ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଲ୍ ଗେଟ୍ସ

0

ଭୁବନେଶ୍ୱର: ଆଜି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମାଇକ୍ରୋସଫ୍ଟର ସହ ପ୍ରତିଷ୍ଠାତା ବିଲ୍ ଗେଟ୍ସ । ଭୁବନେଶ୍ବର ଗସ୍ତରେ ଥିବା ଶ୍ରୀ ଗେଟ୍ସ ବିଭିନ୍ନ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ସହ ଆଲୋଚନା କରିଛନ୍ତି। ଉଭୟଙ୍କ ମଧ୍ୟରେ ଆଲୋଚନାରେ ଓଡିଶାର ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମ, କୃଷି ଓ କୃଷକଙ୍କ ବିକାଶ, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ, ବସ୍ତି ପରିଚାଳନା ଓ ବିଭିନ୍ନ କ୍ଷେତ୍ରରେ ରୂପାନ୍ତରଣ ପ୍ରସଙ୍ଗ ସ୍ଥାନ ପାଇଥିଲା। ମୁଖ୍ୟମନ୍ତ୍ରୀ-ବିଲ୍ ଗେଟ୍ସ ଆଲୋଚନା ବେଳେ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଧ୍ୟ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ, ବିଲ୍ ଗେଟ୍ସ ଆଜି ସକାଳୁ ସ୍ଥାନୀୟ ଲୁମ୍ବିନୀବିହାରସ୍ଥିତ ମା’ ମଙ୍ଗଳାବସ୍ତି ପରିଦର୍ଶନ କରିଥିଲେ। ବସ୍ତି ବୁଲିବା ସହ ଏଠାକାର ଲୋକଙ୍କ ଜୀବନଶୈଳୀ ବୁଲି ଦେଖିଥିଲେ। ଘରକୁ ଘର ଯାଇ ସେମାନଙ୍କୁ ଏଠାର କଣ ସବୁ ମୌଳିକ ସୁବିଧା ମିଳୁଛି ସେ ବିଷୟରେ ପଚାରି ବୁଝିଥିଲେ। ଏହାପରେ କୃଷି ଭବନ ପରିଦର୍ଶନ କରିବା ସହିତ ଗେଟ୍ସ ଫାଉଣ୍ଡେସନ୍ ସହାୟତାରେ ବିଭିନ୍ନ ବିଭାଗରେ ଚାଲିଥିବା ଯୋଜନାର ସମୀକ୍ଷା କରିଥିଲେ।

ଉଲ୍ଲେଖଯୋଗ୍ୟ, କୃଷି ସମୀକ୍ଷା କେନ୍ଦ୍ର ଗେଟ୍ସ ଫାଉଣ୍ଡେସନ୍ ସହାୟତାରେ ରାଜ୍ୟରେ କାର୍ଯ୍ୟ କରୁଛି। ଏହି କେନ୍ଦ୍ର ସମନ୍ୱିତ ଚାଷ ପାଇଁ ଉନ୍ନତ ଜ୍ଞାନ କୌଶଳ ବାବଦରେ ସୂଚନା ଦେଉଛି। ଚାଷ ସମ୍ବନ୍ଧୀୟ ସମସ୍ୟା ବାବଦରେ ଏହି କେନ୍ଦ୍ର ଚାଷୀଙ୍କୁ ସହାୟତା ଯୋଗାଉଛି। ରାଜ୍ୟରେ କୃଷିର ଉନ୍ନତି ପାଇଁ ବିଲ ଆଣ୍ଡ ମେଲିଣ୍ଡା ଗେଟ୍ସ ଫାଉଣ୍ଡେସନ୍ ସହ ୨୦୧୭ ମସିହାରେ ଚୁକ୍ତି ହୋଇଥିଲା। ବୈଷୟିକ ପ୍ରଣାଳୀରେ କ୍ଷୁଦ୍ର ଚାଷୀ ଏବଂ ଚାଷୀଙ୍କ ଆୟବୃଦ୍ଧି କରିବା ନେଇ ଲକ୍ଷ୍ୟ ରଖାଯାଇଥିଲା।

Leave A Reply

Your email address will not be published.