି ୧୫ଟି ଆସନ ପାଇଁ ଆଜି ନିର୍ବାଚନ ଅନୁଷ୍ଠିତ ହେଉଛି।

ବିଜେପିର ସର୍ବାଧିକ ୨୦ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ଏଲ୍. ମୁରୁଗନ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଏବଂ ପୂର୍ବତନ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧିଙ୍କର କେହି ପ୍ରତିଦ୍ୱନ୍ଦ୍ୱୀ ନଥିବାରୁ ବିନା ଭୋଟରେ ରାଜ୍ୟସଭାକୁ ନିର୍ବାଚିତ ହୋଇ ସାରିଛନ୍ତି। ସେହିପରି ଓଡ଼ିଶାରୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ବିଜେଡିର ଦୁଇ ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ।

ତେବେ ୧୫ଟି ଆସନ ମଧ୍ୟରେ ଉତ୍ତପ୍ରଦେଶର ୧୦ଟି, କର୍ଣ୍ଣାଟକର ୪ଟି ଓ ହିମାଚଳ ପ୍ରଦେଶର ଗୋଟିଏ ଆସନ ଅନ୍ତର୍ଭୁକ୍ତ। ଉତ୍ତର ପ୍ରଦେଶ ବିଜେପି ସରକାର ଥିବାରୁ ୧୦ଟି ଆସନରୁ ୭ଟି ଆସନରେ ଦଳୀୟ ପ୍ରାର୍ଥୀଙ୍କ ବିଜୟ ହେବାର ସମ୍ଭାବନା ରହିଛି, ସେହିପରି ହିମାଚଳ ପ୍ରଦେଶରେ ଗୋଟିଏ ଆସନ କଂଗ୍ରେସ ହାତକୁ ଯିବା ନିଶ୍ଚିତ ହୋଇଛି ।

Leave A Reply

Your email address will not be published.