ପ୍ରମୁଖ ଖବର

କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ
ଲାଞ୍ଚ ନେଇ ଧରାପଡ଼ିଲେ ସିଟି-ଜିଏସ୍‌ଟି ଅଧିକାରୀ
ଏସଆଇ ପରୀକ୍ଷା ଜାଲିଆତି: ଗିରଫ ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ଟ୍ରକ୍‌ ପଛରେ ପିଟି ହେଲା ବସ୍, ଡ୍ରାଇଭର ଓ ହେଲ୍‌ପର ମୃତ
ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଉରକେଲା-ରାଞ୍ଚି ସେକ୍ସନରେ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ

ଓଡିଶା ଗସ୍ତରେ ମହାମହିମ

0

ମୟୂରଭଞ୍ଜ: ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାୟୁସେନାର ସ୍ଵତନ୍ତ୍ର ବିମାନରେ ଆସି ମୟୂରଭଂଜ ଖିଚିଂରେ ପହଞ୍ଚିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଖିଚିଂରେ ମାଆ କିଚକେଶ୍ବରୀଙ୍କୁ ଦର୍ଶନ କରିଥିଲେ  ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହାପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ରାଇରଙ୍ଗପୁରରେ ବିଭିନ୍ନ କାର୍ଯ୍ୟକ୍ରମ ରହିଥିଲା। ରାଇରଙ୍ଗପୁରରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ଯାସ ଓ ଉଦଘାଟନ କରିଥିଲେ ରାଷ୍ଟ୍ରପତି। ତେବେ ମୟୂରଭଞ୍ଜ ସମେତ କେନ୍ଦୁଝର, କଟକ, ଭୁବନେଶ୍ବର, ସମ୍ବଲପୁର ଓ ବ୍ରହ୍ମପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି। ରାଷ୍ଟ୍ରପତିଙ୍କ ୪ ଦିନିଆ ଗସ୍ତ କାର୍ଯ୍ୟକ୍ରମ ରହିଛି। ଏଥିମଧ୍ୟରେ କେନ୍ଦୁଝର ଧରଣୀଧର ବିଶ୍ବବିଦ୍ଯାଳୟରେ କେନ୍ଦୁଝରର ଜନଜାତିଙ୍କ ଉପରେ ଆୟୋଜିତ ଆଲୋଚନା ଚକ୍ରର ଉଦଘାଟନ କରିବେ।

ସୂଚନାଯୋଗ୍ୟ, ୪ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାର ମୟୂରଭଂଜ ଜିଲ୍ଲାର ରାଇରଂଗପୁରରେ ‘ହୋଲିଡେ ହୋମ୍‌’ର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ସେ ରାଞ୍ଚି-ବିଜୟୱାଡା ୨୨୦ ନଂ ଜାତୀୟ ରାଜପଥର ଦୁଇ ଲ୍ୟାନ୍ ବିଶିଷ୍ଟ ବାଇପାସ୍ ରାସ୍ତା, ରାଇରଙ୍ଗପୁରରୁ ଯଶିପୁର ପର୍ଯ୍ୟନ୍ତ ୨୨୦ ନଂ ଜାତୀୟ ରାଜପଥର ସମ୍ପ୍ରସାରଣ ଓ ପ୍ରଶକ୍ତୀକରଣ ପ୍ରକଳ୍ପ, ବାଇଦାପୋଷି ନିକଟରେ ଉପଖଣ୍ଡରେ କ୍ରୀଡାର ଭିତ୍ତିଭୂମିର ବିକାଶ ପାଇଁ ସ୍ପୋର୍ଟସ କମ୍ପଲେକ୍ସ ଓ ଏସଟି ଏସ୍ସି ରିସର୍ଚ୍ଚ ସେନ୍ଟର୍ (ଆଦିବାସୀ ସଂଗ୍ରହାଳୟ) ପାଇଁ ଶିଳାନ୍ୟାସ ଓ ବଡସାହିସ୍ଥିତ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ଆଭାଷୀ ମାଧ୍ୟମରେ ଲୋକାର୍ପଣ କରିଛନ୍ତି। ରାଷ୍ଟ୍ରପତି ଆଜି ସଂଧ୍ୟାରେ ମହୁଲଡିହାସ୍ଥିତ ପୂର୍ତ୍ତ ବିଭାଗର ଡାକ ବଙ୍ଗଳାରେ କିଛି ବ୍ୟକ୍ତିବିଶେଷଙ୍କ ସହିତ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି।ସାକ୍ଷାତ କାର୍ଯ୍ୟକ୍ରମ ପରେ ମହୁଲଡିହାସ୍ଥିତ ନିଜ ବାସଭବନରେ ପରିବାର ସହିତ ରାତ୍ରିଭୋଜନ କରି ସାରିବା ପରେ ରାତ୍ରୀଯାପନ କରିବେ।

Leave A Reply

Your email address will not be published.