ପ୍ରମୁଖ ଖବର

ୟୁଜିସି-ନେଟ୍ ପରୀକ୍ଷା ତାରିଖରେ ପରିବର୍ତ୍ତନ: ଏବେ ୟୁଜିସି-ନେଟ୍ ପରୀକ୍ଷା ଜୁନ୍ ୧୬ ରବିବାର ପରିବର୍ତ୍ତେ ଜୁନ ୧୮ ମଙ୍ଗଳବାର ଦିନ ଅନୁଷ୍ଠିତ ହେବ
ୟୁଜିସି ମୁଖ୍ୟ ଜଗଦୀଶ କୁମାର ମାଇକ୍ରୋବ୍ଲଗିଂ ସାଇଟ୍ ‘ଏକ୍ସ’ରେ ଏ ନେଇ ସୂଚନା ଦେଇଛନ୍ତି
୧୦% କର୍ମଚାରୀଙ୍କୁ ଛଟେଇ କରିବ ଓଲା, ଇସ୍ତଫା ଦେଲେ ସିଇଓ ହେମନ୍ତ ବକ୍ସି
ଆସନ୍ତାକାଲି ହିଞ୍ଜିଳି ଆସନ ପାଇଁ ନାମାଙ୍କନ ଭରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
୪୪.୮ ଡିଗ୍ରୀ ସହ ବାରିପଦା ସବୁଠୁ ଉତ୍ତପ୍ତ ସହର, ଆହୁରି ୪ରୁ ୫ ଦିନ ପର୍ଯ୍ୟନ୍ତ ଜାରି ରହିବ ଗ୍ରୀଷ୍ମ ଲହରୀ

ଟ୍ରେନ୍ ଦୁର୍ଘଟଣାରେ ୧୨ ଜଣଙ୍କ ମୃତ୍ୟୁ

0

ଜାମତାରା: ଝାଡ଼ଖଣ୍ଡର ଜାମତାରାରେ ବୁଧବାର ସନ୍ଧ୍ୟାରେ ହୋଇଥିବା ଏକ ମର୍ମନ୍ତୁଦ ଟ୍ରେନ୍ ଦୁର୍ଘଟଣାରେ ୧୨ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ପାଖାପାଖି ୬ଜଣ ଲୋକ ଆହତ ହୋଇଛନ୍ତି। କରମାଟାଣ୍ଡ ନିକଟ କଳାଝରିଆରେ ଏହି ଘଟଣା ଘଟିଛି। ରେଳବାଇ ପୁଲିସ ଓ ସ୍ଥାନୀୟ ପ୍ରଶାସନର ଟିମ୍ ରିଲିଫ୍ ଓ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ, ଆଙ୍ଗ ଏକ୍ସପ୍ରେସ୍ ଟ୍ରେନ୍ରେ ନିଆଁ ଲାଗିବା ଖବର ପାଇବା ପରେ ଏଥିରେ ଥିବା ଯାତ୍ରୀମାନେ ଭୟଭୀତ ହୋଇ ତଳକୁ ଡେଇଁବାକୁ ଲାଗିଥିଲେ। ଏହି ସମୟରେ ବିପରୀତ ଦିଗରୁ ଆସୁଥିବା ଝାଝା-ଆସାନସୋଲ ପାସେଞ୍ଜର ଟ୍ରେନ୍ ରେଳ ଧାରଣାରେ ପଡ଼ିଥିବା ଯାତ୍ରୀଙ୍କ ଉପରେ ଚଢ଼ି ଯାଇଥିଲା। ଆଙ୍ଗ ଏକ୍ସପ୍ରେସକୁ ମଧ୍ୟ ବନ୍ଦ କରି ଦିଆଯାଇଛି ।

କିଛି ରିପୋର୍ଟରେ କୁହାଯାଇଛି ଯେ ଟ୍ରେନ ମାଡ଼ି ଯିବାରୁ ୧୨ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆଉ କିଛି ରିପୋର୍ଟରେ ୨ ଜଣଙ୍କ ଜୀବନ ଯାଇଥିବା କୁହାଯାଇଛି। କିନ୍ତୁ ରେଳବାଇ ପକ୍ଷରୁ ମୃତ୍ୟୁସଂଖ୍ୟାକୁ ନିଶ୍ଚିତ କରାଯାଇ ନାହିଁ। ଘଟଣାସ୍ଥଳରେ ମେଡିକାଲ ଟିମ ଓ ଉଦ୍ଧାରକାରୀ ଦଳ ପହଞ୍ଚିଛନ୍ତି। ତେବେ ଘଟଣାସ୍ଥଳରେ ଆଲୋକର ବ୍ୟବସ୍ଥା ନଥିବାରୁ ଉଦ୍ଧାର କାର୍ଯ୍ୟରେ ବାଧା ଉପୁଜିଛି। 

Leave A Reply

Your email address will not be published.