ପ୍ରମୁଖ ଖବର

ଶିଶୁ ଫର୍ମୁଲା ଫୁଡ୍‌କୁ ନେଇ ନେସଲେ ବିରୋଧରେ ୩ ମାମଲା
କ୍ରସ୍‌ ଭୋଟିଂ ମାମଲା: ୮ ବିଜେଡି ବିଧାୟକଙ୍କ ସଭ୍ୟପଦ ରଦ୍ଦ ମାମଲା ଗ୍ରହଣ କଲେ ହାଇକୋର୍ଟ
ନିଠାରୀ ଗଣହତ୍ୟା ମାମଲା: ଦୋଷମୁକ୍ତ ସୁରେନ୍ଦ୍ର କୋଲିଙ୍କ ଆତ୍ମହତ୍ୟା
ପାକିସ୍ତାନରେ ଭୟଙ୍କର ବିସ୍ଫୋରଣ, ୧୫ ମୃତ
ପୌର ନିର୍ବାଚନ: ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି
୮ ଲକ୍ଷ ଲାଞ୍ଚ ନେବାବେଳେ ଧରାପଡ଼ିଲେ କେନ୍ଦ୍ରୀୟ ଜିଏସ୍‌ଟି ସୁପରିନଟେଣ୍ଡଣ୍ଟ

ବଦଳିଲେ ୩ ଜିଲ୍ଲାର ଜିଲ୍ଲାପାଳ

0

ଭୁବନେଶ୍ବର: ସାଧାରଣ ନିର୍ବାଚନ ପୂର୍ବରୁ ବଦଳିଲେ ୩ ଜିଲ୍ଲାର ଜିଲ୍ଲାପାଳ। ଜିଲ୍ଲାପାଳ ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟସରକାର। ସାଧାରଣ ପ୍ରଶାସନ ବିଭାଗ ତରଫରୁ ପ୍ରକାଶ ପାଇଥିବା ଏହି ବିଜ୍ଞପ୍ତି ଅନୁସାରେ ବାଲେଶ୍ୱର, ମୟୂରଭଞ୍ଜ ଏବଂ ପୁରୀ ଜିଲ୍ଲାର ଜିଲ୍ଲାପାଳ ବଦଳିଛନ୍ତି। ଏଥିସହ କଟକ ମହାନଗର ନିଗମକୁ ମିଳିଛି ନୂଆ କମିସନର।

ପୂର୍ବରୁ ପୁରୀର ଜିଲ୍ଲାପାଳ ଥିବା ବିଜୟ କୁମାର ଦାସଙ୍କୁ କଟକ ମହାନଗର ନିଗମର ନୂଆ କମିସନର ଭାବେ ନିଯୁକ୍ତି ମିଳିଛି। ସେହିପରି କଟକ କମିସନର ଥିବା ସିଦ୍ଧାର୍ଥ ଶଙ୍କର ସ୍ୱାଇଁଙ୍କୁ ପୁରୀ ଜିଲ୍ଲାପାଳ ଭାବେ ନିଯୁକ୍ତ କରାଯାଇଛି। ତତ୍ ସହିତ ବାଲେଶ୍ୱର ଜିଲ୍ଲାପାଳ ଥିବା ଦତ୍ତାତ୍ରେୟ ଭାଉସାହେବ ସିନ୍ଦେଙ୍କୁ ମୟୂରଭଞ୍ଜର ଜିଲ୍ଲାପାଳ ଭାବେ ବଦଳି କରାଯାଇଛି।

Leave A Reply

Your email address will not be published.