ପ୍ରମୁଖ ଖବର

କମନୱେଲଥ୍ ଗେମ୍ସ: ଅଷ୍ଟମ ଦିନରେ ଭାରତର ୬ ପଦକ, ମୋଟ ସଂଖ୍ୟା ୨୩
ରାଜ୍ୟ କ୍ୟାବିନେଟରେ ୧୧ ପ୍ରସ୍ତାବକୁ ମଞ୍ଜୁରି
ସୁନ୍ଦରଗଡ଼ରେ ହାତୀ ଆତଙ୍କ: ଦନ୍ତା ଆକ୍ରମଣରେ ୨ ମୃତ
ଭୋଗପୁରମରେ ଆଲୁରି ସୀତାରାମ ରାଜୁ ଅନ୍ତର୍ଜାତୀୟ ବିମାନବନ୍ଦର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ
ଆକାଶମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
୧୯ ବର୍ଷ ପରେ କଲକାତା ଫେରିଲେ ତସଲିମା ନସରିନ୍
ରାଷ୍ଟ୍ରପତି ଭବନରେ ଚମକିଲା ଓଡ଼ିଶାର ୩ ଷ୍ଟାର୍ଟଅପ୍
ଶସ୍ତା ହେଲା କମର୍ସିଆଲ ଗ୍ୟାସ ସିଲିଣ୍ଡର, ବଢ଼ିଲା ବିମାନ ଇନ୍ଧନ ଦର

ଦ୍ୱିତୀୟ ପର୍ଯ୍ୟାୟରେ ଆମ ବ୍ୟାଙ୍କର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟରେ ୨୮୮ ବ୍ଲକର ୨ହଜାର ଗ୍ରାମ ପଞ୍ଚାୟତରେ ଆମ ବ୍ୟାଙ୍କର ଶୁଭାରମ୍ଭ କରିଛନ୍ତି। ଓଡିଶାର ୬ ହଜାର ୭୯୮ଟି ଗ୍ରାମ ପଞ୍ଚାୟତ ମଧ୍ୟରୁ ୪ ହଜାର ୩୭୩ଟି ପଞ୍ଚାୟତରେ ବ୍ୟାଙ୍କ ଶାଖା ନଥିଲା। ୨୦୨୩ ନଭେମ୍ବର ମାସରେ ପ୍ରଥମ ପର୍ଯ୍ୟାୟରେ ୭୫୦ ଟି ଆମ ବ୍ୟାଙ୍କ ଖୋଲିଥିଲା। ପର୍ଯ୍ୟାୟକ୍ରମେ ରାଜ୍ୟର ଅବଶିଷ୍ଟ ସମସ୍ତ ପଞ୍ଚାୟତରେ ସୁବିଧା ମିଳିବ। ଆଜି ବ୍ୟାଙ୍କ ଜନସେବାର ଗୁରୁତ୍ୱପୂର୍ଣ୍ଣ କେନ୍ଦ୍ରରେ ପରିଣତ ହୋଇଛି ବୋଲି ଶୁଭାରମ୍ଭ ଅବସରରେ କହିଛନ୍ତି ମୁଖ୍ୟମନ୍ତ୍ରୀ।

ଆମ ବ୍ୟାଙ୍କ ରାଜ୍ୟ ସରକାରଙ୍କ ଏକ ଅଭିନବ ପଦକ୍ଷେପ । ସାରା ଦେଶରେ ଏକ ମଡେଲ। ବ୍ୟାଙ୍କ ଗୁଡିକ ହିତାଧିକାରୀଙ୍କୁ ୧୫ ପ୍ରକାର ସେବା ଯୋଗାଇବ । ସମସ୍ତ ସରକାରୀ ସୁବିଧା ସିଧା ସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ଜମା ହେବ। ସେଥିପାଇଁ ମୋ ରାଜ୍ୟର ସବୁ ହିତାଧିକାରୀ ସୁବିଧାରେ ଓ ଠିକ୍‌ ସମୟରେ ତାଙ୍କ ପ୍ରାପ୍ୟ ପାଉଛନ୍ତି । କେହି ଜଣେ ବି ହିତାଧିକାରୀ ସରକାରୀ ସହାୟତା ପାଇବାରେ ଯେପରି ହଇରାଣ ନ ହେବେ ତାକୁ ଦୃଷ୍ଟିରେ ରଖି ଏହି ବ୍ୟାଙ୍କ ଗୁଡିକ ଖୋଲାଯାଇଥିବା କହିଛନ୍ତି ମୁଖ୍ଯମନ୍ତ୍ରୀ। ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ଗାଁମାନଙ୍କରେ ଡିଜିଟାଲ ଭିତ୍ତିଭୂମିକୁ ମଜବୁତ କରିବା ଉପରେ ଗୁରୁତ୍ୱ ଦିଆଯାଇଛି। ଆର୍ଥିକ ଅନ୍ତର୍ଭୁକ୍ତିକରଣ ସମସ୍ତଙ୍କ ଏକ ମୌଳିକ ଅଧିକାର। ଏକ କଲ୍ୟାଣକାରୀ ରାଜ୍ୟ ଭାବରେ ସମସ୍ତ ନାଗରିକମାନଙ୍କୁ ଆର୍ଥିକ ଅନ୍ତର୍ଭୁକ୍ତିକରଣରେ ସାମିଲ କରିବା ମୁଖ୍ୟ ଦାୟିତ୍ୱ।

ମଧୁବାବୁ ପେନସନ ଯୋଜନା, ମମତା ଯୋଜନା, ବୁଣାକାର ଓ କଳାକାରମାନଙ୍କ ପେନସନ ଓ ସହାୟତା ନିକଟରେ ବୃଦ୍ଧି କରାଯାଇଛି ।  ଏମାନଙ୍କ ସହିତ ମିଶନ ଶକ୍ତି ମାଆ ମାନେ ମଧ୍ୟ ଏହି ବ୍ୟାଙ୍କ ଜରିଆରେ ସୁବିଧା ପାଇବେ। ବରିଷ୍ଠ ନାଗରିକ, ଗର୍ଭବତୀ ମହିଳା ଓ ଶାରିରୀକ ଅକ୍ଷମମାନଙ୍କୁ ସେମାନଙ୍କ ଘର ପାଖରେ ସେବା ଯୋଗାଇଦେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ବ୍ୟାଙ୍କ ଖୋଲିବାରେ ସହାୟତା କରିଥିବା ୬ଟି ପବ୍ଲିକ ସେକ୍ଟର ବ୍ୟାଙ୍କକୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ଯମନ୍ତ୍ରୀ । ସଶକ୍ତ ଓଡିଶା ଗଠନ କରିବା ଦିଗରେ ସମସ୍ତେ ସମ୍ମିଳିତ ଭାବେ କାର୍ଯ୍ୟ କରିବା ପାଇଁ  ଆହ୍ୱାନ ଦେଇଛନ୍ତି ମୁଖ୍ଯମନ୍ତ୍ରୀ।

କାର୍ଯ୍ୟକ୍ରମରେ ଅର୍ଥ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ , ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ପଞ୍ଚାୟତ ରାଜ ଓ ପାନୀୟ ଜଳ ବିଭାଗ ପ୍ରମୁଖ ଶାସନ ସଚିବ  ସୁଶୀଲ କୁମାର ଲୋହାନୀ, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଭାଗର ପ୍ରମୁଖ ଶାସନ ସଚିବ ମନୋଜ ମିଶ୍ର, ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆର ସି.ଜି.ଏମ୍ ଉପସ୍ଥିତ ଥିଲେ ।

Leave A Reply

Your email address will not be published.